Saturday, April 25, 2026 03:26 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ପାଣ୍ଡିଆନଙ୍କ କେନ୍ଦୁଝର ଗସ୍ତର ଦ୍ୱିତୀୟ ଦିନ

ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ

by Our Correspondent
11 Jun, 2023- 09:49 PM
in Latest News, News
1 min read
0
ପାଣ୍ଡିଆନଙ୍କ କେନ୍ଦୁଝର ଗସ୍ତର ଦ୍ୱିତୀୟ ଦିନ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ କେନ୍ଦୁଝର ଜିଲ୍ଲା ଗସ୍ତରେ ଥିବା ୫-ଟି ସଚିବ ଭି କେ ପାଣ୍ଡିଆନ ଆଜି ଦ୍ୱିତୀୟ ଦିନରେ ଘଟଗାଁ, ହରିଚନ୍ଦନପୁର, ବାଂଶପାଳ, ହାଟଡିହି, କେନ୍ଦୁଝର ଓ ଆନନ୍ଦପୁର ପୌରପାଳିକା ଅନ୍ତର୍ଗତ ବିଭିନ୍ନ ସ୍ଥାନ ଗସ୍ତକରି ବିକାଶମୂଳକ କାର୍ଯ୍ୟର ଅଗ୍ରଗତି ଦେଖିବା ସହ ବହୁ ପ୍ରକଳ୍ପର ସମୀକ୍ଷା କରିଛନ୍ତି।

ଏଥିସହ ବିଭିନ୍ନ ଆଧ୍ୟାତ୍ମିକସ୍ଥଳୀ ଗସ୍ତକରି ସେଠାକାର ଉନ୍ନତୀକରଣ ବାବଦରେ ଆଲୋଚନା କରିବା ସହ ସ୍ଥାନୀୟ ଜନସାଧାରଣଙ୍କ ଅଭିଯୋଗ ଶୁଣିଛନ୍ତି। ମିଶନ ଶକ୍ତି ଏସଏଚଜି ସଦସ୍ୟ, କୃଷକ, ବୁଦ୍ଧିଜୀବୀ ଓ ବିଭିନ୍ନ ସଂଗଠନର ସଦସ୍ୟଙ୍କ ସହ ଶ୍ରୀ ପାଣ୍ଡିଆନ୍ ଆଲୋଚନା କରିଥିଲେ ।

ଆଜି ପ୍ରଥମେ କେନ୍ଦୁଝର ପୌରପାଳିକା ଅନ୍ତର୍ଗତ ସିଦ୍ଧମଠ ପରିଦର୍ଶନରେ ଯାଇଥିଲେ ୫-ଟି ସଚିବ। ସେଠାରେ ବିଭିନ୍ନ ମନ୍ଦିରରେ ଦେବାଦେବୀଙ୍କ ଦର୍ଶନ କରିବା ସାଙ୍ଗକୁ ପୂଜାର୍ଚ୍ଚନା କରିଥିଲେ। ଏହି ଅବସରରେ ସେ ସିଦ୍ଧମଠର ପାରିପାର୍ଶ୍ୱିକ ବିକାଶ ସମ୍ପର୍କରେ ମନ୍ଦିର କମିଟି ସଦସ୍ୟ, ପୂଜକ ଓ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିଥିଲେ। ଖୁବଶୀଘ୍ର ଏହି ପୀଠର ରୂପରେଖ ବଦଳିବ ବୋଲି ସୁଚନା ଦେଇଥିଲେ।

ଏହାପରେ ଶଙ୍କରପୁର ସ୍ଥିତ ଧରଣୀଧର କ୍ରୀଡ଼ା କମ୍ପ୍ଲେକ୍ସ ଯାଇ ବିଭିନ୍ନ ନୂଆ ନିର୍ମାଣ ସବୁ ବୁଲି ଦେଖିଥିଲେ । ଫୁଟବଲ ଗ୍ରାଉଣ୍ଡ, ଆଥଲେଟିକ ଗ୍ରାଉଣ୍ଡ, ଇଣ୍ଡୋର ବ୍ୟାଡ଼ମିଣ୍ଟନ କୋର୍ଟ, ଆର୍ଚେରି ଗ୍ରାଉଣ୍ଡ ଏବଂ ଇଣ୍ଡୋର ଜିମ୍ ପରିଦର୍ଶନ କରିବା ସାଙ୍ଗକୁ ଉପସ୍ଥିତ ଖେଳାଳିମାନଙ୍କର ସହ ଆଲୋଚନା କରିଥିଲେ। ସମସ୍ତଙ୍କୁ ଉନ୍ନତମାନର ତାଲିମ୍, ଖାଦ୍ୟପେୟ ଓ ହଷ୍ଟେଲ ସୁବିଧା ମିଳୁଥିବା ଜାଣି ସନ୍ତୋଷ ବ୍ୟକ୍ତ କରିଥିଲେ। କ୍ୟାମ୍ପସରେ ବୃକ୍ଷରୋପଣ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଥିଲେ।

ସେଠାରୁ ସିଧା ଘଟଗାଁ ଗସ୍ତ କରିଥିଲେ ୫-ଟି ସଚିବ। ଘଟଗାଁରେ ପହଞ୍ଚିବା ପରେ ପ୍ରଥମେ ମା ତାରିଣୀଙ୍କ ପୀଠକୁ ଯାଇ ଦର୍ଶନ କରିବା ସହ ଆଶୀର୍ବାଦ ଭିକ୍ଷା କରିଥିଲେ। ମନ୍ଦିର ପରିଚାଳନା କମିଟି ଓ ଦେହୁରୀ ସେବାୟତଙ୍କ ସହ ଆଲୋଚନା କରି ଖୁବଶୀଘ୍ର ମା’ଙ୍କର ପୀଠର ବିକାଶ କାମ ହାତକୁ ନିଆଯାଇ ଏହାର ରୁପାନ୍ତର କରାଯିବ ବୋଲି କହିଥିଲେ।

ତା’ପରେ ସ୍ଥାନୀୟ ମିନି ଷ୍ଟାଡିୟମ ଠାରେ କୃଷକ, ମିଶନ ଶକ୍ତି ମହିଳା ଓ ସ୍ଥାନୀୟ ଜନସାଧାରଣଙ୍କ ବିଶାଳ ସମାବେଶକୁ ଶ୍ରୀ ପାଣ୍ଡିଆନ ସମ୍ବୋଧିତ କରିଥିଲେ । ଏହି ଅବସରରେ ସମସ୍ତଙ୍କ ଆଗରେ ସେ ନିଜ ଚାକିରି ଜୀବନର ପୁରୁଣା ସ୍ମୃତିକୁ ସାଉଣ୍ଟିଥିଲେ। ଓଡ଼ିଶା କ୍ୟାଡରରେ ଯୋଗଦେବାପରେ ସେ କିଭଳି କେନ୍ଦୁଝର ଜିଲ୍ଲାରେ ପ୍ରଥମ ପୋଷ୍ଟିଂ ପାଇଥିଲେ ଏବଂ ପ୍ରଥମ କରି କିଭଳି ମା’ ତାରିଣୀଙ୍କ ଦର୍ଶନ ପାଇଁ ଆସିଥିଲେ, ସେ କଥା ବର୍ଣ୍ଣନା କରି ଥିଲେ। ଏଥିସହ ପୁରୀ ଶ୍ରୀମନ୍ଦିର, ତାରା ତାରିଣୀ ଓ ସମଲେଇ ପୀଠ ଭଳି ଘଟଗାଁରେ ମଧ୍ୟ ମା ତାରିଣୀଙ୍କ ପୀଠର ବିକାଶ କରାଯିବ।

ସେହିଭଳି ଗୁଣ୍ଡିଚାଘାଗି ଜଳପ୍ରପାତର ମଧ୍ୟ ଉନ୍ନତିକରଣ ହେବ। ଆଗାମୀ ୫୦୦ ବର୍ଷକୁ ଆଖିରେ ରଖି ଭିତ୍ତିଭୂମି ନିର୍ମାଣ ହେବ ଏବଂ କାର୍ଯ୍ୟ ଆରମ୍ଭ ହେବାର ୬ ମାସ ମଧ୍ୟରେ ଏହାକୁ ଶେଷ କରାଯିବ। ଏଥିପାଇଁ ସେ ସ୍ଥାନୀୟ ଅଞ୍ଚଳବାସୀଙ୍କ ସହଯୋଗ କାମନା କରିଥିଲେ।

 

ଏହାପରେ ଶ୍ରୀ ପାଣ୍ଡିଆନ ବାଂଶପାଳ ବ୍ଲକ ଅନ୍ତର୍ଗତ ଗୋନାସିକା ଅଭିମୂଖେ ବାହାରିଥିଲେ। ସେଠାରେ ଜୁଆଙ୍ଗ ପିଲାଙ୍କ ପାଇଁ ଏସସି, ଏସଟି ବିକାଶ ବିଭାଗ ଅଧିନରେ କାର୍ଯ୍ୟ କରୁଥିବା ଶିକ୍ଷାନିକେତନ ଓ ଏହା ଅନ୍ତର୍ଗତ ବାଳିକା ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରିଥିଲେ। ସ୍କୁଲରେ ୫ ଟି ରୁପାନ୍ତର ଦେଖି ଖୁସି ହେବାସହ ସେ ଏନେଇ ପିଲାମାନଙ୍କ ସହ ଅଧିକ ଆଲୋଚନା କରିଥିଲେ। ଖୁବଶୀଘ୍ର ଏହି ଶିକ୍ଷାନିକେତନରେ ଯୁକ୍ତଦୁଇ ପାଠ୍ୟକ୍ରମ ଆରମ୍ଭ ହେବ ବୋଲି ପ୍ରକାଶ କରିଛନ୍ତି।

ପରେ, ବୈତରଣୀ ନଦୀର ଉତ୍ପତିସ୍ଥଳ ତଥା ଗୁପ୍ତଗଙ୍ଗା ସ୍ଥଳୀ ପରିଦର୍ଶନ କରି ଏହାର ବିକାଶ ଦିଗରେ ଉପସ୍ଥିତ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ । ଏନେଇ ସବିଶେଷ ପ୍ରକଳ୍ପ ରିପୋର୍ଟ (ଡିପିଆର) ପ୍ରସ୍ତୁତ କରିବାକୁ ସେ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଥିଲେ।

ସେଠାରୁ ପ୍ରସିଦ୍ଧ ଶୈବପୀଠ ବ୍ରହ୍ମେଶ୍ୱର ମନ୍ଦିର ଯାଇ ପୂଜାର୍ଚ୍ଚନା କରିବା ସହ ମନ୍ଦିର ଏବଂ ପାରିପାର୍ଶ୍ୱିକ ବିକାଶ କାମ ଖୁବଶୀଘ୍ର କରାଯିବ ବୋଲି କହିଥିଲେ ୫-ଟି ସଚିବ। ସେହିଠାରେ କୃଷକ, ମିଶନ ଶକ୍ତି ମହିଳା ଓ ସ୍ଥାନୀୟ ଲୋକଙ୍କ ଏକ ସମାବେଶକୁ ମଧ୍ୟ ସମ୍ବୋଧିତ କରିଥିଲେ। ଅଞ୍ଚଳବାସୀଙ୍କ ସମସ୍ତ ଦାବି ସେ ମୁଖ୍ୟମନ୍ତ୍ରୀଙ୍କ ନଜରକୁ ଆଣିବେ ଏବଂ ସରକାରୀ ବିଧି ବ୍ୟବସ୍ଥା ଆଧାରରେ ସେ ସବୁ ପୂରଣ ହେବ ବୋଲି ସଚିବ ଉପସ୍ଥିତ ଲୋକଙ୍କୁ ପ୍ରତିଶ୍ରୁତି ଦେଇଥିଲେ।

ସେଠାରୁ ଶ୍ରୀ ପାଣ୍ଡିଆନ ହରିଚନ୍ଦନପୁର ବ୍ଲକ ଅନ୍ତର୍ଗତ କୁସୁମଯୋଡ଼ି ଯାଇ ସ୍ଥାନୀୟ ମହିଳା କୃଷକ ବଜାର ପରିଦର୍ଶନ କରିଥିଲେ। କୃଷି ଉତ୍ପାଦନ କ୍ଲଷ୍ଟର(ଏପିସି) କାର୍ଯ୍ୟକ୍ରମ ମାଧ୍ୟମରେ କିଭଳି ମହିଳା ଚାଷୀମାନେ ଲାଭାନ୍ୱିତ ହୋଇପାରିଛନ୍ତି ସେସବୁ ଦେଖି ସେ ଖୁସିବ୍ୟକ୍ତ କରିଥିଲେ ଏବଂ ସବୁବେଳେ ସେମାନଙ୍କ ସହଯୋଗ ପାଇଁ ରାଜ୍ୟ ସରକାର ତତ୍ପର ଅଛନ୍ତି ବୋଲି ଆଶ୍ଵାସନା ଦେଇ ଥିଲେ। ଏହାପରେ ସେ ବଘାମୁଣ୍ଡା ସ୍ଥିତ ଟସର ସିଲ୍କ ପାର୍କ ଅଭିମୂଖେ ବାହାରିଥିଲେ। ସେଠାରେ ସେ ମହିଳାମାନେ କିଭଳି ବିଭିନ୍ନ ଯନ୍ତ୍ରପାତି ବ୍ୟବହାର କରି ଟସର ସିଲ୍କରୁ ବିଭିନ୍ନ ଦ୍ରବ୍ୟ ପ୍ରସ୍ତୁତ କରୁଛନ୍ତି, ସେ ସବୁ ଦେଖିଥିଲେ। ସେଣ୍ଟରଟିର କାର୍ଯ୍ୟପ୍ରଣାଳୀ ଉପରେ ପଚାରି ବୁଝିବା ସହ ପ୍ରସ୍ତୁତ ଦେଉଥିବା ସମସ୍ତ ଦ୍ରବ୍ୟର ବ୍ରାଣ୍ଡିଂ ଓ ମାର୍କେଟିଂ ଲାଗି ରାଜ୍ୟ ସରକାର ସହାୟତା ଯୋଗାଇଦେବେ ବୋଲି 5ଟି ସଚିବ କହିଥିଲେ। ଏହି ଅବସରରେ ସେ ସ୍ଥାନୀୟ ଲୋକଙ୍କ ଦାବି ମୁତାବକ ସିତାବିଞ୍ଜି ମନ୍ଦିରର ବିକାଶ କାମ ମଧ୍ୟ ହାତକୁ ନିଆଯିବ ବୋଲି ପ୍ରକାଶ କରିଛନ୍ତି।

ଶ୍ରୀ ପାଣ୍ଡିଆନ ପରେ ହାଟଡିହି ବ୍ଲକ ଅନ୍ତର୍ଗତ ସୁନ୍ଦରପାଳ ଠାରେ ପହଞ୍ଚିଥିଲେ। ସେଠାରେ ସେ ବହୁସଂଖ୍ୟାରେ ଏକତ୍ରିତ ହୋଇଥିବା ମହିଳା, ଚାଷୀ ଓ ବିଭିନ୍ନ ବର୍ଗର ଲୋକଙ୍କ ସହ ବାର୍ତ୍ତାଳାପରେ ସାମିଲ ହୋଇଥିଲେ। ଲୋକଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ ଅଛନ୍ତି ଏବଂ ଚାଷୀଙ୍କ ସମସ୍ୟାର ସମାଧାନ ସରକାରଙ୍କ ପ୍ରଥମିକତା ବୋଲି କହିଥିଲେ। ଏହାପରେ ସେ ଗ୍ରାମୀଣ ପାନୀୟ ଜଳ ଯୋଗାଣ ଉଦ୍ଦେଶ୍ୟରେ ସଙ୍ଗମ ଠାରେ ଜାରି ରହିଥିବା ଜଳ ବିଶୋଧନାଗାର ପରିଦର୍ଶନ କରିବା ସହ ମେଗା ପାଇପ୍ ଜଳ ଯୋଗାଣ ପ୍ରକଳ୍ପର ଅଗ୍ରଗତି ନେଇ ସମୀକ୍ଷା କରିଥିଲେ ଏବଂ ନିର୍ଦ୍ଧାରିତ ସମୟସୀମା ଅନୁଯାୟୀ ପ୍ରକଳ୍ପ ସଂପୂର୍ଣ୍ଣ କରିବାକୁ ପରାମର୍ଶ ଦେଇଥିଲେ।

ପରେ ସେ ଆନନ୍ଦପୁର ବ୍ୟାରେଜ୍ ସାଇଟ୍ ପରିଦର୍ଶନ କରି ଚାଲିଥିବା କାର୍ଯ୍ୟଗୁଡ଼ିକର ସମୀକ୍ଷା କରିଥିଲେ। ଚାଲିଥିବା କେନାଲ କାର୍ଯ୍ୟ ବିଷୟରେ ତାଙ୍କୁ ସୂଚନା ଦିଆଯାଇଥିଲା ଯାହା କି କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲାର ପ୍ରାୟ ୬୦,୦୦୦ ହେକ୍ଟର ଅଞ୍ଚଳରେ ଜଳସେଚନର ସମ୍ଭାବନା ସୃଷ୍ଟି କରିବ। ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ପ୍ରକଳ୍ପର ସମାପ୍ତି ନିଶ୍ଚିତ କରିବାକୁ ସେ ପରାମର୍ଶ ଦେଇଛନ୍ତି।

୫-ଟି ସଚିବଙ୍କ ଗସ୍ତ ଅବସରରେ କ୍ରୀଡା ସଚିବ ଆର୍ ଭିନିଲ କ୍ରିଷ୍ଣା ,ଜିଲ୍ଲାପାଳ ଆଶିଷ ଥାକରେ ,ଏସ୍ ପି ନୀତିଶ କୁଶାଲକର ପ୍ରମୁଖ ଉପସ୍ଥିତ ଥିଲେ।

Previous Post

୧୪୦୦ କୋଟି ଟଙ୍କାର ବଡବିଲ୍ ରିଂ ରୋଡ୍ କାମ ଖୁବ୍ ଶୀଘ୍ର

Next Post

କରିତକର୍ମା ବାବୁଙ୍କ ଏମିତି ସମ୍ପତ୍ତି

Next Post
କରିତକର୍ମା ବାବୁଙ୍କ ଏମିତି ସମ୍ପତ୍ତି

କରିତକର୍ମା ବାବୁଙ୍କ ଏମିତି ସମ୍ପତ୍ତି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA