Thursday, June 25, 2026 06:16 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଜେଲ ଡିଆଇଜିଙ୍କ ସମେତ ୭ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଦୁର୍ନୀତି ବିରୋଧରେ ନବୀନଙ୍କ ଛାଟ

by Our Correspondent
05 Jan, 2021- 05:05 PM
in Latest News, News
1 min read
0
ଜେଲ ଡିଆଇଜିଙ୍କ ସମେତ ୭ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ବର୍ଷକ ମଧ୍ୟରେ ୧୦୪ ବିଦା

ଭୁବନେଶ୍ୱର: ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ରଖିଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାବୁଡରେ ଏଥର ଜେଲ୍ ଡିଆଇଜିଙ୍କ ସମେତ ୭ ଅଧିକାରୀ ପଡ଼ିଛନ୍ତି । ଦୁର୍ନୀତି ଓ ଅପରାଗତା ପାଇଁ ସେମାନଙ୍କୁ ବାଧ୍ୟତାମୂଳକ ଅବସର ଦେଇ ଚାକିରିରୁ ବିଦା କରାଯାଇଛି । ବାଧ୍ୟତାମୂଳକ ଅବସର ପାଇଥିବା ଅଧିକାରୀମାନେ ହେଲେ ଜେଲ୍ ଡିଆଇଜି ଗୋପବନ୍ଧୁ ମଲ୍ଲିକ, ଡିଏସପି ଗୌତମ ମଲ୍ଲିକ, କମାଣ୍ଡାଣ୍ଟ ଏକାନ୍ତ ପ୍ରିୟ ନାୟକ, ଡେପୁଟି କମାଣ୍ଡାଣ୍ଟ ଦେବେନ୍ଦ୍ର ନାଥ ବେହେରା, ସିଡିପିଓ ସ୍ନିଗ୍ଧାରାଣୀ ମିଶ୍ର, କନିଷ୍ଠ ଖଣି ଅଧିକାରୀ ସତ୍ୟବ୍ରତ ରାଉତ ଏବଂ ରମେଶ ଚନ୍ଦ୍ର ପଣ୍ଡା।

କାହିଁକି ବିଦା ହେଲେ

ଗୋପବନ୍ଧୁ ମଲ୍ଲିକ: ଜେଲ ୱାର୍ଡର ଚୟନ ନିମନ୍ତେ ଥିବା କମିଟିର ମୁଖ୍ୟ ଭାବରେ ତାଙ୍କ ପଦବୀର ଅପବ୍ୟବହାର କରି ଚୟନ ପ୍ରକ୍ରିୟାରେ ଅହେତୁକ ଅନୁକମ୍ପା ପ୍ରଦର୍ଶନ କରିଥିବାର ଅଭିଯୋଗ ରହିଥିଲା। ଜେଲ ବିଭାଗରେ ତାଙ୍କର କାର୍ଯ୍ୟକଳାପ ସନ୍ତୋଷଜନକ ନ ଥିଲା ଏବଂ ତାଙ୍କର ସାଧୁତା ସନ୍ଦେହମୁକ୍ତ ନ ଥିଲା ।

ଶ୍ରୀମତୀ ସ୍ନିଗ୍ଧାରାଣୀ ମିଶ୍ର: କୋରାପୁଟ ନନ୍ଦପୁରର ସିଡିପିଓ ଭାବରେ କାର୍ଯ୍ୟ କରୁଥିବା ବେଳେ ତାଙ୍କ ନାମରେ ଦୁଇଟି ଭିଜିଲାନ୍ସ କେସ୍‌ କରାଯାଇଛି । ୨୦୧୬ ରେ ୮୦ ଲକ୍ଷ ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମକଦ୍ଦମା ଦାୟର କରାଯାଇଥିବା ବେଳେ ଅକ୍ଟୋବର ୨୦୨୦ ରେ ଛତୁଆ ବିଲ୍‌ ପାଇଁ ସ୍ବୟଂ ସହାୟକ ଗୋଷ୍ଠୀର ଜଣେ ସଦସ୍ୟଙ୍କ ଠାରୁ ୧ ଲକ୍ଷ ୭୫ ହଜାର ଟଙ୍କା ଲାଞ୍ଚ ନେଉଥିଲା ବେଳେ ଧରା ପଡିଥିଲେ। ସେ ବର୍ତ୍ତମାନ ନିଲମ୍ବିତ ଅଛନ୍ତି।

ଏକାନ୍ତ ପ୍ରିୟ ନାୟକ: କମାଣ୍ଡାଣ୍ଟ ଭାବରେ ଓଡିଶା ସଶସ୍ତ୍ର ପୋଲିସ ସେବାରେ କାର୍ଯ୍ୟରତ ଥିଲେ। ଦୁର୍ବ୍ୟବହାର ତଥା ତାଙ୍କର ଅଧସ୍ତନ କର୍ମଚାରୀଙ୍କୁ ମାରଧର କରିବା ଅଭିଯୋଗରେ ତାଙ୍କ ବିରୁଦ୍ଧରେ ଗୋଟିଏ ବିଭାଗୀୟ କାର୍ଯ୍ୟାନୁଷ୍ଠାନ କରାଯାଇଛି ଏବଂ ତାଙ୍କୁ ଚାକିରୀରୁ ନିଲମ୍ବିତ କରାଯାଇଥିଲା। ଜଣେ ମଦ୍ୟପ ତଥା ଅଯୋଗ୍ୟ ଅଫିସର ଭାବରେ ତାଙ୍କ ନାମରେ ଅନେକ ଅଭିଯୋଗ ରହିଥିଲା ।

ଗୌତମ ମଲ୍ଲିକ:  ଡି.ଏସ୍‌.ପିଙ୍କ ବିରୁଦ୍ଧରେ ଦୁଇଟି ଫୌଜଦାରୀ ମାମଲା ରୁଜୁ କରାଯାଇଥିବା ବେଳେ ତାଙ୍କୁ ମଧ୍ୟ ଚାକିରୀରୁ ନିଲମ୍ବିତ କରାଯାଇଥିଲା । ତାଙ୍କର ସାଧୁତା ଅତ୍ୟନ୍ତ ସନ୍ଦେହଜନକ ।

ଦେବେନ୍ଦ୍ର ନାଥ ବେହେରା:  ଓଡିଶା ସଶସ୍ତ୍ର ପୋଲିସ ସେବାର ଡେପୁଟି କମାଣ୍ଡାଣ୍ଟ ଭାବରେ କାର୍ଯ୍ୟ କରୁଛନ୍ତି । ତାଙ୍କ ନାମରେ ଜଙ୍ଗଲରୁ କାଠ ଚୋରୀ ଅଭିଯୋଗରେ ଏକ ଫୌଜଦାରୀ ମୋକଦ୍ଦମା ରୁଜୁ କରାଯାଇଛି। ସେହିପରି ବିନା ଅନୁମତିରେ ସରକାରୀ ଗାଡିରେ ଅଧସ୍ତନ କର୍ମଚାରୀଙ୍କୁ ବ୍ୟବହାର କରି କାଠର ଚୋରା ଚାଲାଣ ଅଭିଯୋଗରେ ତାଙ୍କ ନାମରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରାଯାଇଛି।

ସତ୍ୟବ୍ରତ ରାଉତ:  ଏହି କନିଷ୍ଠ ଖଣି ଅଧିକାରୀଙ୍କ ବିରୁଦ୍ଧରେ ୫ ଗୋଟି ଭିଜିଲାନ୍ସ କେସ୍‌ ରହିଛି । ତାଙ୍କର ସାଧୁତା ସନ୍ଦେହ ଜନକ । ଦାୟିତ୍ୱରେ ଅବହେଳା ଏବଂ ଦୁର୍ବ୍ୟବହାର ଆଦି ଗୁରୁତର ଅଭିଯୋଗରେ ତାଙ୍କ ବିରୁଦ୍ଧରେ ୩ ଗୋଟି ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ବର୍ତ୍ତମାନ ସେ ନିଲମ୍ବିତ ଅଛନ୍ତି ।

ରମେଶ ଚନ୍ଦ୍ର ପଣ୍ଡା: ଏହି କନିଷ୍ଠ ଖଣି ଅଧିକାରୀଙ୍କ ବିରୁଦ୍ଧରେ ୩ ଗୋଟି ଭିଜିଲାନ୍ସ କେସ୍‌ ଥିଲାବେଳେ ତାଙ୍କର ସାଧୁତା ମଧ୍ୟ ସନ୍ଦେହ ଜନକ ଅଟେ । ଦାୟୀତ୍ବରେ ଅବହେଳା ଏବଂ ଦୁର୍ବ୍ୟବହାର ଆଦି ଗୁରୁତର ଅଭିଯୋଗରେ ତାଙ୍କ ବିରୁଦ୍ଧରେ ୩ ଗୋଟି ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବର୍ତ୍ତମାନ ସେ ନିଲମ୍ବିତ ଅଛନ୍ତି ।

ଏହି ବାଧ୍ୟତାମୂଳକ ଅବସର ଆଦେଶ ତୁରନ୍ତ କାର୍ଯ୍ୟକାରୀ କରାଯିବ ବୋଲି ମୁଖ୍ୟମନ୍ତ୍ରୀଙ୍କ ଅଫିସ୍ ପକ୍ଷରୁ କୁହାଯାଇଛି ।

ସୂଚନାଯୋଗ୍ୟ, ସାଧାରଣ ଜୀବନରେ ସାଧୁତା ଓ ନୈତିକତାକୁ ଗୁରୁତ୍ୱ ଦେଇ ଆସୁଥିବା ମୁଖ୍ୟମନ୍ତ୍ରୀ ପ୍ରଶାସନରେ ଜିରୋ ଟଲେରାନ୍ସ ନୀତି ଆପଣେଇଛନ୍ତି । ଗତ ଡିସେମ୍ବର ୩୦ ତାରିଖରେ ୬ ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ବିଦା କରିଥିଲେ । ଆଜିକୁ ମିଶାଇ ଗତ ବର୍ଷକ ମଧ୍ୟରେ ରାଜ୍ୟ ସରକାର ସମୁଦାୟ ୧୧୦ ଜଣ ଦୁର୍ନୀତିଗ୍ରସ୍ତଙ୍କୁ ବାଧ୍ୟତାମୂଳକ ଅବସର ଦେଇସାରିଲେଣି ।

 

Previous Post

ପୁଲିସ ହାତରେ ମାହାଙ୍ଗା ଡବଲ୍ ମର୍ଡର ମୁଖ୍ୟ ଅଭିଯୁକ୍ତ

Next Post

ପରୀ ହତ୍ୟା ଅଭିଯୁକ୍ତ ସରୋଜ ସେଠୀ ନାବାଳକ: କୋର୍ଟ

Next Post
ପରୀ ହତ୍ୟା ଅଭିଯୁକ୍ତ ସରୋଜ ସେଠୀ ନାବାଳକ: କୋର୍ଟ

ପରୀ ହତ୍ୟା ଅଭିଯୁକ୍ତ ସରୋଜ ସେଠୀ ନାବାଳକ: କୋର୍ଟ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA