ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭି. କାର୍ତ୍ତିକେୟ ପାଣ୍ଡିଆନ୍ ଆଜି ହିଞ୍ଜିଳି ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରିବା ସହିତ ଉନ୍ନୟନମୂଳକ କାର୍ଯ୍ୟ ଗୁଡିକର ସମୀକ୍ଷା କରିଛନ୍ତି। ଏହି ଅବସରରେ ହିଞ୍ଜିଳିବାସୀ ତାଙ୍କୁ ବିଭିନ୍ନ ସ୍ଥାନରେ ଭବ୍ୟ ସମ୍ବର୍ଦ୍ଧନା ପ୍ରଦାନ କରିଛନ୍ତି ।
ଆଜି ଅପରାହ୍ନରେ ଶ୍ରୀ ପାଣ୍ଡିଆନ୍ ସର୍ବ ପ୍ରଥମେ ହିଞ୍ଜିଳିକାଟୁ ଗସ୍ତରେ ଯାଇ ପୋଚିଲିମା ଖମ୍ବେୟା ଦୋରା ଜୁନିୟର ବିଜ୍ଞାନ ମହାବିଦ୍ୟାଳୟର ରୂପାନ୍ତରୀକରଣ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏଥିପାଇଁ ୧୮୧.୨୩ ଲକ୍ଷ ଟଙ୍କା ବିନିଯୋଗ କରାଯାଇଛି। ଏହି ରୂପାନ୍ତର ଠିକ୍ ସମୟରେ ଶେଷ ହୋଇ ଥିବାରୁ ସେ ଅଧିକାରୀ ମାନଙ୍କୁ ଧନ୍ୟବାଦ୍ ଦେଇଥିଲେ।
ସେହିଠାରୁ ସାରୁ ଛକ ଏବଂ ମକରଝୋଳ ଛକ ଦେଇ ଗସ୍ତ କରିବା ବେଳେ ବିପୁଳ ସଂଖ୍ୟାରେ ସ୍ଥାନୀୟ ବାସିନ୍ଦା ଉତ୍ସାହର ସହିତ ସ୍ବାଗତ ଜଣାଇଥିଲେ ।







