Saturday, July 4, 2026 09:50 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୭ ଜିଲ୍ଲାରେ ୭ ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ରଖିଲେ ମୁଖ୍ୟମନ୍ତ୍ରୀ

୨୯.୪୧ କୋଟି ଟଙ୍କାର ବିଭିନ୍ନ ସ୍ବାସ୍ଥ୍ୟ ପ୍ରକଳ୍ପ

by Our Correspondent
09 Jun, 2021- 09:30 PM
in Latest News, News
1 min read
0
୭ ଜିଲ୍ଲାରେ ୭ ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୭ଟି ଜିଲ୍ଲାରେ ୭ଟି ତରଳ ମେଡିକାଲ ଅକ୍‌ସିଜେନ ପ୍ଲାଣ୍ଟ ଏବଂ ୭ଟି PSA ବ୍ୟବସ୍ଥାର ଭିତ୍ତିପ୍ରସ୍ତର ରଖିଛନ୍ତି। ଏହାସହିତ ବାଲେଶ୍ବରରେ ବିଶ୍ବ ସ୍ବାସ୍ଥ୍ୟ ସଂଗଠନର ସହାୟତାରେ ଏକ ଅତିରିକ୍ତ ସ୍ବାସ୍ଥ୍ୟ ସୁବିଧା କେନ୍ଦ୍ର, ଡେଙ୍ଗୁ ଓ ଡାଇରିଆ ୱାର୍ଡ, ରକ୍ତ ବର୍ଗୀକରଣ ୟୁନିଟ, କଟକରେ ଫୁସଫୁସ ରୋଗର ଚିକିତ୍ସା ପାଇଁ ଏକ ଉତ୍କର୍ଷ କେନ୍ଦ୍ର ଏବଂ ନବରଙ୍ଗପୁରରେ ଏକ RT-PCR ଟେଷ୍ଟ ଲାବୋରେଟୋରୀର ମଧ୍ୟ ଉଦ୍‌ଘାଟନ କରିଛନ୍ତି । ଏହି ସମସ୍ତ ଭିତ୍ତିଭୂମି ପାଇଁ ୨୯ କୋଟି ୪୧ ଲକ୍ଷ ଟଙ୍କା ବିନିଯୋଗ କରାଯାଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କରୋନାର ଦ୍ବିତୀୟ ଲହରୀରେ ମେଡିକାଲ ଅକ୍‌ସିଜେନର ଆବଶ୍ୟକତା ବହୁତ ବଢିଯାଇଥିଲା। ଏହି ସମୟରେ ଓଡିଶାରେ ଅକ୍‌ସିଜେନ ଯୋଗାଣ ନେଇ କୌଣସି ସମସ୍ୟା ହୋଇନାହିଁ । ନିଜର ଆବଶ୍ୟକତାକୁ ପୂରଣ କରିବା ସହ ଓଡିଶା ୧୭ଟି ରାଜ୍ୟକୁ ଅକ୍‌ସିଜେନ ଯୋଗାଇ ଅନେକ ମୂଲ୍ୟବାନ ଜୀବନ ରକ୍ଷା କରିପାରିଛି । ଓଡିଶା ପାଇଁ ଏହା ନିଶ୍ଚିତ ଭାବରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବା ସହିତ ପ୍ରତ୍ୟେକ ଓଡିଆଙ୍କ ପାଇଁ ଏହା ଆତ୍ମସନ୍ତୋଷର ବିଷୟ ।

ଅକ୍‌ସିଜେନର ଉତ୍ପାଦନ ଠାରୁ ଆରମ୍ଭ କରି ରୋଗୀକୁ ସେବା ଯୋଗାଇ ଦେବା ପର୍ଯ୍ୟନ୍ତ ବ୍ୟବସ୍ଥା ଏକ ଜଟିଳ ପ୍ରକ୍ରିୟା । ଏଥିରେ ବହୁତ ଯନ୍ତ୍ରପାତି, ଯାନବାହାନ, ନିରନ୍ତର ତଦାରଖ ଏବଂ ଅନ୍ୟାନ୍ୟ ବ୍ୟବସ୍ଥାର ଆବଶ୍ୟକତା ଜରୁରୀ। ଓଡିଶାକୁ ଆମେ ଦେଶର ବିଭିନ୍ନ ସ୍ଥାନରୁ ଏପରିକି ଚୀନ୍‌ରୁ ମଧ୍ୟ ଅକ୍‌ସିଜେନ ସିଲିଣ୍ଡର ଆଣି ଆମର ବ୍ୟବସ୍ଥାକୁ ସୁଦୃଢ କରିଛୁ । ରାଜ୍ୟର ସମସ୍ତ ପ୍ରମୁଖ ହସ୍‌ପିଟାଲରେ ତରଳ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟ ନିର୍ମାଣ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ।

କରୋନା ଭୂତାଣୁ ସଂକ୍ରମଣର ଅନିଶ୍ଚିତ ଗତି ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ବର୍ତ୍ତମାନ ଠାରୁ ହିଁ ଆମକୁ ପ୍ରସ୍ତୁତ ରହିବାକୁ ହେବ। ଏଥିପାଇଁ ଆମର ସ୍ବାସ୍ଥ୍ୟ ଭିତ୍ତିଭୂମି, ସ୍ବାସ୍ଥ୍ୟ କର୍ମଚାରୀ ଓ ପ୍ରଶିକ୍ଷଣ ବ୍ୟବସ୍ଥାକୁ ଗୁରୁତ୍ବ ଦେଇ କାମ କରାଯାଉଛି । ଆଜିର ନୂଆ ବ୍ୟବସ୍ଥା ଗୁଡିକ ଲୋକଙ୍କୁ ଖୁବଶୀଘ୍ର ସେବା ଯୋଗାଇବ ବୋଲି ଆଶାପ୍ରକାଶ କରିଥିଲେ। ଏହିସବୁ ଭିତ୍ତିଭୂମି ପାଇଁ କର୍ପୋରେଟ କ୍ଷେତ୍ରର ସହାୟତା ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ।

ପରିଶେଷରେ ରଜ ଓ ସାବିତ୍ରୀ ପରି ଉତ୍ସବ ସମୟରେ ଜନସାଧାରଣ ସତର୍କ ରହି, ସମସ୍ତ କୋଭିଡ ନିୟମ ପାଳନ କରି ପର୍ବ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ଶ୍ରୀ ନବକିଶୋର ଦାସ, ବଲାଙ୍ଗୀରରୁ ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ଭୁବନେଶ୍ବରରୁ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା ପ୍ରମୁଖ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ଉପମୁଖ୍ୟ ସଚେତକ, ନବରଙ୍ଗପୁର ସାଂସଦ, ବାଲେଶ୍ବର ବିଧାୟକ, କୋରାପୁଟ ବିଧାୟକ, ବଲାଙ୍ଗୀର ବିଧାୟକ, କଟକ-ଚୌଦ୍ବାର ବିଧାୟକ, ନବରଙ୍ଗପୁର ବିଧାୟକ ଆଦି ଯୋଗ ଦେଇ ସେମାନଙ୍କର ବକ୍ତବ୍ୟ ରଖିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ସ୍ବାଗତ ଭାଷଣ ଦେଇ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ ମହାମାତ୍ର କହିଥିଲେ ଯେ ବର୍ତ୍ତମାନ ନବରଙ୍ଗପୁରକୁ ମିଶାଇ ରାଜ୍ୟର ୧୭ଟି ଜିଲ୍ଲାରେ RT-PCR ଟେଷ୍ଟ ଲାବୋରେଟୋରୀ କରାଯାଇଛି। ରାଜ୍ୟର ସବୁ ଜିଲ୍ଲାରେ ଏହି ବ୍ୟବସ୍ଥା କରାଯିବ ବୋଲି ସେ କହିଥିଲେ ।

ଓଡିଶା ମେଡିକାଲ କର୍ପୋରେସନର ପରିଚାଳନା ନିର୍ଦ୍ଦେଶକ ଶ୍ରୀମତୀ ଯାମିନୀ ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Previous Post

ଆଇପିଏସ୍ ଓ ଆଇଏଫଏସ୍ ସ୍ତରରେ ଅଦଳବଦଳ

Next Post

ଦେଶର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ମଧ୍ୟରେ ସ୍ଥାନ ବଜାୟ ରଖିଲା କିଟ୍‍

Next Post
ଦେଶର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ମଧ୍ୟରେ ସ୍ଥାନ ବଜାୟ ରଖିଲା କିଟ୍‍

ଦେଶର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ମଧ୍ୟରେ ସ୍ଥାନ ବଜାୟ ରଖିଲା କିଟ୍‍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA