Saturday, July 4, 2026 02:24 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ନିଯୁକ୍ତି ପାଇବେ ୭୫୪୦ ହାଇସ୍କୁଲ ଶିକ୍ଷକ

by Our Correspondent
11 Nov, 2022- 06:00 PM
in Latest News, News
1 min read
0
ନିଯୁକ୍ତି ପାଇବେ ୭୫୪୦ ହାଇସ୍କୁଲ ଶିକ୍ଷକ

-୭୫୪୦ ହାଇସ୍କୁଲ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିବା ପାଇଁ
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

-ରାଜ୍ୟର ସମସ୍ତ ୪୮୪୮ଟି ସରକାରୀ ହାଇସ୍କୁଲର ସବୁ ପଦବୀ ପୂରଣ ହେବ

ଭୁୁବନେଶ୍ୱର: ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲ ମାନଙ୍କରେ ବିଭିନ୍ନ ବିଷୟରେ ଖାଲି ଥିବା ଶିକ୍ଷକ ପଦବୀ ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ଖୁବଶୀଘ୍ର ୭୫୪୦ ହାଇସ୍କୁଲ ନିଯୁକ୍ତ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ଓଡିଶା ଷ୍ଟାଫ ସିଲେକ୍‌ସନ କମିଶନଙ୍କୁ ଅନୁରୋଧ କରାଯାଇଛି। ଏହି ପଦବୀ ଗୁଡିକ ପୂରଣ ହେବା ପରେ ରାଜ୍ୟର ସମସ୍ତ ୪୮୪୮ଟି ସରକାରୀ ହାଇସ୍କୁଲର ସବୁ ଶିକ୍ଷକ ପଦବୀ ପୂରଣ ହୋଇପାରିବ। ଟିଜିଟି (କଳା), ଟିଜିଟି (ପିସିଏମ ଓ ସିବିଜେଡ୍), ସଂସ୍କୃତ, ହିନ୍ଦି, ଉର୍ଦ୍ଦୁ, ତେଲୁଗୁ ଓ ଶାରୀରିକ ଶିକ୍ଷକ ପଦବୀ ପୂରଣ ନିମନ୍ତେ ଚୟନ ପ୍ରକ୍ରିୟା ଆରମ୍ଭ କରାଯିବ।
ଏହା ପୂର୍ବରୁ, ୨୦୨୧-୨୨ ବର୍ଷରେ କରାଯାଇଥିବା ଦୁଇଟି ଚୟନ ପ୍ରକ୍ରିୟାରେ ୧୩ ହଜାରରୁ ଉର୍ଦ୍ଧ୍ବ ଶିକ୍ଷକ ପଦବୀ ପୂରଣ କରାଯାଇ ବିଭିନ୍ନ ସରକାରୀ ବିଦ୍ୟାଳୟ ମାନଙ୍କରେ ନିଯୁକ୍ତ କରାଯାଇଥିଲା।
ରାଜ୍ୟ ସରକାରଙ୍କ ୫-ଟି ଉପକ୍ରମରେ ରାଜ୍ୟର ବିଭିନ୍ନ କାର୍ଯ୍ୟକ୍ରମରେ ରୂପାନ୍ତର ଆଣିବା ପ୍ରକ୍ରିୟା ଜାରି ରହିଥିବା ବେଳେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦିଆଯାଇ ପିଲାମାନଙ୍କ ପାଇଁ ଆଧୁନିକ ଶିକ୍ଷା ବ୍ୟବସ୍ଥା କରାଯାଇଛି। କମ୍ପୁଟର, ଇଣ୍ଟରନେଟ ଠାରୁ ଆରମ୍ଭ କରି ଇ-ଲାଇବ୍ରେରୀ, ଉନ୍ନତ ଖେଳ ଉପକରଣ ଓ ପଡିଆ ତଥା ଅନ୍ୟାନ୍ୟ ସୁବିଧାର ବିକାଶ କରାଯାଉଛି। ୫-ଟିରେ ନିଯୁକ୍ତି କାର୍ଯ୍ୟକ୍ରମକୁ ମଧ୍ୟ ତ୍ୱରାନ୍ୱିତ କରାଯାଉଛି। ବିଭିନ୍ନ ବିଭାଗରେ ଥିବା ଖାଲି ପଦବୀ ଗୁଡିକୁ ସଂପୂର୍ଣ୍ଣ ସ୍ୱଚ୍ଛତାର ସହିତ କ୍ଷୀପ୍ର ଗତିରେ ପୂରଣ କରାଯାଉଛି। ଗତ କିଛି ବର୍ଷ ମଧ୍ୟରେ ବିଭିନ୍ନ ବିଭାଗର ହଜାର ହଜାର ପଦବୀ ପୂରଣ କରାଯାଇଥିବା ବେଳେ ଏହି ନିଯୁକ୍ତି ପ୍ରକ୍ରିୟା ଆଗକୁ ମଧ୍ୟ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି  ।
Previous Post

ସ୍ମୃତି ସାଉଁଟିଲେ ରାଷ୍ଟ୍ରପତି

Next Post

ଓଜେଏସ୍ ରେଜଲ୍ଟ; ଆଦ୍ୟାଶା ମିଶ୍ର ଟପ୍ପର

Next Post
ଓଜେଏସ୍ ରେଜଲ୍ଟ; ଆଦ୍ୟାଶା ମିଶ୍ର ଟପ୍ପର

ଓଜେଏସ୍ ରେଜଲ୍ଟ; ଆଦ୍ୟାଶା ମିଶ୍ର ଟପ୍ପର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA