Friday, June 26, 2026 04:00 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ନୀଳମାଧବ ମନ୍ଦିରର ହେବ ନବକଳେବର

ଅନୁଧ୍ୟାନ କଲେ ୫-ଟି ସଚିବ ପାଣ୍ଡିଆନ୍

by Our Correspondent
14 Apr, 2022- 07:05 PM
in Latest News, News
1 min read
0
ନୀଳମାଧବ ମନ୍ଦିରର ହେବ ନବକଳେବର

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଦିପୀଠ କଣ୍ଟିଲୋ ଶ୍ରୀ ନୀଳମାଧବ ପୀଠର ନବ କଳେବର ହେବ । ପୀଠର ସାମଗ୍ରିକ ବିକାଶ ପାଇଁ ଯୋଜନା ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ.ପାଣ୍ଡିଆନ୍ ଆଜି ନୀଳମାଧବ ପୀଠ ପରିଦର୍ଶନରେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ପୀଠର ଉନ୍ନତି ସମ୍ପର୍କରେ ସ୍ଥାନୀୟ ଲୋକ ଓ ସେବାୟତମାନଙ୍କ ସହିତ ଆଲୋଚନା କରିଥିଲେ ।

୫-ଟି କାର୍ଯ୍ୟକ୍ରମରେ ଏହି ପୀଠର ସର୍ବାଙ୍ଗୀନ ବିକାଶ କରି ଅଧିକ ପର୍ଯ୍ୟଟକଙ୍କୁ ସେଠାକୁ କିପରି ଆକୃଷ୍ଟ କରାଯାଇପାରିବ ସେ ସମ୍ପର୍କରେ ଶ୍ରୀ ପାଣ୍ଡିଆନ୍ ଅନୁଧ୍ୟାନ କରିଥିଲେ । ଆଲୋଚନା କାଳରେ ମନ୍ଦିରର ସୌନ୍ଦର୍ଯ୍ୟକରଣ ସହ ପାର୍କିଂ, ପାନୀୟ ଜଳ, ଶୈାଚାଳୟ, ଚାପ ପୋଖରୀର ପୁନରୁଦ୍ଧାର, ପାରିପାଶ୍ୱିର୍କ ସୌନ୍ଦର୍ଯ୍ୟକରଣ, ଉଚ୍ଚ ଶକ୍ତି ସମ୍ପନ୍ନ ଆଲୋକର ବ୍ୟବସ୍ଥାକୁ ପ୍ରାଥମିକତା ଦିଆଯାଇଥିଲା ।

ଏଠାକୁ ଆସୁଥିବା ଭକ୍ତମାନଙ୍କ ସୁବିଧା ପାଇଁ ମଧ୍ୟ ବିଭିନ୍ନ ସୁବିଧା ସୁଯୋଗର ବିକାଶ କରାଯିବ । ଏଥିନିମନ୍ତେ ଖୁବ୍ ଶୀଘ୍ର ଏକ ମାଷ୍ଟର ପ୍ଲାନ୍ କରାଯାଇ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରାଯିବ ବୋଲି ଜଣାଯାଇଛି ।

ଶ୍ରୀ ପାଣ୍ଡିଆନ୍ ଙ୍କ ସହ ପୂର୍ତ୍ତ ସଚିବ ବି.ବି. ଯାଦବ ମଧ୍ୟ ମନ୍ଦିର ପରିଦର୍ଶନ କରିଥିଲେ । ନୟାଗଡ଼ ଜିଲ୍ଲାପାଳ,ଏସପିଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ସୂଚନାଯୋଗ୍ୟ, ନୟାଗଡ଼ ଜିଲ୍ଲାର କଣ୍ଟିଲୋ ଏକ ପ୍ରସିଦ୍ଧ ଧାର୍ମିକ ପର୍ଯ୍ୟଟନସ୍ଥଳୀ । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଏହା ଆଦିପୀଠ ଭାବେ ପରିଚିତ । ମହାନଦୀ କୂଳରେ ନୀଳମାଧବ ପୀଠର ଶୋଭା ଅତ୍ୟନ୍ତ ମନୋରମ । ତେବେ ଏହି ପୀଠ ଚିର ଅବହେଳିତ ଅବସ୍ଥାରେ ପଡ଼ିଥିବାରୁ ସ୍ଥାନୀୟ ବାସୀଙ୍କ ମଧ୍ୟରେ ଅସନ୍ତୋଷ ରହିଛି । ତେବେ ବିଳମ୍ବରେ ହେଉ ପଛେ ଏହି ପୀଠର ବିକାଶ ପାଇଁ ରାଜ୍ୟ ସରକାର ଏବେ ତତ୍ପର ହୋଇଥିବାରୁ ଅଞ୍ଚଳବାସୀ ଖୁସି ପ୍ରକଟ କରିଛନ୍ତି । ମୁଖ୍ୟମନ୍ତ୍ରୀ ଏବଂ ୫-ଟି ସଚିବଙ୍କୁ ସେମାନେ ଧନ୍ୟବାଦ ଜଣାଇଛନ୍ତି ।

Previous Post

ବିଜୁବାବୁଙ୍କ ପୂଣ୍ୟତିଥିରେ ଓଡ଼ିଶା ମୋ ପରିବାର ଜୀବନବିନ୍ଦୁ ଆନୁକୂଲ୍ୟରେ ୧୦ ହଜାର ୟୁନିଟ୍ ରକ୍ତ ସଂଗ୍ରହ ଲକ୍ଷ୍ୟ

Next Post

ମନ୍ତ୍ରିମଣ୍ଡଳ ଅଦଳବଦଳ ଚର୍ଚ୍ଚା

Next Post
ମନ୍ତ୍ରିମଣ୍ଡଳ ଅଦଳବଦଳ ଚର୍ଚ୍ଚା

ମନ୍ତ୍ରିମଣ୍ଡଳ ଅଦଳବଦଳ ଚର୍ଚ୍ଚା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA