ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ ଆଜି ପ୍ରତ୍ୟୁଷରୁ ପୁରୀ ଶ୍ରୀ ମନ୍ଦିର ପରିଦର୍ଶନ କରି ପରିକ୍ରମା ପ୍ରକଳ୍ପ ସମୀକ୍ଷା କରିବା ସହିତ ଭକ୍ତ ମାନଙ୍କ ସୁବ୍ୟବସ୍ଥିତ ଦର୍ଶନ , ଭିଡ଼ ନିୟନ୍ତ୍ରଣ ଓ ଶୃଙ୍ଖଳିତ ଦର୍ଶନ ପାଇଁ ଦିଗରେ ପଦକ୍ଷେପ ନେବା ସହିତ ମଠ ଗୁଡିକ ର ପୁନରୁଦ୍ଧାର କାମ , landscaping କାମ ତ୍ୱରାନ୍ୱିତ କରିବା ପାଇଁ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଆଜି ପ୍ରତ୍ୟୁଷ ୫ ଟା ଠାରୁ ୭ ଟା ପର୍ଯ୍ୟନ୍ତ ସେ ସମୀକ୍ଷା କରିଥିଲେ ଓ ସମଗ୍ର ପରିକ୍ରମା ପ୍ରକଳ୍ପ ଅଞ୍ଚଳ ବୁଲି ଦେଖିବା ସହ ଭକ୍ତ ମାନଙ୍କ ସହ ମଧ୍ୟ ଆଲୋଚନା କରିଥିଲେ।








