Monday, April 20, 2026 05:34 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ସଡକ ସୁରକ୍ଷା ପାଇଁ ୬ ‘ଇ’

by Our Correspondent
12 Jan, 2026- 11:34 PM
in Latest News, News
1 min read
0
ସଡକ ସୁରକ୍ଷା ପାଇଁ ୬ ‘ଇ’

ଭୁବନେଶ୍ୱର: ସାରା ରାଜ୍ୟରେ ଏବେ ଜାତୀୟ ସଡକ ସୁରକ୍ଷା ମାସ ପାଳିତ ହେଉଥିବା ବେଳେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସଡକ ସୁରକ୍ଷା ପାଇଁ ଅନେକ ଯୁଗାନ୍ତକାରୀ ପଦକ୍ଷେପ ଆରମ୍ଭ କରିଛନ୍ତି। ଏହା ସହିତ ରାଜ୍ୟ ରାଜଧାନୀର କାୟାକଳ୍ପ ହେଲାଭଳି ଦୁଇଟି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପର ଶିଳାନ୍ୟାସ ମଧ୍ୟ କରିଛନ୍ତି। ଲୋକସେବା ଭବନର କନ୍‌ଭେନ୍‌ସନ୍‌ ହଲ୍‌ରେ ଏକ କାର୍ୟ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରାଜ୍ୟ ଓ ଦେଶରେ ବଢୁଥିବା ସଡକ ଦୁର୍ଘଟଣା ଯୋଗୁ ଗଭୀର ଉଦ୍‌ବେଗ ପ୍ରକାଶ କରିବା ସହିତ ସମସ୍ତଙ୍କୁ ସଡକ ସୁରକ୍ଷାର ନିୟମ ପାଳନ କରିବା ପାଇଁ ଆହ୍ବାନ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସଡକ ସୁରକ୍ଷା ପାଇଁ ରାଜ୍ୟ ସରକାର ଚାରିଟି ‘ଇ’ ପାଳନ କରିବା ଉପରେ ଗୁରୁତ୍ବ ଦେଇଛନ୍ତି। ସେଗୁଡିକ ହେଲା ଏଜୁକେସନ ବା ଶିକ୍ଷା, ଏନ୍‌ଫୋର୍ସମେଣ୍ଟ ବା ନିୟମର କଡାକଡି ଅନୁପାଳନ, ଇଞ୍ଜିନିୟରିଂ ବା ଯୋଗାଯୋଗ ଭିତ୍ତିଭୂମି ଓ ଯାନବାହନରେ ଉନ୍ନତ ଇଞ୍ଜିନିୟରିଂ ବିଦ୍ୟା ପ୍ରୟୋଗକରି ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ କରିବା ଏବଂ ଏମର୍ଜେନ୍‌ସି ବା ଜରୁରୀ ସମୟରେ ତୁରନ୍ତ ଚିକିତ୍ସା ସହାୟତା ପ୍ରଦାନ। ଏହି ଚାରିଟି ନିୟମ ଅନୁପାଳନ ସହିତ ମୁଖ୍ୟମନ୍ତ୍ରୀ ବ୍ୟକ୍ତିଗତ ଭାବେ ଆଉ ଦୁଇଟି ‘ଇ’ ଅନୁପାଳନ ପାଇଁ ପରାମର୍ଶ ଦେଇଥିଲେ। ଏହାହେଲା ଏନ୍‌ଭିରନ୍‌ମେଣ୍ଟ ଓ ଇଭାଲ୍ୟୁଏସନ। ଯାନବାହନର ପ୍ରଦୂଷଣ ନିୟମକୁ ସଠିକ୍ ଭାବେ ପାଳନ କରିବା ସହିତ ସଡକ ସୁରକ୍ଷାର ଯେଉଁ ନିୟମ ଗୁଡିକ ଅଛି, ତାହାର ଫଳାଫଳ ସମ୍ପର୍କରେ ଉପଯୁକ୍ତ ମୂଲ୍ୟାୟନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏହି ମୂଲ୍ୟାୟନକୁ ଭିତ୍ତିକରି ବିଭିନ୍ନ ସଡକ ସୁରକ୍ଷା କାର୍ୟ୍ୟକ୍ରମକୁ ପରିବର୍ତ୍ତନ କିମ୍ବା ଆହୁରି ଉନ୍ନତ କରାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସଡକ ସୁରକ୍ଷା ଉପରେ ଗୁରୁତ୍ବ ଆରୋପ କରି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ, ଆଜିଠାରୁ ସଡକ ସୁରକ୍ଷାକୁ ସୁଶାସନ ବା ଏକ୍ଟକ୍ଟୟ ଏକ୍ଟଙ୍ଖରକ୍ସଦ୍ଭବଦ୍ଭମରର ଅଂଶ ଭାବେ ଗ୍ରହଣ କରାଗଲା। ଏହାଦ୍ବାରା ସରକାରୀ ଅଧିକାରୀମାନେ ଏହା ଉପରେ ଅଧିକ ସତର୍କ ରହିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ। ଏହାକୁ ଭିତ୍ତିକରି ମୁଖ୍ୟମନ୍ତ୍ରୀ ଆଜି ‘ମୁଖ୍ୟମନ୍ତ୍ରୀ ସଡକ ସୁରକ୍ଷା ଯୋଜନା ସମ୍ମାନ’ ଘୋଷଣା କରିଥିଲେ। ଏହି ଯୋଜନାରେ ସମସ୍ତ ଜିଲ୍ଲା, ଶିକ୍ଷାନୁଷ୍ଠାନ ଓ ବେସରକାରୀ ଅନୁଷ୍ଠାନ ଗୁଡିକୁ ସଡକ ସୁରକ୍ଷା କ୍ଷେତ୍ରରେ ନେଇଥିବା ପଦକ୍ଷେପକୁ ଭିତ୍ତିକରି ସମ୍ମାନିତ କରାଯିବ। ଯେଉଁ ଜିଲ୍ଲାଗୁଡିକ ଭଲ ପ୍ରଦର୍ଶନ କରିବେ, ସେମାନେ ପୁରସ୍କାର ପାଇବେ ଏବଂ ଯେଉଁମାନଙ୍କ ପ୍ରଦର୍ଶନ ଖରାପ ହେବ, ସେମାନଙ୍କୁ ଉତ୍ତରଦାୟୀ କରାଯିବ। ସେହିପରି ବିଦ୍ୟାଳୟ ଓ ଅନ୍ୟ ଅନୁଷ୍ଠାନ ଗୁଡିକୁ ମଧ୍ୟ ସଡକ ସୁରକ୍ଷା ପାଇଁ ଗ୍ରହଣ କରିଥିବା ଉତ୍ତମ ପଦକ୍ଷେପ ଭିତ୍ତିରେ ପୁରସ୍କାର ପ୍ରଦାନ କରାଯିବ।

ଏହାଦ୍ବାରା ରାଜ୍ୟର ପ୍ରତ୍ୟେକ ଅଞ୍ଚଳରେ ଏବଂ ସମାଜର ପ୍ରତ୍ୟେକ ସ୍ତରରେ ସଡକ ସୁରକ୍ଷା ସମ୍ପର୍କିତ ସଚେତନତା ବୃଦ୍ଧିହେବ ଏବଂ ଦୁର୍ଘଟଣା କମିବାରେ ଏହି ପଦକ୍ଷେପ ମହତ୍ତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ।

ଏହି ଅବସରରେ ରାଜ୍ୟର ଘାଟିରାସ୍ତା ଗୁଡିକରେ ସଡକ ସୁରକ୍ଷା ପାଇଁ ଏକ ଅନନ୍ୟ ଓ ଅଭିନବ ପଦକ୍ଷେପ ଗ୍ରହଣ କରାଯାଇଛି। କଳିଙ୍ଗା ଘାଟିରେ ଗାଡି ଚାଳକମାନଙ୍କୁ ସତର୍କ କରାଇବା ପାଇଁ ମୁଖ୍ୟମନ୍ତ୍ରୀ ସତର୍କ ସୂଚନା ଘଣ୍ଟିର ଶୁଭ ଉଦ୍‌ଘାଟନ କରିଥିଲେ। ଏହି ବ୍ୟବସ୍ଥାରେ ଘାଟିର ଉଭୟ ପଟୁ ଗାଡି ଆସୁଥିଲେ ସାଇରନ ବାଜି ସତର୍କ କରାଇବ। ଏହା ଏକ ପାଇଲଟ ପ୍ରୋଜେକ୍ଟ ଭାବେ ଆରମ୍ଭ କରାଯାଇଛି। ଏହାର ସଫଳତାକୁ ଦେଖି ଅନ୍ୟାନ୍ୟ ଘାଟି ରାସ୍ତାରେ ଏହା ଆରମ୍ଭ କରାଯିବ।

ସେହିପରି ଏହି ଅବସରରେ କଟକ ଭୁବନେଶ୍ବରର ଟ୍ବିନସିଟିରେ ଉନ୍ନତ ଟ୍ରାଫିକ ପରିଚାଳନା ପାଇଁ ଆଇଆଇଟି ଖଡଗପୁର ସହିତ ଏକ ବୁଝାମଣା ପତ୍ର ସ୍ବାକ୍ଷର କରାଯାଇଥିଲା। ଆଇଆଇଟିର ରିପୋର୍ଟ ପରେ ଏହି ଆଧାରରେ ଦୁଇ ସହରର ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ପାଇଁ ପଦକ୍ଷେପ ଗ୍ରହଣ କରାଯିବ।

ପରିବେଶ ସୁରକ୍ଷା ପାଇଁ ରାଜ୍ୟ ସରକାର ବୈଦ୍ୟୁତିକ ଯାନ ବ୍ୟବହାର ଉପରେ ଗୁରୁତ୍ବ ଦେଉଛନ୍ତି। ଏଥିପାଇଁ ଚାର୍ଜିଙ୍ଗ ଷ୍ଟେସନର ମଧ୍ୟ ଆବଶ୍ୟକତା ରହିଛି। ଆଜି ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ପାଇଁ ୧୫ଟି ଚାର୍ଜିଙ୍ଗ ଷ୍ଟେସନର ଲୋକାର୍ପଣ କରିଥିଲେ। ସୂଚନା ଯୋଗ୍ୟ ଯେ ରାଜ୍ୟରେ ଆହୁରି ୮୫ଟି ଚାର୍ଜିଙ୍ଗ ଷ୍ଟେସନ ନିର୍ମାଣାଧୀନ ଅଛି, ଏଗୁଡିକ ଖୁବଶୀଘ୍ର ଲୋକାର୍ପିତ ହେବ। ଆଗାମୀ ଦିନରେ ଆହୁରି ଅଧିକ ଚାର୍ଜିଙ୍ଗ ଷ୍ଟେସନ ନିର୍ମାଣ କରାଯିବ।

ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଆଜି ୧୪ଟି ନୂତନ ଅଟଳ ବସ୍‌ଷ୍ଟାଣ୍ଡକୁ ଲୋକାର୍ପିତ କରିଛନ୍ତି। ୧୫୬.୫୩ କୋଟି ଟଙ୍କା ବ୍ୟୟରେ ଏହି ବସ୍‌ଷ୍ଟାଣ୍ଡ ଗୁଡିକ ରାଜ୍ୟର ୧୦ଟି ଜିଲ୍ଲାରେ ନିର୍ମିତ ହୋଇଛି। ପୂର୍ବରୁ ୫୫ଟି ଅଟଳ ବସ୍‌ଷ୍ଟାଣ୍ଡ ଲୋକାର୍ପିତ ହୋଇଛି। ଆଗାମୀ ଦିନରେ ରାଜ୍ୟର ସମସ୍ତ ଜିଲ୍ଲା, ଉପଖଣ୍ଡ, ପଞ୍ଚାୟତ ସମିତି ଓ ପୌରପାଳିକା ଗୁଡିକରେ ଅଟଳ ବସଷ୍ଟାଣ୍ଡ ପ୍ରତିଷ୍ଠା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଆଜି ରାଜ୍ୟ ସଡକ ପରିବହନ ନିଗମ ପକ୍ଷରୁ ୪୬ କୋଟି ଟଙ୍କା ମୂଲ୍ୟର ୧୦୦ଟି ନୂତନ ଆଧୁନିକ ବସ୍ ଚଳାଚଳର ଶୁଭାରମ୍ଭ କରାଯାଇଛି। ନିଗମର ପୁରୁଣା ବସ୍ ବଦଳରେ ଏହି ସବୁ ପରିବେଶ ଅନୁକୂଳ ଅତ୍ୟାଧୁନିକ ନୂଆ ବସ୍ କିଣାଯାଉଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପରିବହନ ନିଗମ ପକ୍ଷରୁ ପରିଚାଳିତ ବସ୍‌ଗୁଡିକ ପାଇଁ ସ୍ମାର୍ଟ କାର୍ଡ ବ୍ୟବସ୍ଥାର ଶୁଭାରମ୍ଭ କରିଥିଲେ। ଏହି କାର୍ଡ ବ୍ୟବହାର କରି ଯାତ୍ରୀମାନେ କ୍ୟାସଲେସ୍ ଟିକେଟ୍ କାଟି ସୁବିଧାରେ ଯାତ୍ରା କରିପାରିବେ।

ଏହି ଅବସରରେ ବ୍ରହ୍ମପୁର ଠାରେ ନିର୍ମିତ ହୋଇଥିବା ଏକ ଅତ୍ୟାଧୁନିକ ବସ୍ ଡିପୋରୁ ୨୫ଟି ନୂତନ ଇ-ବସ୍ ଚଳାଚଳର ମଧ୍ୟ ଶୁଭାରମ୍ଭ ହୋଇଥିଲା। ଆଧୁନିକ ପ୍ରଣାଳୀରେ ନିର୍ମିତ ଏହି ଡିପୋ ବ୍ରହ୍ମପୁର ଏବଂ ଏହାର ନିକଟସ୍ଥ ଅଞ୍ଚଳରେ ଇ-ବସ ପରିଚାଳନା କରିବ।

Previous Post

ଆଉ ୫୦ ବଢ଼ିବ ବିଧାନସଭା ଆସନ!

Next Post

ଚିଲିକାର ସୁରକ୍ଷା ପାଇଁ ସମନ୍ୱିତ ଯୋଜନା

Next Post
ଚିଲିକାର ସୁରକ୍ଷା ପାଇଁ ସମନ୍ୱିତ ଯୋଜନା

ଚିଲିକାର ସୁରକ୍ଷା ପାଇଁ ସମନ୍ୱିତ ଯୋଜନା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA