Friday, May 1, 2026 09:33 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ପାଣ୍ଡିଆନ୍ ଙ୍କ ଗଜପତିଙ୍କ ଗସ୍ତର ଦ୍ୱିତୀୟ ଦିନ

by Our Correspondent
10 May, 2023- 08:09 PM
in Latest News, News
1 min read
0
ପାଣ୍ଡିଆନ୍ ଙ୍କ ଗଜପତିଙ୍କ ଗସ୍ତର ଦ୍ୱିତୀୟ ଦିନ

ଭୁବନେଶ୍ୱର: ୫-ଟି ସଚିବ ଭି.କେ. ପାଣ୍ଡିଆନ ଆଜି ତାଙ୍କର ଗଜପତି ଗସ୍ତର ଦ୍ୱିତୀୟ ଦିନରେ ଛେଳିଗଡ ଜଳସେଚନ ପ୍ରକଳ୍ପ ଅଞ୍ଚଳ ଗସ୍ତ କରି ଅଧିକାରୀ ମାନଙ୍କ ସହିତ ଆଲୋଚନା କରିଥିଲେ । ଏହାପରେ ସେ ଟନେଲ କାର୍ଯ୍ୟ ପରିଦର୍ଶନ କରିଥିଲେ । ଜଳସେଚନ ପ୍ରକଳ୍ପ କାର୍ଯ୍ୟ ତୁରନ୍ତ ଆରମ୍ଭ କରିବାକୁ ଶ୍ରୀ ପାଣ୍ଡିଆନ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଛନ୍ତି । ପ୍ରକଳ୍ପ ଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବା ଜନସାଧାରଣଙ୍କ ଅଭିଯୋଗ ଶୁଣି ତୁରନ୍ତ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଛେଳିଗଡ ଜଳସେଚନ ପ୍ରକଳ୍ପ ଗଜପତି ଜଲ୍ଲାର ଆର. ଉଦୟଗିରି ବ୍ଲକ୍‌ସ୍ଥିତ ଛେଳିଗଡ ଗ୍ରାମରେ କାର୍ଯ୍ୟକାରୀ କରାଯାଉଛି । ଏଥିପାଇଁ ୯୩୬.୬୩ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏଥିପାଇଁ ୧୨୮୦ ମିଟର ଦୀର୍ଘ ଏକ ଲମ୍ବା ଟନେଲ ଖୋଳାଯାଇଛି । ଏହାଦ୍ୱାରା ଗଞ୍ଜାମ ଜିଲ୍ଲାକୁ ପାଣି ଯାଇପାରିବ। ଏହି ପ୍ରକଳ୍ପ ସଂପୂର୍ଣ୍ଣ ହେବାପରେ ଏଥିରେ ୫୨୦୧ ହେକ୍ଟର ମିଟର ପାଣି ସଂରକ୍ଷିତ କରି ରଖାଯାଇପାରିବ ଏବଂ ଗଞ୍ଜାମ ଜିଲ୍ଲାର ୫୭୬୦ ହେକ୍ଟର ଓ ଗଜପତିର ୫୦୦ ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିପାରିବ । ଏହାଦ୍ୱାରା ବ୍ରହ୍ମପୁର ସହରକୁ ପିଇବା ପାଣି ମଧ୍ୟ ଯୋଗାଇ ଦିଆଯିବ। ବ୍ରହ୍ମପୁର ସହରକୁ ପ୍ରତି ସେକେଣ୍ଡରେ ଏକ କ୍ୟୁବିକ୍‌ ମିଟର ପାଣି ମିଳିପାରିବ। ଏହାସହିତ ଗଜପତି ଜିଲ୍ଲାର ଶିଆଳି ଲଟି, କନକତା ଓ ଡେକିଲି ଆଦି ୩ଟି ସ୍ଥାନରେ ମିନି ହାଇଡେଲ ପ୍ରକଳ୍ପ ଜରିଆରେ ୩୬ ମେଗାୱାଟ ବିଦ୍ୟୁତ ମଧ୍ୟ ଉତ୍ପାଦନ କରାଯାଇପାରିବ ।

ଏଥିରେ ୧୫ଟି ଗାଁର କ୍ଷତିଗ୍ରସ୍ତ ଲୋକମାନଙ୍କ ପାଇଁ ୭ଟି ପୁନର୍ବାସ ଓ ଥଇଥାନ କଲୋନୀ କରାଯିବ ଏବଂ ୩ଟି ଥଇଥାନ କଲୋନୀର କାର୍ଯ୍ୟ ସଂପୂର୍ଣ୍ଣ ହେବା ସହିତ ଏଠାରେ ଲୋକମାନେ ରହିବା ଆରମ୍ଭ କଲେଣି। ବାକି ୪ଟିର ନିର୍ମାଣ କାର୍ଯ୍ୟ ଚାଲିଛି । ଏହାକୁ ଖୁବଶୀଘ୍ର ସଂପୂର୍ଣ୍ଣ କରିବାକୁ ଶ୍ରୀ ପାଣ୍ଡିଆନ ପରାମର୍ଶ ଦେଇଥିଲେ । ୨୦୨୫-୨୬ ସୁଦ୍ଧା ଏହା ପ୍ରକଳ୍ପ ସଂପୂର୍ଣ୍ଣ ହେବ ।

ଏହାପରେ ଶ୍ରୀ ପାଣ୍ଡିଆନ ଗୁମ୍ମାରେ ନିର୍ମାଣାଧୀନ ଏକ ବସଷ୍ଟାଣ୍ଡର କାର୍ଯ୍ୟ ଦେଖିଥିଲେ ଏବଂ ଏହାର କାର୍ଯ୍ୟର ମାନକୁ ଉଚ୍ଚକୋଟୀର କରିବା ପାଇଁ ପରାମର୍ଶ ଦେଇଥିଲେ । ସେଠାରେ ଉପସ୍ଥିତ ମିଶନ ଶକ୍ତି ମହିଳା ମାନଙ୍କ ରୁପାନ୍ତରିତ ଆଲୋଚନା କରି ସେମାନଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରିଥିଲେ । ଏହାପରେ ଗୁମ୍ମାରେ ଏକ ରୂପାନ୍ତରିତ ହାଇସ୍କୁଲକୁ ପରିଦର୍ଶନ କରି ଛାତ୍ରଛାତ୍ରୀ ଓ ଶିକ୍ଷକ ମାନଙ୍କ ସହିତ ଆଲୋଚନା କରିଥିଲେ । ସ୍କୁଲରେ ନିର୍ମିତ ହୋଇଥିବା ନୂତନ ଆସେଟ୍‌ ଗୁଡିକୁ ନିଜର ସଂପତ୍ତି ପରି ସୁରକ୍ଷିତ ରଖିବା ପାଇଁ ସେ ପରାମର୍ଶ ଦେବା ସହିତ ଭଲ ପାଠ ପଢି ଓଡିଶାର ସୁନାମ କରିବାକୁ ପିଲାଙ୍କୁ ଉତ୍ସାହିତ କରିଥିଲେ ।

ଏହାପରେ ସେ ପ୍ରସ୍ତାବିତ ପାରଳାଖେମୁଣ୍ଡି ବାଇପାସ୍‌ ରୋଡ ଅଞ୍ଚଳକୁ ଯାଇଥିଲେ ଏବଂ ଏହାର କାମ ଯେପରି ଶୀଘ୍ର ଆରମ୍ଭ ହେବ, ସେଥିପାଇଁ ପ୍ରକ୍ରିୟା ସଂପୂର୍ଣ୍ଣ କରିବାକୁ ପରାମର୍ଶ ଦେଇଥିଲେ । ଏହି ବାଇପାସ୍ ପାଇଁ ଚାଳିଶ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।

ପରେ ସେଠାରେ ନିର୍ମାଣାଧୀନ ଏକ ନୂତନ ଟାଉନ ହଲ୍‌କୁ ମଧ୍ୟ ବୁଲି ଦେଖିଥିଲେ । ଟାଉନ ହଲ୍ କାମ ଶେଷ କରିବା ପାଈଁ ଦେଢ଼ କୋଟି ଟଙ୍କା ଯୋଗାଇଦିଆ ଯିବ ବୋଲି ଶ୍ରୀ ପାଣ୍ଡିଆନ୍ ସୂଚନା ଦେଇଥିଲେ।

ଗଜପତି ଜିଲ୍ଲା କଳା ଓ ସଂସ୍କୃତି ର ଭୂମି। ତେଣୁ ପାରଳାଖେମୁଣ୍ଡି ରେ ପାଞ୍ଚ କୋଟି ଟଙ୍କା ବ୍ୟୟରେ ଏକ ସୁଦୃଶ୍ୟ ସଂସ୍କୃତି ଭବନ ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ସମ୍ମତି ପ୍ରଦାନ କରିଛନ୍ତି ବୋଲି ୫-ଟି ସଚିବ ପ୍ରକାଶ କରିଥିଲେ।

ଶେଷରେ ମଧ୍ୟାହ୍ନରେ ରାମସାଗର ଓ କୃଷ୍ଣସାଗର କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ଅଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ । ଜଳସେଚିତ ଅଞ୍ଚଳର ଚାଷୀ ମାନଙ୍କୁ ସହିତ ଆଲୋଚନା କରି ସେମାନଙ୍କ ପାଇଁ ଅଧିକ ସୁବିଧା କରିବାକୁ ପଦକ୍ଷେପ ନିଆଯିବ ବୋଲି ସେ କହିଥିଲେ ।

ରାମ ସାଗର ର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ପାଇଁ ୧୦ କୋଟି ଟଙ୍କା ଖର୍ଚ ହେବ। ଏଥିପାଇଁ ୧୫ ଦିନ ଭିତରେ ଡିପିଆର ପ୍ରସ୍ତୁତ କରିବା ପାଇଁ ୫-ଟି ପରାମର୍ଶ ଦେଇଥିଲେ . ସେହିପରି ଗୋସାଣୀ ନୂଆଗାଁ ବ୍ଲକ୍ ର କୃଷ୍ନ ସାଗର ର ପୁନରୁଦ୍ଧାର ୧୫ କୋଟି ଟଙ୍କାରେ କରାଯିବ।.ଏହାଦ୍ୱାରା ୨ ହଜାର ହେକ୍ଟର ଜମି ପାଣି ପାଇପାରିବ। ଏହି ଯୋଜନା ପାଇଁ ୧୫ ଦିନ ଭିତରେ ଡିପିଆର କରିବାକୁ ୫-ଟି ସଚିବ ପରାମର୍ଶ ଦେଇଥିଲେ।

Previous Post

ବିଜେଡି ତୁଣ୍ଡରେ ଅପରାଜିତାଙ୍କ ପ୍ରଶଂସା !

Next Post

ସନା ମହାକୁଡ଼ଙ୍କ ଘରେ ଆଇଟି ରେଡ୍

Next Post
ସନା ମହାକୁଡ଼ଙ୍କ ଘରେ ଆଇଟି ରେଡ୍

ସନା ମହାକୁଡ଼ଙ୍କ ଘରେ ଆଇଟି ରେଡ୍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA