Thursday, May 7, 2026 09:15 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ପାଣ୍ଡିଆନ୍ ଙ୍କ କଳାହାଣ୍ଡି ଗସ୍ତର ଦ୍ୱିତୀୟ ଦିନ

by Our Correspondent
20 May, 2023- 08:17 PM
in Latest News, News
1 min read
0
ପାଣ୍ଡିଆନ୍ ଙ୍କ କଳାହାଣ୍ଡି ଗସ୍ତର ଦ୍ୱିତୀୟ ଦିନ

ଭୁୁବନେଶ୍ୱର: ୫-ଟି ସଚିବ ଭି.କେ. ପାଣ୍ଡିଆନ ଆଜି କଳାହାଣ୍ଡି ଗସ୍ତର ଦ୍ୱିତୀୟ ଦିନରେ ଅନେକ ପ୍ରକଳ୍ପ ପରିଦର୍ଶନ କରି ତାର ଉନ୍ନତିକରଣ ପାଇଁ ପଦକ୍ଷେପ ନେଇଛନ୍ତି ।

ପ୍ରଥମେ ସେ ପିପଳ ନଳା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଅଞ୍ଚଳ ଗସ୍ତ କରି ସେଠାରେ ଏହାର ଉନ୍ନତି ପାଇଁ ସ୍ଥାନୀୟ ଲୋକ ଓ ବିଭାଗୀୟ ଇଂଜିନିଅର ମାନଙ୍କ ସହ ଆଲୋଚନା କରିଥିଲେ । ପିପଳ ନଳାର ଜଳସେଚନ କ୍ଷମତାର ବୃଦ୍ଧି ତଥା ଏଠାରେ ଏକ ପର୍ଯ୍ୟଟନ ବିକାଶ କାର୍ଯ୍ୟକ୍ରମ ହାତକୁ ନେବା ପାଇଁ ସେ ନିଷ୍ପତ୍ତି ନେଇଥିଲେ । ଏହାର ବିସ୍ତୃତ ପ୍ରକଳ୍ପ ରିପୋର୍ଟ ଏକ ମାସ ମଧ୍ୟରେ ପ୍ରସ୍ତୁତ କରି ପ୍ରଦାନ କରିବାକୁ ସେ ପରାମର୍ଶ ଦେଇଛନ୍ତି ।

କଳାହାଣ୍ଡିରେ ଜଳସେଚନର ବିକାଶ ପାଇଁ ହାତୀ ନଦୀର ଉଭୟ ପାର୍ଶ୍ବରେ ଅଧିକ ମେଗା ଲିଫ୍ଟ ଜଳସେଚନ ପ୍ରକଳ୍ପ କରିବାପାଇଁ ଶ୍ରୀ ପାଣ୍ଡିଆନ ଜଳସଂପଦ ବିଭାଗର ଇଂଜିନିଅର ମାନଙ୍କୁ ପରାମର୍ଶ ଦେଇଛନ୍ତି । ଏଥିପାଇଁ ସ୍ୱତନ୍ତ୍ର ସର୍ଭେ କରି ତୁରନ୍ତ ରିପୋର୍ଟ ପ୍ରଦାନ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି ।

ଏହାପରେ ସେ ଥୁଆମୁଳ-ରାମପୁର ଯାଇ ସେଠାରେ ସାଧାରଣ ଲୋକ ଓ ଛାତ୍ରଛାତ୍ରୀ ମାନଙ୍କ ସହିତ ଆଲୋଚନା କରିଥିଲେ। ସେଠାରେ ଏକ ଯୁକ୍ତ-୩ ଡିଗ୍ରୀ କଲେଜ ସ୍ଥାପନ ପାଇଁ ସମସ୍ତଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏ ସଂପର୍କରେ ଖୁବଶୀଘ୍ର ନିଷ୍ପତ୍ତି ନେବେ ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଏ ଅଞ୍ଚଳରେ ଆଶାର ଆଲୋକ ଆଣିବ ବୋଲି ସେ ଆଶାପ୍ରକାଶ କରିଥିଲେ।

ଭଟଙ୍ଗପଦର ହାଇସ୍କୁଲ ପଡିଆରେ ସେ ସ୍ଥାନୀୟ ଛାତ୍ରଛାତ୍ରୀ ଓ ମିଶନ ଶକ୍ତି ଗୋଷ୍ଠୀର ସଦସ୍ୟ ମାନଙ୍କ ସହିତ ଆଲୋଚନା କରି ସେମାନଙ୍କର ସୁବିଧା ଅସୁବିଧା ସଂପର୍କରେ ବୁଝିଥିଲେ ଏବଂ ଏହାର ସମାଧାନ ପାଇଁ ସ୍ଥାନୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ ।

କଳାହାଣ୍ଡିର ଥୁଆମୁଳ-ରାମପୁର ଠାରେ ପ୍ରସିଦ୍ଧ ମା ମାଣିକେଶ୍ୱରୀ ମନ୍ଦିର ପରିଦର୍ଶନ କରି ସେ ମା’ଙ୍କ ପୂଜାର୍ଚ୍ଚନା କରିଥିଲେ । ଏହାପରେ ସ୍ଥାନୀୟ ଜନସାଧାରଣ ଓ ମନ୍ଦିର କମିଟି ସଦସ୍ୟ ମାନଙ୍କ ସହିତ ଆଲୋଚନା କରି ଏହାର ପୁନର୍ବିକାଶ ଉପରେ ଗୁରୁତ୍ୱ ଆରୋପ କରିଥିଲେ । ଏଥିପାଇଁ ଖର୍ଚ୍ଚ ଏକ ଆକଳନ କରି ଏକ ସପ୍ତାହ ମଧ୍ୟରେ ରିପୋର୍ଟ ପ୍ରଦାନ କରିବାକୁ ଶ୍ରୀ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ ।

କଲମପୁର ମିନି ଷ୍ଟାଡିଅମ ଠାରେ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରି ଷ୍ଟାଡିଅମର ଅଧିକ ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ ।

କଲମପୁର, ଆମପାଣି, ଧରମଗଡ ଓ ଥୁଆମୁଳ-ରାମପୁର ଆଦି ଅଞ୍ଚଳରେ କ୍ରୀଡାର ବିକାଶ ପାଇଁ ବ୍ଳକ୍‌ ମୁଖ୍ୟାଳୟ ଅଞ୍ଚଳରେ ଖେଳପଡିଆର ବିକାଶ କରାଯିବା ସହିତ ବିଭିନ୍ନ କ୍ରୀଡା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ । ଏହାଦ୍ୱାରା ଏ ଅଞ୍ଚଳ ଗୁଡିକରେ ଯୁବକଯୁବତୀ ମାନଙ୍କ ପାଇଁ କ୍ରୀଡା କ୍ଷେତ୍ରରେ ନୂଆ ସମ୍ଭାବନା ସୃଷ୍ଟି ହେବ ବୋଲି ଶ୍ରୀ ପାଣ୍ଡିଆନ କହିଛନ୍ତି ।

ଏହାପରେ ଶ୍ରୀ ପାଣ୍ଡିଆନ ମଙ୍ଗଳପୁର ବ୍ୟାରେଜ ଠାରେ ଇନ୍ଦ୍ରାବତୀ ପାର୍କ ଓ ମ୍ୟୁଜିଅମ ପରିଦର୍ଶନ କରିଥିଲେ । ସେଠାରେ ମା ଇନ୍ଦ୍ରାବତୀଙ୍କ ମନ୍ଦିରର ନିର୍ମାଣ କାର୍ଯ୍ୟ ମଧ୍ୟ ଦେଖିଥିଲେ। ଏହି ମନ୍ଦିର ଓ ମ୍ୟୁଜିଅମ ପାଇଁ ଆହୁରି ଅତିରିକ୍ତ ୧୪ କୋଟି ଟଙ୍କା ଯୋଗାଇ ଦିଆଯିବ ବୋଲି ସେ ସୂଚନା ଦେଇଥିଲେ ଥିଲେ । ଏହାପରେ ସେ ଇନ୍ଦ୍ରାବତୀ ଦକ୍ଷିଣ କେନାଲର ଲାଇନିଂ କାମ ବୁଲି ଦେଖିଥିଲେ। ଏହି କାମ ଠିକ୍‌ ସମୟରେ ଶେଷ କରିବାକୁ ସେ ବିଭାଗୀୟ ଇଂଜିନିଅର ମାନଙ୍କୁ ପରାମର୍ଶ ଦେଇଥିଲେ ।

ଆମପାଣି ଠାରେ ପ୍ରସିଦ୍ଧ ବୁଢାରାଜା ମନ୍ଦିର ପରିଦର୍ଶନ କରି ଶ୍ରୀ ପାଣ୍ଡିଆନ ପୂର୍ଜାର୍ଚ୍ଚନା କରିଥିଲେ ଏବଂ ମନ୍ଦିରର ଉନ୍ନତି ଓ ସୌନ୍ଦର୍ଯ୍ୟକରଣ ପାଇଁ ୧୫ ଦିନ ମଧ୍ୟରେ ଡିପିଆର ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଡୋକ୍ରିଚାଞ୍ଚରା ଓ ଗୁଡହାଣ୍ଡି ଠାରେ ସ୍ଥାନୀୟ ଲୋକ ଓ ବନ କମିଟି ସଦସ୍ୟ ମାନଙ୍କ ସହ ଆଲୋଚନା କରି ସ୍ଥାନୀୟ ଲୋକଙ୍କ ସୁବିଧା ପାଇଁ ପଦକ୍ଷପ ନେବାକୁ ଡିଏଫଓଙ୍କୁ ପରାମର୍ଶ ଦେଇଥିଲେ। ଏଥିପାଇଁ ଏକ ମାସ ମଧ୍ୟରେ ଡିପିଆର୍ ପ୍ରସ୍ତୁତ କରିବା ପାଇଁ ପରାମର୍ଶ ଦେଇଥିଲେ। ଡୋକ୍ରିଚାଞ୍ଚରା ଅଞ୍ଚଳର ସାମଗ୍ରିକ ବିକାଶ ପାଇଁ ପଦକ୍ଷେପ ନିଆଯିବ ବୋଲି ଶ୍ରୀ ପାଣ୍ଡିଆନ ଦୃଢ ପ୍ରତିଶୃତି ଦେଇଥିଲେ ।

ଧରମଗଡରେ ମା ଭଣ୍ଡାରଘରଣୀ ମନ୍ଦିର ପରିଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ ଏବଂ ଏହା ଅଧିକ ଉନ୍ନତି ପାଇଁ ପ୍ରସ୍ତାବ ଆହ୍ଵାନ ଦେଇଥିଲେ। ଗମ୍ଭାରୀଗୁଡା ଠାରେ ଯଶୋଦା ଅନନ୍ତ ଆଶ୍ରମ ପରିଦର୍ଶନ କରି ସେଠାରେ ଅନ୍ତେବାସୀଙ୍କ ସହ ଆଲୋଚନା କରି ଆଶ୍ରମର ଉନ୍ନତି ପାଇଁ ପଦକ୍ଷେପ ନେବାକୁ ସ୍ଥାନୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ । ଯଶୋଦା ଆଶ୍ରମ ରେ Dinning hall, computer room, library ଓ ପାର୍କ ର ବିକାଶ କରାଯିବ ବୋଲି ଶ୍ରୀ ପାଣ୍ଡିଆନ୍ କହିଥିଲେ ।

ଧର୍ମଗଡ଼ରେ ସବ୍‌ଡିଭିଜିନାଲ ହସ୍‌ପିଟାଲ ପରିଦର୍ଶନ କରି ଶ୍ରୀ ପାଣ୍ଡିଆନ ସେଠାରେ ଚାଲିଥିବା ଆମ ହସ୍‌ପିଟାଲ କାର୍ଯ୍ୟକ୍ରମକୁ ସମୀକ୍ଷା କରିଥିଲେ । ରୋଗୀ ମାନଙ୍କ ସାମଗ୍ରିକ ସୁବିଧାକୁ ଦୃଷ୍ଟିରେ ରଖି ହସ୍‌ପିଟାଲ ବିକାଶ କରିବାକୁ ସେ ପରାମର୍ଶ ଦେଇଥିଲେ । ଯଶୋଦା ଆଶ୍ରମ ଅନ୍ତେବାସୀଙ୍କ ସହିତ ମଧ୍ୟାହ୍ନ ଭୋଜନ ମଧ୍ୟ କରିଥିଲେ ।

ଏହାପରେ ସେ ଧର୍ମଗଡ଼ ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିଅମ, ପଞ୍ଚାୟତ କଲେଜ, କଲ୍ୟାଣ ମଣ୍ଡପ ଆଦି ପରିଦର୍ଶନ କରି ସ୍ଥାନୀୟ ଲୋକ, ମିଶନ ଶକ୍ତି ସଦସ୍ୟା ଓ ଛାତ୍ରଛାତ୍ରୀ ମାନଙ୍କ ସହ ଆଲୋଚନା କରି ସେ ସବୁ ସ୍ଥାନର ଅଧିକ ବିକାଶ ପାଇଁ ସେମାନଙ୍କ ଠାରୁ ମତାମତ ଗ୍ରହଣ କରିଥିଲେ ।

Previous Post

ବଂଶଲଙ୍କ ବିଜେଡିମୁକ୍ତ ଓଡ଼ିଶା ପ୍ଲାନ୍

Next Post

ବିଷ ବୁଣିଲେ ନାଥୁରାମ ଭକ୍ତ !

Next Post
ବିଷ ବୁଣିଲେ ନାଥୁରାମ ଭକ୍ତ !

ବିଷ ବୁଣିଲେ ନାଥୁରାମ ଭକ୍ତ !

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA