Monday, April 27, 2026 02:11 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ନୂଆବର୍ଷରେ ରୂପାନ୍ତରିତ ଚଣ୍ଡୀମନ୍ଦିର ଲୋକାର୍ପଣ, ଜୁନ୍ ୧୫ ସୁଦ୍ଧା ନେତାଜୀ ବସ ଟର୍ମିନାଲ୍

ପୁରୀ ଓ କଟକରେ ବିଭିନ୍ନ ପ୍ରକଳ୍ପର ସମୀକ୍ଷା କଲେ ପାଣ୍ଡିଆନ୍

by Our Correspondent
25 Mar, 2023- 09:07 PM
in Latest News, News
1 min read
0
ନୂଆବର୍ଷରେ ରୂପାନ୍ତରିତ ଚଣ୍ଡୀମନ୍ଦିର ଲୋକାର୍ପଣ, ଜୁନ୍ ୧୫ ସୁଦ୍ଧା ନେତାଜୀ ବସ ଟର୍ମିନାଲ୍

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫ଟି ସଚିବ ଭି କେ ପାଣ୍ଡିଆନ୍ ଆଜି ପୁରୀ ଓ କଟକ ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଶ୍ରୀ ପଣ୍ଡିଆନ ପ୍ରଥମେ ପୁରୀ ଗସ୍ତ କରି ଶ୍ରୀ ଜଗନ୍ନାଥଙ୍କ ଐତିହ୍ୟ କରିଡର ଶ୍ରୀ ସେତୁ ଓ ଜଗନ୍ନାଥ ବଲ୍ଳଭ ଯାତ୍ରୀ ନିବାସ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ। ରାଜ୍ୟ ସରକାରଙ୍କ ଐତିହ୍ୟ ରୂପାନ୍ତର କାର୍ଯ୍ୟକ୍ରମରେ ଏହା ସର୍ବାଧିକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ। ଆନ୍ତର୍ଜାତିକ ସ୍ତରରେ ଏକ ଗୃରୁତ୍ଵପୂର୍ଣ୍ଣ ଐତିହ୍ୟ ସ୍ଥଳ ଭାବରେ ଏହା ପୁରୀର ଗୁରୁତ୍ଵ ବୃଦ୍ଧି କରିବ। ପ୍ରତି ସପ୍ତାହରେ ପୁରୀ ପ୍ରକଳ୍ପ ଅଗ୍ରଗତି ସମୀକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ବୋଲି ଶ୍ରୀ ପାଣ୍ଡିଆନ୍ ସୂଚନା ଦେଇଥିଲେ।

ଅପରାହ୍ନରେ ଶ୍ରୀ ପାଣ୍ଡିଆନ କଟକ ଯାଇ ପ୍ରଥମେ ଖାନ୍ ନଗର ଠାରେ ନିର୍ମାଣାଧୀନ ନେତାଜୀ ବସ ଟର୍ମିନାଲ ର ନିର୍ମାଣ କାର୍ଯ୍ୟ ବୁଲି ଦେଖି ଥିଲେ ଏବଂ ଅଧିକାରୀ ମାନଙ୍କ ସହିତ କାର୍ଯ୍ୟର ସମୀକ୍ଷା କରି ଥିଲେ। ଆସନ୍ତା ଜୁନ୍ ୧୫ ତାରିଖ ସୁଦ୍ଧା ବସ ଟର୍ମିନାଲ ନିର୍ମାଣ ଶେଷ ହେବ ବୋଲି ସମୀକ୍ଷାରୁ ଜଣା ଯାଇଛି।

୧୫ ଏକର ପରିମିତ ଅଂଚଳରେ ନିର୍ମାଣାଧୀନ ଏହି ଟର୍ମିନାଲ ପାଇଁ ମୁଖ୍ୟମନ୍ତ୍ରୀ ୨୦୨୧ ଜାନୁଆରୀ ୨୩ ରେ ଶୁଭ ଦେଇଥିଲେ। ଏଥିପାଇଁ ସତୁରୀ କୋଟି ଟଙ୍କା ଖର୍ଚ୍ଚ ଅଟକଳ କରାଯାଇଛି। ଏଥିରେ ୧୮୦ ଟି ବସ ରହିବା ପାଇଁ ତିନି ମହଲା ବିଲ୍ଡିଂ ସହିତ ଆହୁରି ଅନେକ ସୁବିଧାର ନିର୍ମାଣ କରା ଯାଉଛି। ଏହାଦ୍ୱାରା କଟକ ସହରର ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ଆସିବା ସହିତ ଆନ୍ତ ରାଜ୍ୟ ବସ ଚଳରେ ସୁବିଧା ଆସିବ।

ଏହା ପରେ ଶ୍ରୀ ପାଣ୍ଡିଆନ ମା କଟକ ଚଣ୍ଡୀଙ୍କ ମନ୍ଦିର ଯାଇ ପୂଜାର୍ଚ୍ଚନା କରି ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ। ମନ୍ଦିରର ସୌନ୍ଦର୍ଯ୍ୟକରଣ, ରାସ୍ତା ନିର୍ମାଣ ଆଦି କାମ ବୁଲି ଦେଖିଥିଲେ। ସମୀକ୍ଷାରୁ ଜଣା ଯାଇଛି ଯେ ଚଳିତ ବର୍ଷ ଶେଷ ସୁଦ୍ଧା ମନ୍ଦିରର ରୂପାନ୍ତର କାର୍ଯ୍ୟ ଶେଷ ହେବ। ଚଣ୍ଡି ମନ୍ଦିର ରୂପାନ୍ତର ପାଇଁ ଚାଳିଶ କୋଟି ଟଙ୍କା ଖର୍ଚ କରାଯାଉଛି। ନୂଆବର୍ଷ ରେ ଚଣ୍ଡି ମନ୍ଦିରର ରୂପାନ୍ତର କାମ ଭକ୍ତଙ୍କ ସେବା ରେ ଲୋକାର୍ପିତ ହେବ।

ଶ୍ରୀ ପାଣ୍ଡିଆନ ଏହାପରେ ରାଣୀ ହାଟ କ୍ଲକ୍ ଟାୱାର, ତାଳଦଣ୍ଡା କେନାଲ, ଛତରା ବଜାର ଭେଣ୍ଡିଂ ଜୋନ୍ ଆଦି ବୁଲି ଏସବୁ ସ୍ଥାନରେ ଉନ୍ନତି କରଣ କାର୍ଯ୍ୟ ବୁଲି ଦେଖିବା ସହିତ କାର୍ଯ୍ୟ ତ୍ୱରାନ୍ୱିତ କରିବା ପାଇଁ ପରାମର୍ଶ ଦେଇଥିଲେ।

ଶ୍ରୀ ପାଣ୍ଡିଆନଙ୍କ ଏହି ଗସ୍ତ ସମୟରେ ଜିଲ୍ଲାପାଳ ଭବାନୀ ଶଙ୍କର ଚଇନି, ସିଏମସି କମିଶନର ନିଖିଲ ପବନ କଲ୍ୟାଣ କଟକ ଡିସିପି ପିନାକ ମିଶ୍ର ଓ ସିଡିଏ ଅଧ୍ୟକ୍ଷ  ଅନିଲ ସାମଲ ପ୍ରମୁଖ ଉପସ୍ଥିତ ଥିଲେ।

Previous Post

ସଙ୍କଟଜନକ ସ୍ଥିତିରେ ହୀରାକୁଦ ଜଳସ୍ତର

Next Post

ଗଞ୍ଜାମ ପାଇଁ ୨୦୦୦ କୋଟିର ବିଭିନ୍ନ ପ୍ରକଳ୍ପ

Next Post
ଗଞ୍ଜାମ ପାଇଁ ୨୦୦୦ କୋଟିର ବିଭିନ୍ନ ପ୍ରକଳ୍ପ

ଗଞ୍ଜାମ ପାଇଁ ୨୦୦୦ କୋଟିର ବିଭିନ୍ନ ପ୍ରକଳ୍ପ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA