Sunday, April 5, 2026 06:37 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଛାତ୍ରଛାତ୍ରୀ, ପ୍ରଧାନଶିକ୍ଷକ, ସରପଞ୍ଚଙ୍କ ସହ ପାଣ୍ଡିଆନଙ୍କ ମାରାଥନ ବୈଠକ

ଚତୁର୍ଥ ପର୍ଯ୍ୟାୟ ୫-ଟି ସ୍କୁଲ ରୂପାନ୍ତର ନକ୍‌ସା ପ୍ରସ୍ତୁତି

by Our Correspondent
19 Jul, 2023- 06:38 PM
in Latest News, News
1 min read
0
ଛାତ୍ରଛାତ୍ରୀ, ପ୍ରଧାନଶିକ୍ଷକ, ସରପଞ୍ଚଙ୍କ ସହ ପାଣ୍ଡିଆନଙ୍କ ମାରାଥନ ବୈଠକ

ଭୁୁବନେଶ୍ୱର: ଚତୁର୍ଥ ପର୍ଯ୍ୟାୟ ୫-ଟି ସ୍କୁଲ ରୂପାନ୍ତର ନକ୍ସା ପ୍ରସ୍ତୁତି କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ ଚାଲିଛି । ନିଜେ ୫-ଟି ସଚିବ ଭି.କେ.ପାଣ୍ଡିଆନ ସମସ୍ତଙ୍କଠାରୁ ମତାମତ ନେଇ ଏହି କାର୍ଯ୍ୟର ତଦାରଖ କରୁଛନ୍ତି । ଗତକାଲି ଏବଂ ଆଜି ଦୁଇଦିନ ଧରି ସେ ଗଞ୍ଜାମ, ବରଗଡ଼, କେନ୍ଦୁଝର, କଟକ, ମୟୁରଭଞ୍ଜ, ମାଲକାନଗିରି, ପୁରୀ, ଗଜପତି, ଢ଼େଙ୍କାନାଳ ଆଦି ୯ ଟି ଜିଲ୍ଲାର ୭୫୨ ଟି ହାଇସ୍କୁଲ ପ୍ରଧାନଶିକ୍ଷକ, ଛାତ୍ରଛାତ୍ରୀ, ପୁରାତନ ଛାତ୍ରଛାତ୍ରୀ, ସରପଞ୍ଚ ଓ ସ୍କୁଲ ପରିଚାଳନା କମିଟିର ସଦସ୍ୟମାନଙ୍କ ସହିତ ମାରାଥନ ବୈଠକ କରିଛନ୍ତି ।

ଏ ପର୍ଯ୍ୟନ୍ତ ରାଜ୍ୟରେ ତିନୋଟି ପର୍ଯ୍ୟାୟରେ ୬୮୮୩ ହାଇସ୍କୁଲ ରୂପାନ୍ତର କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି । ଡିସେମ୍ବର ୨୦୨୩ ସୁଦ୍ଧା ରାଜ୍ୟର ସମସ୍ତ ୮୬୫୪ ସରକାରୀ ହାଇସ୍କୁଲଗୁଡ଼ିକରେ ରୂପାନ୍ତର କାମ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

ଏହି ପରିପ୍ରେକ୍ଷୀରେ ୫-ଟି ସଚିବ ଶ୍ରୀ ପାଣ୍ଡିଆନ୍ ଛାତ୍ରଛାତ୍ରୀ, ପ୍ରଧାନଶିକ୍ଷକ, ସରପଞ୍ଚମାନଙ୍କ ସହ ସେମାନଙ୍କ ସ୍କୁଲରେ ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ କିଭଳି କାର୍ଯ୍ୟକାରୀ କରାଯିବ ସେ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଛନ୍ତି । ୫-ଟି ସଚିବଙ୍କ ସହ ଛାତ୍ରଛାତ୍ରୀମାନେ ସେମାନଙ୍କ ଆବଶ୍ୟକତା ସମ୍ପର୍କରେ ଖୋଲା ମତପୋଷଣ କରିଛନ୍ତି ।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନମଣ୍ଡଳୀ ହିଞ୍ଜିଳି ଶେରଗଡ଼ରୁ ୨୦୨୧ ମସିହାରେ ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ତିନୋଟି ପର୍ଯ୍ୟାୟରେ ସାରା ରାଜ୍ୟରେ ୬୮୮୩ଟି ହାଇସ୍କୁଲର ରୂପାନ୍ତର ପ୍ରକ୍ରିୟା ସମ୍ପୂର୍ଣ୍ଣ ହୋଇଛି । ଚତୁର୍ଥ ପର୍ଯ୍ୟାୟରେ ୧୭୭୧ ହାଇସ୍କୁଲ ରୂପାନ୍ତର ଏହି ପ୍ରକ୍ରିୟାକୁ ଚୂଡ଼ାନ୍ତ ରୂପ ଦେବ । ଏଥିସହ ରାଜ୍ୟର ସମସ୍ତ ୮୬୫୪ ହାଇସ୍କୁଲର ଭିତ୍ତିଭୂମି ରୂପାନ୍ତର ସମ୍ପୂର୍ଣ୍ଣ ହେବ । ଓଡ଼ିଶାର ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ଅନ୍ୟ ରାଜ୍ୟମାନଙ୍କ ପାଇଁ ମଡେଲ ହୋଇଥିବା ବେଳେ ସରକାରୀ ଶିକ୍ଷାନୁଷ୍ଠାନ ପ୍ରତି ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ଆଗ୍ରହ ବୃଦ୍ଧିରେ ସହାୟକ ହୋଇଛି ।

 

Previous Post

ସମ ହସ୍ପିଟାଲ୍‌ରେ ନ୍ୟୁରୋମୋଡ୍ୟୁଲେସନ୍ ଲ୍ୟାବ୍

Next Post

ମଣିପୁର ଲଜ୍ଜା: ୭୭ ଦିନ ପରେ ହେଜିଲେ

Next Post
ମଣିପୁର ଲଜ୍ଜା: ୭୭ ଦିନ ପରେ ହେଜିଲେ

ମଣିପୁର ଲଜ୍ଜା: ୭୭ ଦିନ ପରେ ହେଜିଲେ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19177 shares
    Share 7671 Tweet 4794
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5814 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA