Wednesday, September 23, 2026 01:39 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ପାଣ୍ଡିଆନ୍ ଙ୍କ କେନ୍ଦ୍ରାପଡ଼ା ଗସ୍ତର ଦ୍ୱିତୀୟ ଦିନ

by Our Correspondent
28 Apr, 2023- 08:04 PM
in Latest News, News
1 min read
0
ପାଣ୍ଡିଆନ୍ ଙ୍କ କେନ୍ଦ୍ରାପଡ଼ା ଗସ୍ତର ଦ୍ୱିତୀୟ ଦିନ

ଭୁବନେଶ୍ୱର: କେନ୍ଦ୍ରାପଡା ଜିଲ୍ଲା ଗସ୍ତରେ ଥିବା ୫-ଟି ସଚିବ ଭି.କେ. ପାଣ୍ଡିଆନ ଆଜି ଦ୍ୱିତୀୟ ଦିନରେ ମଧ୍ୟ ବିଭିନ୍ନ ଉନ୍ନୟନମୂଳକ କାମ ଅନୁଧ୍ୟାନ କରିବା ସହିତ ଏହାର ଅଗ୍ରଗତି ପାଇଁ ପଦକ୍ଷେପ ନେବାକୁ ଆବଶ୍ୟକ ପରାମର୍ଶ ଓ ନିର୍ଦ୍ଦେଶ ଦେଇଛନ୍ତି ।

ଶ୍ରୀ ପାଣ୍ଡିଆନ ଆଜି କେନ୍ଦ୍ରାପଡା ଜିଲ୍ଲାର ଆଉ କେତେକ ମଠ ମନ୍ଦିରର ଉନ୍ନତିକରଣ ପାଇଁ ପଦକ୍ଷେପ ନେଇଛନ୍ତି। ଆଳିର ଡେମାଳସ୍ଥିତ ଲକ୍ଷ୍ମୀବରାହ ମନ୍ଦିର, କେରେଡାଗଡସ୍ଥିତ ଜଗନ୍ନାଥ ମନ୍ଦିର ଓ ବାୟାବାବା ମଠ ଆଦି ପରିଦର୍ଶନ କରି ସେଠାରେ ମନ୍ଦିର କମିଟି ସଦଲ୍ୟ, ମଠର ଶିଷ୍ୟଗଣ ଓ ସ୍ଥାନୀୟ ଲୋକମାନଙ୍କ ସହିତ ଆଲୋଚନା କରି ଏସବୁ ଅନୁଷ୍ଠାନର ପାରିପାର୍ଶ୍ବିକ ଉନ୍ନତି ଓ ସୌନ୍ଦର୍ଯ୍ୟକରଣ ପାଇଁ ତୁରନ୍ତ ଡିପିଆର ପ୍ରସ୍ତୁତ କରିବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହାପରେ ସେ ସାତଭାୟା ଗ୍ରାମପଞ୍ଚାୟତର ବଗପଟିଆ ଗାଁରେ ଏକ ଥଇଥାନ ପ୍ରକଳ୍ପ ମଧ୍ୟ ବୁଲି ଦେଖିଥିଲେ। ଏଠାରେ ଥଇଥାନ ହୋଇଥିବା ଲୋକମାନେ ଏକ ପଞ୍ଚୁବରାହୀ ମନ୍ଦିର ନିର୍ମାଣ କରିଛନ୍ତି । ଏହି ମନ୍ଦିରର ଆହୁରି ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ।

୫-ଟି ସଚିବ କେନ୍ଦ୍ରାପଡା ଜିଲ୍ଲା ସଂସ୍କୃତି ଭବନରେ ଜିଲ୍ଲାର ବିଭିନ୍ନ ସରକାରୀ ଓ ସହାୟତାପ୍ରାପ୍ତ କଲେଜ ଗୁଡିକର ପ୍ରତିନିଧି ଓ ଛାତ୍ରମାନଙ୍କୁ ଭେଟିଥିଲେ। ପ୍ରତ୍ୟେକ କଲେଜର ଆବଶ୍ୟକତାରୁ ଦୃଷ୍ଟିରେ ରଖି ଏଗୁଡିକର ଭିତ୍ତିଭୂମି ଓ ଅନ୍ୟାନ୍ୟ ସୁବିଧା ପାଇଁ ରିପୋର୍ଟ ପ୍ରସ୍ତୁତ କରି ପ୍ରସ୍ତାବ ଦେବାକୁ ସେ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ରାଜନଗର ବ୍ଲକ୍‌ର ଭଟପଦାଠାରେ ନିର୍ମଣାଧିନ ଏକ Spurର କାମ ଅନୁଧ୍ୟାନ କରିଥିଲେ । ଏହାସହିତ ହଂସୁଆ ନଦୀର ଦକ୍ଷିଣବନ୍ଧ ପଟେ କେରଡାଗଡ-ଅଳଟଙ୍ଗା ଲୁଣିବନ୍ଧର ମରାମତି କାମ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ସ୍ଥାନୀୟ ଇଂଜିନିଅରଙ୍କୁ ଶ୍ରୀ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ ।

ରାଜକନିକା ଓ ରାଜନଗର ବ୍ଲକର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ସେଠାରେ ଥିବା ବିଭିନ୍ନ ସୁବିଧା, ରୋଗୀସେବା ବ୍ୟବସ୍ଥା ଏବଂ ଅନ୍ୟାନ୍ୟ ବିଷୟରେ ବିଭାଗୀୟ ଅଧିକାରୀ, ରୋଗୀ ଓ ସେମାନଙ୍କ ପରିବାର ଲୋକଙ୍କ ସହିତ ଆଲୋଚନା କରିଥିଲେ ଏବଂ ଏଠାରେ ରୋଗୀଙ୍କୁ ଆହୁରି ସୁବିଧା ପ୍ରଦାନ କରିବାପାଇଁ ପରାମର୍ଶ ଦେଇଥିଲେ । ଆଳି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଥିବା ମା ମଙ୍ଗଳା ସ୍ୱୟଂ ସହାୟକ ଗୋଷ୍ଠୀ ଦ୍ୱାରା ପରିଚାଳିତ ମେଡିକାଲ କ୍ୟାଣ୍ଟିନ ମଧ୍ୟ ୫-ଟି ସଚିବ ପରିଦର୍ଶନ କରିଥିଲେ । ସେଠାରେ SHG ଗୋଷ୍ଠୀର ସଦସ୍ୟା ମାନଙ୍କ ସହିତ ଆଲୋଚନା କରି ସେମାନେ କିପରି ଖାଦ୍ୟ ପ୍ରସ୍ତୁତ କରୁଛନ୍ତି, କେତେ ଲାଭ କରୁଛନ୍ତି, ସେ ସଂପର୍କରେ ପଚାରି ବୁଝିଥିଲେ। ରୋଗୀମାନଙ୍କୁ ଅଧିକ ପୁଷ୍ଟିଯୁକ୍ତ ଓ ସ୍ୱାସ୍ଥ୍ୟକର ଖାଦ୍ୟ ପ୍ରଦାନ କରିବାକୁ ସେ ପରାମର୍ଶ ଦେଇଥିଲେ ।

ଶ୍ରୀ ପାଣ୍ଡିଆନ ଆଳିରେ ଥିବା ଏକ ଫୁଟବଲ ଷ୍ଟାଡିଅମକୁ ମଧ୍ୟ ପରିଦର୍ଶନ କରିଥିଲେ । ସେଠାରେ ୪ ଜଣ ଜାତୀୟ ସ୍ତରର ଖେଳାଳୀ ବାହାରି ଥିବାରୁ ସେ ଖୁସିବ୍ୟକ୍ତ କରିଥିଲେ ଏବଂ ଏହି ଷ୍ଟାଡିଅମର ଅଧିକ ଉନ୍ନତି ପାଇଁ ଏକ ପ୍ରୋଜେକ୍ଟ ରିପୋର୍ଟ ପ୍ରସ୍ତୁତ କରିବାକୁ ସେ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ଏହି ଗସ୍ତ ସମୟରେ ଶ୍ରୀ ପାଣ୍ଡିଆନ ରାଜକନିକା ବ୍ଳକ୍‌ର ତରଶ ହାଇସ୍କୁଲ ଓ ବଡପାଲୀ ହାଇସ୍କୁଲ ପରିଦର୍ଶନ କରିଥିଲେ । ଏହି ଦୁଇଟି ସ୍କୁଲ ଦ୍ୱିତୀୟ ପର୍ଯ୍ୟାୟରେ ୫-ଟି ସ୍କୁଲ ରୂପାନ୍ତିରରେ ସାମିଲ ହୋଇଥିଲା । ଏଠାରେ ସେ ଶିକ୍ଷକ, ଛାତ୍ର, ଅଭିଭାବକ ଓ ପରିଚାଳନା କମିଟିର ସଦସ୍ୟମାନଙ୍କ ସହିତ ଆଲୋଚନା କରି ସେଠାରେ ଥିବା ବିଭିନ୍ନ ବ୍ୟବସ୍ଥାକୁ ଅନୁଧ୍ୟାନ କରିଥିଲେ । ସ୍କୁଲରେ ସୃଷ୍ଟି ହୋଇଥିବା ଏହି ନୂଆ ଆଧୁନିକ ବ୍ୟବସ୍ଥାକୁ ନିଜର ସଂପତ୍ତି ଭଳି ସୁରକ୍ଷିତ ରଖି ପରିଚାଳନା କରିବାକୁ ସେ ପରାମର୍ଶ ଦେଇଥିଲେ ।

ରାଜନଗର ବ୍ଲକ୍‌ର ବାଲିସାହିପାଟଣା ପଞ୍ଚାୟତର ଧଣ୍ଡିଆ ଗ୍ରାମରେ କସ୍ତୁରବା ଗ୍ରାମ ପଞ୍ଚାୟତସ୍ତରୀୟ ଫେଡେରେସନ ଦ୍ୱାରା ପରିଚାଳିତ ଏକ ଦୁଗ୍‌ଧ ପ୍ରକ୍ରିୟାକରଣ ୟୁନିଟ ପରିଦର୍ଶନ କରିଥିଲେ । ଏଠାରେ ସେ ସେମାନଙ୍କର କାର୍ଯ୍ୟ ପ୍ରଣାଳୀ ଯଥା – ଦୈନିକ ଦୁଗ୍‌ଧ ସଂଗ୍ରହ, ପ୍ରକ୍ରିୟାକରଣ, ମାର୍କେଟିଂ ବ୍ୟବସ୍ଥା ଆଦି ସଂପର୍କରେ ଅନୁଧ୍ୟାନ କରି ଏହାର ଉଚ୍ଚପ୍ରଶଂସା କରିଥିଲେ । ମିଶନ ଶକ୍ତି ଗୋଷ୍ଠୀମାନଙ୍କ ଦ୍ବାରା ଏଭଳି କାର୍ଯ୍ୟକ୍ରମ ଅନ୍ୟମାନଙ୍କ ପାଇଁ ଉଦାହରଣ ଯୋଗ୍ୟ ବୋଲି ସେ କହିଥିଲେ । ରାଜନଗର ବ୍ଲକ୍‌ରେ ବ୍ଲକ୍‌ସ୍ତରୀୟ ଫେଡେରେସନ ଦ୍ୱାରା ପରିଚାଳିନତ ଏକ ମିଶନ ଶକ୍ତି କେଫ୍ ମଧ୍ୟ ପରିଦର୍ଶନ କରି ଶ୍ରୀ ପାଣ୍ଡିଆନ ସେମାନଙ୍କ ସହିତ ଆଲୋଚନା କରି ସେମାନଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରିଥିଲେ।

ଗସ୍ତର ଶେଷରେ ଶ୍ରୀ ପାଣ୍ଡିଆନ୍ ଜିଲ୍ଲା ସଂସ୍କୃତି ଭବନ ରେ ଜିଲ୍ଲାର ବିଭିନ୍ନ କଲେଜ ର ଛାତ୍ରଛାତ୍ରୀଙ୍କୁ ଭେଟି ସେମାନଙ୍କ କଲେଜର ବିକାଶ ସମ୍ପର୍କରେ ଆଲୋଚନା କରିଥିଲେ।

ଏହି ପରିଦର୍ଶନ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର ସଚିବ ଆର୍ ଭିନିଲ କ୍ରିଷ୍ଣା ,କେନ୍ଦ୍ରାପଡା ଜିଲ୍ଲାପାଳ ଓ ବିଭିନ୍ନ ବିଭାଗର ସଂପୃକ୍ତ ଅଧିକାରୀମାନେ ଉପସ୍ଥିତ ଥିଲେ ।

Previous Post

ବିଏସକେୱାଇ ଟଙ୍କା ଲୁଟିବା ପାଇଁ ସିଜେରିଆନ୍ ଡେଲିଭରି!

Next Post

ଶ୍ରୀମନ୍ଦିରରେ ନୂଆ ମୁଖ୍ୟ ପ୍ରଶାସକ ନିଯୁକ୍ତ

Next Post
ଶ୍ରୀମନ୍ଦିରରେ ନୂଆ ମୁଖ୍ୟ ପ୍ରଶାସକ ନିଯୁକ୍ତ

ଶ୍ରୀମନ୍ଦିରରେ ନୂଆ ମୁଖ୍ୟ ପ୍ରଶାସକ ନିଯୁକ୍ତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA