Thursday, June 25, 2026 10:10 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କିଟ୍ ଓ କିସ୍‌ରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ

by Our Correspondent
27 Jan, 2025- 06:34 PM
in News
1 min read
0
କିଟ୍ ଓ କିସ୍‌ରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର: କିଟ୍ ଓ କିସ୍ ବିଶ୍ୱବିଦ୍ୟାଳୟରେ ୭୬ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସରେ ଅନ୍ତର୍ଜାତୀୟ ଭଲିବଲ ସଂଘ (ଏଫଆଇଭିବି)ର ସଭାପତି ଫାବିଓ ଆଜେଭେଦୋ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ।

ଛାତ୍ରଛାତ୍ରୀଙ୍କ ପରେଡ ଅଭିବାଦନ ଗ୍ରହଣ କରି କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କହିଲେ, ପ୍ରତିବର୍ଷ କିଟ୍ ଓ କିସ୍‌ରେ ସାଧାରଣତନ୍ତ୍ର ଦିବସ ଅତି ଆଡ଼ମ୍ବରରେ ପାଳିତ ହୋଇଥାଏ। ପ୍ରତିବର୍ଷ ବିଦେଶରୁ ଜଣେ ଗଣ୍ୟମାନ୍ୟ ବ୍ୟକ୍ତି ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗ ଦେଇଥାନ୍ତି। ଚଳିତ ବର୍ଷ ଫାବିଓ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଏହାର ଗୁରୁତ୍ୱ ବୃଦ୍ଧି କରିଛନ୍ତି।

ଏହି ଅବସରରେ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଉଦ୍‍ବୋଧନ ଦେଇ ଫାବିଓ କହିଲେ, ଏକତା ହେଉଛି ରାଷ୍ଟ୍ରର ବଳ। ସମସ୍ତଙ୍କ ମଧ୍ୟରେ ଏକତା ରହିଲେ ଦେଶ ଆଗକୁ ବଢ଼ି ପାରିବ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କିଟ୍ ଓ କିସ୍ ସୋସାଇଟିର ଉପସଭାପତି ଉମାପଦ ବୋଷ, ସଂପାଦକ ଆର ଏନ ଦାଶ, କିଟ ବିଶ୍ୱବିଦ୍ୟାଳୟ କୁଳାଧିପତି ଅଶୋକ ପରିଜା, ଉପକୁଳାଧିପତି ଡା ସୁବ୍ରତ ଆଚାର୍ଯ୍ୟ, କୁଳପତି ପ୍ରଫେସର ଶରଣଜିତ ସିଂହ, ଉପକୁଳପତି ଡା ସିବିକେ ମହାନ୍ତି, ପ୍ରଫେସର ଦେବାଶିଷ ବନ୍ଦୋପାଧ୍ୟାୟ, କୁଳସଚିବ ପ୍ରଫେସର ଜ୍ଞାନ ରଞ୍ଜନ ମହାନ୍ତି, କିସ୍ ବିଶ୍ୱବିଦ୍ୟାଳୟ ଉପକୁଳାଧିପତି ପ୍ରଫେସର ଅମରେଶ୍ୱର ଗାଲା, କୁଳପତି ଦୀପକ ବେହେରା, କୁଳସଚିବ ଡ. ପି କେ ରାଉତରାୟ ପ୍ରମୁଖ ଯୋଗଦେଇଥିଲେ।

ଏହି ଅବସରରେ ପଦ୍ମଶ୍ରୀ ପାଇଁ ନାମ ଘୋଷଣା କରାଯାଇଥିବା କିଟ୍ ସ୍କୁଲ ଅଫ୍ ଫାଇନ ଆର୍ଟର ନିର୍ଦ୍ଦେଶକ ଅଦ୍ୱେତ ଗଡ଼ନାୟକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସେହିପରି ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା କିଟ୍‌, କିସ୍ ଓ କିମ୍‍ସର କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଏହା ସହ କିଟ୍ ଓ କିସ୍‌ର ବିଭିନ୍ନ ସ୍କୁଲ ପକ୍ଷରୁ ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ ସହ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।

Previous Post

ଡା. ଅଶୋକ ମହାପାତ୍ରଙ୍କୁ ସୋଆ ପ୍ରତିଷ୍ଠାତା ସଭାପତିଙ୍କ ସମ୍ବର୍ଦ୍ଧନା

Next Post

ଡିଏଭି ପୋଖରୀପୁଟରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ

Next Post
ଡିଏଭି ପୋଖରୀପୁଟରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ

ଡିଏଭି ପୋଖରୀପୁଟରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA