ଭୁବନେଶ୍ୱର: କିଟ୍ ଓ କିସ୍ ପକ୍ଷରୁ ପ୍ରତିବର୍ଷ ଓଡ଼ିଶାର ସମସ୍ତ ଜିଲ୍ଲା ତଥା ଭାରତର ବିଭିନ୍ନ ସହରରେ ‘ସମସ୍ତଙ୍କ ପାଇଁ ଶିକ୍ଷା’ ଲକ୍ଷ୍ୟରେ ମିନି ମାରାଥନ ଆୟୋଜନ କରାଯାଇଥାଏ । ଚଳିତ ବର୍ଷ ଓଡ଼ିଶାର ୩୭ଟି ସ୍ଥାନ ଓ ଭାରତର ୬୫ରୁ ଅଧିକ ସ୍ଥାନରେ ଏହି ମିନି ମାରାଥନ ଆୟୋଜନ କରାଯାଇଥିଲା। ଏହାର ଏକ ଅଂଶ ବିଶେଷ ଭୁବନେଶ୍ୱରରେ ନିଆରା ଢଙ୍ଗରେ ‘ପାଟାଥନ’ ଆୟୋଜନ କରାଯାଇଥିଲା। ସକାଳ ୭ଟାରୁ ୮ଟା ପର୍ଯ୍ୟନ୍ତ ଚାଲିଥିବା ଏହି ପାଟାଥନର ଦ୍ୱିତୀୟ ସଂସ୍କରଣରେ ୬ ହଜାର ମହିଳା ପାଟ ଶାଢ଼ି ପିନ୍ଧି ଦୌଡ଼ିଥିଲେ। ‘ମହିଳା ସଶକ୍ତିକରଣ’ ଓ ‘ସମସ୍ତଙ୍କ ପାଇଁ ଶିକ୍ଷା’ ଉଦ୍ଦେଶ୍ୟରେ ପ୍ରତିବର୍ଷ ପାଟାଥନ ଆୟୋଜନ କରାଯାଉଛି। କିଟ୍, କିସ୍ ଓ କିମ୍ସର ୫ହଜାର ମହିଳା କର୍ମଚାରୀ ଓ ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା ମହିଳାମାନେ ଏହି ଗଣଦୌଡ଼ରେ ସାମିଲ ହୋଇଥିଲେ । ଶିଖରଚଣ୍ଡୀ ମନ୍ଦିର ଛକରୁ କିସ୍ ଆଥଲେଟିକ୍ ଷ୍ଟାଡିୟମ ପର୍ଯ୍ୟନ୍ତ ମହିଳାମାନେ ଦୌଡ଼ିଥିଲେ ।








