Sunday, June 28, 2026 04:49 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୧୪୦୦ କୋଟି ଟଙ୍କାର ବଡବିଲ୍ ରିଂ ରୋଡ୍ କାମ ଖୁବ୍ ଶୀଘ୍ର

ଦୁଇଦିନିଆ କେନ୍ଦୁଝର ଗସ୍ତରେ ୫-ଟି ସଚିବ

by Our Correspondent
10 Jun, 2023- 09:36 PM
in Latest News, News
1 min read
0
୧୪୦୦ କୋଟି ଟଙ୍କାର ବଡବିଲ୍ ରିଂ ରୋଡ୍ କାମ ଖୁବ୍ ଶୀଘ୍ର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ.ପାଣ୍ଡିଆନ୍ ଙ୍କ ଜିଲ୍ଲାଗସ୍ତ କାର୍ଯ୍ୟକ୍ରମ ଜାରି ରହିଛି । ଏହିକ୍ରମରେ ଦୁଇଦିନିଆ କେନ୍ଦୁଝର ଗସ୍ତରେ ଆସିଥିବା ଶ୍ରୀ ପାଣ୍ଡିଆନ୍ ଆଜି ପ୍ରଥମ ଦିନରେ ପାଟଣା, ଚମ୍ପୁଆ, ଯୋଡା ବ୍ଲକ୍ ଓ କେନ୍ଦୁଝର ପୌରପାଳିକା ଅନ୍ତର୍ଗତ ବିଭିନ୍ନ ସ୍ଥାନ ଗସ୍ତ କରିଛନ୍ତି । ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ବିଭିନ୍ନ ଯୋଜନାର ହିତାଧିକାରୀମାନଙ୍କ ସହ ସେ ୱାନ୍ ଟୁ ୱାନ୍ ଆଲୋଚନା କରିଥିଲେ ।

ଖଣି ସମୃଦ୍ଧ ବଡ଼ବିଲର ପ୍ରଦୂଷଣ ଓ ଟ୍ରାଫିକ ସମସ୍ୟା ଦୂର କରିବା ପାଇଁ ଖୁବ୍ ଶୀଘ୍ର ବଡବିଲ ରିଂ ରୋଡ୍ ପ୍ରକଳ୍ପ ଆରମ୍ଭ ହେବ । ଏଥିପାଇଁ ଖର୍ଚ୍ଚ ହେବ ୧୪୦୦ କୋଟି ଟଙ୍କା । ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ସମ୍ପର୍କରେ ଶ୍ରୀ ପାଣ୍ଡିଆନ୍ ଏହି ଅବସରରେ ସୂଚନା ଦେଇଥିଲେ ।

ପାଟଣା ବ୍ଲକର ଭୀମକଣ୍ଡକୁ ଶ୍ରୀ ପାଣ୍ଡିଆନ୍ ପ୍ରଥମେ ଯାଇ ସେଠାରେ ଚାଲିଥିବା ପ୍ରକଳ୍ପ କାର୍ଯ୍ୟଗୁଡ଼ିକର ସମୀକ୍ଷା କରିଥିଲେ। ଏହି ଅବସରରେ ସେ ଭୀମକଣ୍ଡକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀ ଭାବରେ ବିକଶିତ କରାଯିବା ନେଇ ସୂଚନା ଦେଇଥିଲେ । ଏ ସମ୍ପର୍କିତ ବିସ୍ତୃତ ପ୍ରକଳ୍ପ ରିପୋର୍ଟ (ଡିପିଆର) ଯଥାଶୀଘ୍ର ପ୍ରସ୍ତୁତ କରିବାକୁ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ସେ ସ୍ଥାନୀୟ ଜନସାଧାରଣଙ୍କ ସହ ଆଲୋଚନା କରିବା ସହ ସେମାନଙ୍କ ସମସ୍ୟା ବିଷୟରେ ଆଲୋଚନା କରିଥିଲେ । ସ୍ଥାନୀୟ ଅଞ୍ଚଳର ବିଭିନ୍ନ ମନ୍ଦିର ଏବଂ ମସଜିଦର ପାରିପାର୍ଶ୍ୱିକ ବିକାଶ ନେଇ ଯେଉଁସବୁ ଅନୁରୋଧ ଆସିଛି, ସେ ସବୁକୁ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟିକୁ ଆଣିବେ ବୋଲି କହିଥିଲେ।

ଏହାପରେ ଚମ୍ପୁଆ ଯାଇ ଚମ୍ପୁଆ ଏନଏସି ସ୍ଥିତ ଜଳ ବିଶୋଧନାଗାର(ଡବ୍ଲୁଟିପି) ପରିଦର୍ଶନ କରିଥିଲେ।  ଏହି ଅବସରରେ ଶ୍ରୀ ପାଣ୍ଡିଆନ୍ ‘ଜଳ ସାଥୀ’ମାନଙ୍କ ସହ ଆଲୋଚନା କରିବା ସହ ଜନସାଧାରଣଙ୍କ ହିତପାଇଁ ସେମାନଙ୍କ କାର୍ଯ୍ୟ ବେଶ୍ ଗୁରୁତ୍ୱବହନ କରୁଛି ବୋଲି କହିଥିଲେ। ଏହାପରେ ସେ ନେହେରୁ ଷ୍ଟାଡିୟମରେ ଏକ ସ୍ଥାନୀୟ ସମାବେଶକୁ ସମ୍ବୋଧିତ କରିଥିଲେ। ସେଠାରେ ଫ୍ଲୁଡ୍ ଲାଇଟର ବ୍ୟବସ୍ଥା ଆଗାମୀ ୭ ଦିମ ମଧ୍ୟରେ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଏଥିସହ ପାନୀୟ ଜଳ ଏବଂ କୃଷକମାନଙ୍କର ସମସ୍ୟାକୁ ତୁରନ୍ତ ସମାଧାନ କରାଯିବ ବୋଲି ସେ ଆଶ୍ୱାସନା ଦେଇଛନ୍ତି। ଏନେଇ ୭ ଦିନ ମଧ୍ୟରେ ରିପୋର୍ଟ ପ୍ରସ୍ତୁତ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ସେଠାରୁ ବଡ଼ବିଲ ଗସ୍ତକରି ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରିଥିଲେ। ସେଠାରେ ଏନଆରସି(ପୁଷ୍ଟିକର ପୁନର୍ବାସ କେନ୍ଦ୍ର) ଏବଂ ଡାଇଲିସିସ୍ ସେଣ୍ଟରରେ ଚାଲିଥିବା କାର୍ଯ୍ୟଗୁଡ଼ିକର ତଦାରଖ କରିଥିଲେ। ଏହି ଅବସରରେ ସେ ଏନଆରସି ଓ ଡାଇଲିସିସ୍ ସେଣ୍ଟରରେ ଉପଲବ୍ଧ ହେଉଥିବା ସୁବିଧା ବିଷୟରେ ରୋଗୀମାନଙ୍କ ସହ ଆଲୋଚନା କରିବା ସହ ସେମାନଙ୍କ ମତାମତକୁ ଶୁଣିଥିଲେ। ଏସବୁ ସୁବିଧାଗୁଡ଼ିକୁ ପ୍ରଭାବଶାଳୀ ଢଙ୍ଗରେ ଆହୁରି ବଢ଼ାଇବାକୁ ସେ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଏହାପରେ ୫-ଟି ସଚିବ ଯୋଡ଼ା ବ୍ଲକର ସେରେଣ୍ଡା ପରିଦର୍ଶନ କରି ପଦ୍ମଶ୍ରୀ ତୁଳସୀ ମୁଣ୍ଡା ଏବଂ ଆଦିବାସୀ ବିକାଶ ସମିତିର ଛାତ୍ରଛାତ୍ରୀମାନଙ୍କୁ ଭେଟିଥିଲେ। ଶିକ୍ଷା ପ୍ରତି ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତାକୁ ଦର୍ଶାଇ ସେ ଘୋଷଣା କରିଛନ୍ତି ଯେ ଏଣିକି ଆଦିବାସୀ ବିକାଶ ସମିତିର ୯୦୦ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଖର୍ଚ୍ଚ ଓଡ଼ିଶା ସରକାର ବହନ କରିବେ। ଏନେଇ ଆବଶ୍ୟକୀୟ କାର୍ଯ୍ୟ ପାଇଁ ବିସ୍ତୃତ ମୂଲ୍ୟାଙ୍କନ କରିବାକୁ ଉପସ୍ଥିତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଏହାପରେ, ସେ ଯୋଡ଼ା ଫ୍ଲାଇଓଭର ସ୍ଥଳୀରେ ଚାଲିଥିବା ପ୍ରକଳ୍ପ କାର୍ଯ୍ୟଗୁଡ଼ିକର ଅଗ୍ରଗତି ନେଇ ସମୀକ୍ଷା କରିଥିଲେ। କାର୍ଯ୍ୟ ନିର୍ଦ୍ଧାରିତ ସମୟକୁ ଆଖିରେ ରଖି ଅଗ୍ରଗତି କରୁଛି ଏବଂ ଡିସେମ୍ବର ୨୦୨୩ ସୁଦ୍ଧା ଶେଷ ହେବବୋଲି ଉପସ୍ଥିତ ଓବିସିସି ଅଧିକାରୀମାନେ ଅବଗତ କରିଥିଲେ।

ସେଠାରୁ ୫-ଟି ସଚିବ ଯୋଡ଼ାଠାରେ ଥିବା ଜରାଶ୍ରମକୁ ପରିଦର୍ଶନରେ ଯାଇଥିଲେ। ଯେଉଁଠାରେ ବର୍ତ୍ତମାନ ଉଭୟ ପୁରୁଷ ଓ ମହିଳାଙ୍କୁ ମିଶାଇ ମୋଟ ୫0 ଜଣ ଅନ୍ତେବାସୀ ରହୁଛନ୍ତି। ସମସ୍ତଙ୍କ ଠାରୁ ଶ୍ରୀ ପାଣ୍ଡିଆନ୍ ସେମାନଙ୍କର ଅଭିଜ୍ଞତା ଏବଂ ମିଳୁଥିବା ସୁବିଧା ସମ୍ପର୍କରେ ପଚାରିବୁଝିଥିଲେ। ଏହାପରେ ସେ ଅନ୍ତେବାସୀଙ୍କ  ସହ ମଧ୍ୟାହ୍ନ ଭୋଜନ କରିଥିଲେ । ବରିଷ୍ଠ ନାଗରିକଙ୍କୁ ଯତ୍ନର ଅଧିକ ଆବଶ୍ୟକତା ପଡ଼ୁଥିବାରୁ ସୁବିଧାର ସମ୍ପ୍ରସାରଣ ଏବଂ ଅଧିକ ଅନ୍ତେବାସୀଙ୍କ ରହଣୀ ଲାଗି ବ୍ୟବସ୍ଥା କରିବା ସମ୍ବଦ୍ଧରେ ଏକ ରିିପୋର୍ଟ ପ୍ରସ୍ତୁତ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଏହାପରେ କାନପୁର ଜଳସେଚନ ପ୍ରକଳ୍ପ ସ୍ଥଳ ପରିଦର୍ଶନ କରି ସେଠାରେ ପ୍ରକଳ୍ପର ଅଗ୍ରଗତିର ଆକଳନ ସାଙ୍ଗକୁ ଜାତୀୟ ରାଜପଥ ସହ ଜଡ଼ିତ କାର୍ଯ୍ୟଗୁଡ଼ିକର ସମୀକ୍ଷା କରିଥିଲେ। ନିର୍ଦ୍ଧାରିତ ସମୟସୀମା ପାଳନପୂର୍ବକ ବର୍ଷ ଶେଷ ସୁଦ୍ଧା କାର୍ଯ୍ୟ ସାରିବା ଉପରେ ଗୁରୁତ୍ୱ ଦେବାପାଇଁ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଠାରେ ସେ ନିକଟସ୍ଥ ଗ୍ରାମର ଗ୍ରାମବାସୀଙ୍କ ସହ ମଧ୍ୟ ଆଲୋଚନା କରିଥିଲେ। ସେଠାରୁ କେନ୍ଦୁଝର ସହର ସ୍ଥିତ ଓଏସଏମଇ କମ୍ପ୍ଲେକ୍ସକୁ ଯାଇ ସେଠାରେ ବହୁ ସଂଖ୍ୟାରେ ଏକତ୍ରିତ ହୋଇଥିବା ମିଶନ ଶକ୍ତି ସ୍ୱୟଂ ସହାୟିକା ଗୋଷ୍ଠୀର ମହିଳାମାନଙ୍କୁ ସମ୍ବୋଧିତ କରିଥିଲେ ।

ସରକାରଙ୍କଠାରୁ ମିଳୁଥିବା ସହାୟତା ଉପରେ ସେ ସକ୍ରିୟ ଭାବେ ସେମାନଙ୍କଠାରୁ ମତାମତ ଲୋଡ଼ିଥିଲେ ଏବଂ ମିଶନ ଶକ୍ତି ପାଇଁ ପର୍ଯ୍ୟାପ୍ତ ଅର୍ଥ ଉପଲବ୍ଧ ରହିଛି ବୋଲି ସେମାନଙ୍କୁ ଆଶ୍ୱାସନା ଦେଇଥିଲେ। ଏହାପରେ ସେ ଧରଣୀଧର ବିଶ୍ୱବିଦ୍ୟାଳୟ ନିକଟରେ ସ୍ଥାନୀୟ ବାସିନ୍ଦା, ବିଭିନ୍ନ ସଙ୍ଗଠନର ସଦସ୍ୟଙ୍କୁ ଭେଟି ସେମାନଙ୍କ ଅଭିଯୋଗକୁ ଶୁଣିଥିଲେ। ସରକାରୀ ବ୍ୟବସ୍ଥା ମୁତାବକ ସମସ୍ୟାଗୁଡ଼ିକର ସମାଧାନ ଦିଗରେ ଯଥୋଚିତ ପଦକ୍ଷେପ ଗ୍ରହଣ କରିବାକୁ ସେ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଏହାପରେ କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ‘ମିଶନ୍ ଶକ୍ତି’ କାଫେ ପରିଦର୍ଶନ କରିଥିଲେ। ସେଠାରୁ ସେ କେନ୍ଦୁଝର ଅଡିଟୋରିୟମ ଯାଇ ସେଠାରେ ପ୍ରାୟ ୧ ହଜାର ସଂଖ୍ୟାରେ ଉପସ୍ଥିତ ଥିବା ଛାତ୍ର ଓ ଶିକ୍ଷକଙ୍କୁ ସମ୍ବୋଧିତ କରିଥିଲେ। ଶିକ୍ଷାର ମାନ ବୃଦ୍ଧି ଏବଂ ଆନୁସଙ୍ଗୀକ ସୁବିଧା ସୁଯୋଗ ଉପଲବ୍ଧ କରାଇବା ଉପରେ ସେ ଆଲୋଚନା କରି କହିଥିଲେ ସମସ୍ତ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ସ୍ନାତକ କଲେଜଗୁଡ଼ିକର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅର୍ଥମଞ୍ଜୁର ହୋଇଛି। ପ୍ରଥମ ପର୍ଯ୍ୟାୟରେ ଜିଲ୍ଲାର ଡିଗ୍ରୀ କଲେଜ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକର ବିକାଶ ହେବ ବୋଲି ସେ କହିଛନ୍ତି। 

ସେଠାରୁ ୫-ଟି ସଚିବ ସ୍ଥାନୀୟ ହ୍ୟାଣ୍ଡବଲ୍ ଷ୍ଟାଡିୟମ ପରିଦର୍ଶନରେ ଯାଇ ସେଠାରେ ତାଲିମ୍ ଗ୍ରହଣ କରୁଥିବା ଛାତ୍ରଛାତ୍ରୀମାନଙ୍କ ଉତ୍ସାହ ଏବଂ ଉତ୍ସର୍ଗୀକୃତତାକୁ ଦେଖି ସେ ଖୁସିବ୍ୟକ୍ତ କରିଥିଲେ। ସେ ମୋଟ ପ୍ରଶିକ୍ଷାର୍ଥୀଙ୍କ ସଂଖ୍ୟା ଏବଂ ବିଭିନ୍ନ ପ୍ରତିଯୋଗିତାରେ ସେମାନଙ୍କର ଅଂଶଗ୍ରହଣ ବିଷୟରେ ପଚାରି ବୁଝିଥିଲେ। ଏହାସହ ଷ୍ଟାଡିୟମରେ ଉପସ୍ଥିତ ହ୍ୟାଣ୍ଡବଲ୍ ଖେଳାଳିଙ୍କ ସହ ସେ ମଧ୍ୟ କଥାବାର୍ତ୍ତା କରିଥିଲେ।

ପରେ, ବଳଦେବଜୀଉ ମନ୍ଦିର ପରିଦର୍ଶନରେ ଯାଇ ସେଠାରେ ପୂଜାର୍ଚନା କରିଥିଲେ। ଏହା ପରେ ସେ ମନ୍ଦିର ଏବଂ ପରିସରର ନବୀକରଣ ସମ୍ପର୍କରେ ମନ୍ଦିର କମିଟି ସଦସ୍ୟ ଏବଂ ପୁରୋହିତମାନଙ୍କ ସହ ଆଲୋଚନା କରିଥିଲେ। ଏହା ବ୍ୟତୀତ ସେ ବଡ଼ଦାଣ୍ଡରେ ଚାଲିଥିବା ବିକାଶ କାର୍ଯ୍ୟ ଏବଂ ଆଗାମୀ ରଥଯାତ୍ରା ପାଇଁ ପ୍ରସ୍ତୁତିର ସମୀକ୍ଷା କରିଥିଲେ। ସେଠାରୁ ଶ୍ରୀ ପାଣ୍ଡିଆନ୍ ହାଡ଼ବନ୍ଧ ଜଳାଶୟ ପରିଦର୍ଶନରେ ଯାଇ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ।

ଏହି କାର୍ଯ୍ୟକ୍ରମରେ କ୍ରୀଡା ସଚିବ ଶ୍ରୀ ଭିନିଲ କ୍ରିଷ୍ଣା ଓ କେଉଁଝର ଜିଲ୍ଲାପାଳ ଉପସ୍ଥିତ ଥିଲେ।

Previous Post

ମୋର କିଛି ଦୁଃଖ କରିବାର ନାହିଁ: ରୋହିତ

Next Post

ପାଣ୍ଡିଆନଙ୍କ କେନ୍ଦୁଝର ଗସ୍ତର ଦ୍ୱିତୀୟ ଦିନ

Next Post
ପାଣ୍ଡିଆନଙ୍କ କେନ୍ଦୁଝର ଗସ୍ତର ଦ୍ୱିତୀୟ ଦିନ

ପାଣ୍ଡିଆନଙ୍କ କେନ୍ଦୁଝର ଗସ୍ତର ଦ୍ୱିତୀୟ ଦିନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA