Saturday, July 4, 2026 01:34 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଲୋକକଳା ବଞ୍ଚାଇବାକୁ ଯୋଜନା ପ୍ରସ୍ତୁତି

ଲୋକକଳା ହେଉଛି ଗୋଟିଏ ଜାତିର ଅସ୍ମିତା- ପାଣ୍ଡିଆନ

by Our Correspondent
05 Jan, 2024- 09:06 PM
in Latest News, News
1 min read
0
ଲୋକକଳା ବଞ୍ଚାଇବାକୁ ଯୋଜନା ପ୍ରସ୍ତୁତି

ଭୁବନେଶ୍ୱର: ଓଡ଼ିଶାର ପାରମ୍ପରିକ ଲୋକକଳା ବଞ୍ଚାଇବାକୁ ରାଜ୍ୟ ସରକାର ଯୋଜନା ପ୍ରସ୍ତୁତି ଆରମ୍ଭ କରିଛନ୍ତି । ଏଥିପାଇଁ କଳାକାରଙ୍କ ଉନ୍ନତିକୁ ଗୁରୁତ୍ୱ ଦିଆଯାଇଛି । ଆସନ୍ତା ୩ ରୁ ୪ ମାସ ମଧ୍ୟରେ କଳାକାରମାନଙ୍କୁ ଖୁସି ଖବର ଦିଆଯିବ ବୋଲି ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କାର୍ତ୍ତିକ ପାଣ୍ଡିଆନ୍ କହିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପରାମର୍ଶକ୍ରମେ ଲୋକସେବା କନଭେନସନ ସେଣ୍ଟରରେ ଆୟୋଜିତ ବ୍ଲକ୍ ଓ ଜିଲ୍ଲା ଲୋକକଳା ସଂସ୍କୃତି ସଂଘ ପ୍ରତିନିଧିମାନଙ୍କ ରାଜ୍ୟସ୍ତରୀୟ ସମ୍ମିଳନୀରେ ଯୋଗଦେବା ଅବସରରେ ସେ ଏହି ସୂଚନା ଦେଇଛନ୍ତି ।

ଶ୍ରୀ ପାଣ୍ଡିଆନ୍ କହିଛନ୍ତି, ପାରମ୍ପରିକ ଲୋକକଳା ଓ ସଂସ୍କୃତି ହେଉଛି ଏ ଜାତିର ଜୀବନ ଓ ଭବିଷ୍ୟତ । ସଚେତନତା ସୃଷ୍ଟି କରିବାରେ ଲୋକକଳା ଭଳି ପ୍ରଭାବୀ ମାଧ୍ୟମ ଅନ୍ୟ କୌଣସି ମାଧ୍ୟମରେ ନାହିଁ । ସଂସ୍କୃତିକୁ ଗତିଶୀଳ କରିବା ନିମନ୍ତେ ଲୋକକଳା ପ୍ରତି ଯୁବପିଢ଼ିଙ୍କୁ ଆକୃଷ୍ଟ କରିବାକୁ ପଡ଼ିବ । ଲୋକକଳା ବଞ୍ଚିବାକୁ ହେଲେ କଳାକାରମାନଙ୍କ ଉନ୍ନତି ହେବା ଉଚିତ । ଆସନ୍ତା ୩ରୁ ୪ ମାସ ମଧ୍ୟରେ ସରକାର କଳାକାରମାନଙ୍କୁ ଖୁସି ଖବର ଦେବେ । ମୁଖ୍ୟମନ୍ତ୍ରୀ ଜଣେ କଳାପ୍ରେମୀ ହୋଇଥିବାରୁ କଳାକାରମାନଙ୍କ ଉନ୍ନତି ନିମନ୍ତେ ସେ ସର୍ବଦା ଗୁରୁତ୍ୱାରୋପ କରନ୍ତି । ମିଶନ ଶକ୍ତି ଯେପରି ଏକ ସାମାଜିକ ଆନ୍ଦୋଳନରେ ପରିଣତ ହୋଇଛି ଏବଂ ମହିଳାମାନେ ସ୍ୱାବଲମ୍ବୀ ହୋଇପାରିଛନ୍ତି ଅନୁରୂପ ଢାଞ୍ଚାରେ କଳାକାର ସଂଘକୁ ସଶକ୍ତ କରିବା ନିମନ୍ତେ ମାନ୍ୟବର ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଥିବା ସେ କହିଥିଲେ । ସମସ୍ତ ସଂଘକୁ ୫-‘ଟି’ ମଧ୍ୟରେ ଅନ୍ତର୍ଭୁକ୍ତ କରାଯିବା ସହ ବ୍ଲକ୍‌ ଏବଂ ଜିଲ୍ଲାସ୍ତରୀୟ ସଂଘ କାର୍ଯ୍ୟାଳୟ ଖୋଲାଯିବ । ଓଡ଼ିଶାକୁ ଆଗେଇ ନେବା ସହ ସଶକ୍ତ ରାଜ୍ୟରେ ପରିଣତ କରିବା ନିମନ୍ତେ ସେ ଆହ୍ୱାନ ଦେଇଥିଲେ । 

ଗଞ୍ଜାମ ଜିଲ୍ଲାରେ ଜିଲ୍ଲାପାଳ ଥିବାବେଳେ ଏକ ଅଭିଜ୍ଞତାକୁ ଭିତ୍ତି କରି ଶ୍ରୀ ପାଣ୍ଡିଆନ୍‌ କହିଥିଲେ ଯେ ୧୫ ବର୍ଷ ତଳେ ଗଞ୍ଜାମ ଜିଲ୍ଲାରେ ଏଡସ୍‌ ରୋଗୀଙ୍କ ସଂଖ୍ୟା ଅଧିକ ଥିବାରୁ ଜିଲ୍ଲାବାସୀଙ୍କ ମଧ୍ୟରେ ବ୍ୟାପକ ସଚେତନତା ସୃଷ୍ଟି କରିବାର ଆବଶ୍ୟକତା ଥିଲା । ଏଥି ନିମନ୍ତେ ଲୋକକଳାର ଭୂମିକା ପ୍ରଶଂସନୀୟ ଥିଲା ଓ ଦୁଇବର୍ଷ ମଧ୍ୟରେ ଏହାର ସୁଫଳ ମିଳିଥିଲା । ଲୋକକଳାର ପ୍ରଭାବୀ ସଚେତନତା ସରକାରଙ୍କ ବିଭିନ୍ନ ଯୋଜନାର ରୂପରେଖକୁ ତୃଣମୂଳ ସ୍ତରରେ ପହଞ୍ଚାଇପାରିବ ବୋଲି ସେ ଉଲ୍ଲେଖ କରିଥିଲେ ।

ଆଜିର ସମ୍ମିଳନୀରେ ଅଭିଜ୍ଞ ବ୍ୟକ୍ତିବିଶେଷଙ୍କ ଦ୍ୱାରା ଲୋକକଳା ମାଧ୍ୟମରେ ସଚେତନତା ସୃଷ୍ଟି ନିମନ୍ତେ କଳାକାରମାନଙ୍କୁ ପରାମର୍ଶ ଦିଆଯିବା ସହ ଏକ ପୁସ୍ତିକା ଉନ୍ମୋଚିତ ହୋଇଥିଲା ।

ଏହି ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀମତୀ ସୁଜାତା ରାଉତ କାର୍ତ୍ତିକେୟନ, ବିଭାଗୀୟ ନିର୍ଦ୍ଦେଶକ ଦିଲୀପ ରାଉତରାଏ, ସ୍ୱତନ୍ତ୍ର ଶାସନ ସଚିବ ମଧୁସୂଦନ ଦାସ, ମିଶନ ଶକ୍ତି ଯୁଗ୍ମ ଶାସନ ସଚିବ ବିନୋଦ ଜେନା, ସଂସ୍କୃତି ବିଭାଗ ଯୁଗ୍ମ ନିର୍ଦ୍ଦେଶକ ଅତସୀ ଦାସ, ସୁବୋଧ ଆଚାର୍ଯ୍ୟ, ଉପନିର୍ଦ୍ଦେଶିକା ସୁଚିସ୍ମିତା ମନ୍ତ୍ରୀ, ସୂଚନା, ଶିକ୍ଷା ଓ ଯୋଗାଯୋଗ ଅଭିଯାନର ପରାମର୍ଶଦାତା କୃଷ୍ଣଚନ୍ଦ୍ର ନିଶାଙ୍କ ପ୍ରମୁଖ ଉପସ୍ଥିତ ଥିଲେ ।

Previous Post

ବିଜେପି ଫୋକସ୍ ରେ ୪୦ ବିଧାନସଭା ଆସନ

Next Post

ଏଥିପାଇଁ ଦାୟୀ କିଏ ?

Next Post
ଏଥିପାଇଁ ଦାୟୀ କିଏ ?

ଏଥିପାଇଁ ଦାୟୀ କିଏ ?

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA