Thursday, May 21, 2026 04:59 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କେନ୍ଦ୍ରୀୟ ସଡକ ଭିତ୍ତିଭୂମି ପାଣ୍ଠିରୁ ଓଡିଶା ପାଇଁ ୧୦୦୦ କୋଟି

୮୪ତମ ଭାରତୀୟ ସଡକ କଂଗ୍ରେସ ଉଦ୍‍ଘାଟିତ

by Our Correspondent
07 Nov, 2025- 07:02 PM
in Latest News, News
1 min read
0
କେନ୍ଦ୍ରୀୟ ସଡକ ଭିତ୍ତିଭୂମି ପାଣ୍ଠିରୁ ଓଡିଶା ପାଇଁ ୧୦୦୦ କୋଟି

ଭୁବନେଶ୍ୱର: ଆଜି ଭୁବନେଶ୍ୱର ଜନତା ମଇଦାନଠାରେ ଉଦଘାଟିତ ହୋଇଛି ୮୪ତମ ଭାରତୀୟ ସଡ଼କ କଂଗ୍ରେସ ସମାବେଶ । କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଉଦଘାଟନ କରିଛନ୍ତି । ଏହି ଅବସରରେ ଶ୍ରୀ ଗଡ଼କରୀ ଓଡିଶା ପାଇଁ ୧୦୦୦ କୋଟି ଟଙ୍କାର କେନ୍ଦ୍ରୀୟ ସଡକ ଭିତ୍ତିଭୂମି ପାଣ୍ଠି ଘୋଷଣା କରିଛନ୍ତି । 

ଉଦ୍‍ଘାଟନୀ ଅବସରରେ ଉପସ୍ଥିତ ପ୍ରତିନିଧିମାନଙ୍କୁ ଉଦ୍‌ବୋଧନ ଦେଇ କେନ୍ଦ୍ରମନ୍ତ୍ରୀ କହିଥିଲେ ଯେ ଭାରତୀୟ ସଡକ କଂଗ୍ରେସ ହେଉଛି ଭାରତୀୟ ରୋଡ ଇଞ୍ଜିନିୟରିଙ୍ଗ୍ ର ଆତ୍ମା । ଏହି ସମାବେଶ ହେଉଛି ସଡକ ଭିତ୍ତିଭୂମି ନିର୍ମାଣ, ଗବେଷଣା, ଇଞ୍ଜିନିୟରିଙ୍ଗ୍ ଓ ଇନୋଭେସନ୍ ପାଇଁ ଏକ Knowledge Platform। ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ସଡକ ନିର୍ମାଣ କ୍ଷେତ୍ରରେ ଦେଶ ଆଜି ଅଗ୍ରଗତି କରିଛି, ଯାତାୟତ ସମୟ ହ୍ରାସ ପାଇଛି। ଆଗାମୀ କିଛି ଦିନ ଭିତରେ ଭାରତ ସଡକ ନେଟୱର୍କ କ୍ଷେତ୍ରରେ ବିଶ୍ୱରେ ଏକ ନମ୍ବର ହେବାକୁ ଯାଉଛି। ଦେଶବ୍ୟାପୀ ଉନ୍ନତ ମାନର ସଡକ ନିର୍ମାଣ ପାଇଁ ୨ ଲକ୍ଷ ୮୭ ହଜାର କୋଟି ଟଙ୍କାର ପ୍ରାବଧାନ ରହିଛି।

ସେ ପୁଣି କହିଥିଲେ ଆମେ ଟେକ୍ନୋଲୋଜି ବ୍ୟବହାର କରି ଉତ୍ତମ ମାନର ସଡକ ନିର୍ମାଣ ପାଇଁ ପ୍ରୟାସ କରୁଛୁ। ଏଥିପାଇଁ ବିଶ୍ୱସ୍ତରୀୟ DPR ପ୍ରସ୍ତୁତି କରିବା ଆବଶ୍ୟକତା ରହିଛି। ନିଜ ନିଜ ଭିତରେ Best Practices, Research & Innovation କୁ ବିନିମୟ କରି ଭାରତର ନିର୍ମାଣ ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବାକୁ ସେ ପରାମର୍ଶ ଦେଇଥିଲେ। ଆଗାମୀ ଦିନରେ ଆମ ଭବିଷ୍ୟତର ଇନ୍ଧନ ହେଉଛି- ହାଇଡ୍ରୋଜେନ୍ । ସେଥିପାଇଁ ଆମେ ଦେଶରେ ଗ୍ରୀନ ହାଇଡ୍ରୋଜେନ୍ ପ୍ରସ୍ତୁତିକୁ ଗୁରୁତ୍ୱ ଦେଉଛୁ। ସଡକ ନିର୍ମାଣ କ୍ଷେତ୍ରରେ ସଡକ ନିରାପତ୍ତା ପ୍ରତି ଧ୍ୟାନ ଦେବା ପାଇଁ ସେ କହିଥିଲେ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‍ଘାଟନୀ ଉଦ୍‍‌ବୋଧନ ଦେଇ କହିଥିଲେ ଯେ, ୨୦୧୪ ମସିହାରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଦାୟିତ୍ୱ ନେବା ଠାରୁ ସଡକ ନିର୍ମାଣ କ୍ଷେତ୍ରରେ ଦ୍ରୁତ ଉନ୍ନତି ଆସିଛି। ପ୍ରଧାନମନ୍ତ୍ରୀଙ୍କ ଦିଗ୍‍ଦର୍ଶନ ଓ କେନ୍ଦ୍ର ସଡକ ପରିବହନ ଓ ରାଜପଥ ମନ୍ତ୍ରୀଙ୍କ କାର୍ଯ୍ୟଦକ୍ଷତା ଯୋଗୁ ଆଜି ଉତ୍ତମ ସଡକ ନିର୍ମାଣ କ୍ଷେତ୍ରରେ ଦେଶବ୍ୟାପୀ ବ୍ୟାପକ ପରିବର୍ତ୍ତନ ଆସିଛି। ସ୍ୱାଧୀନତା ପରଠାରୁ ୨୦୧୪ ମସିହା ସୁଦ୍ଧା ଦେଶରେ ମାତ୍ର ୯୧ ହଜାର କିଲୋମିଟର ରାଜପଥ ନିର୍ମାଣ ହୋଇଥିବା ବେଳେ ୨୦୧୪ ରୁ ୨୦୨୪ ଅର୍ଥାତ୍ ମାତ୍ର ଦଶ ବର୍ଷରେ ୫୫ ହଜାର କିଲୋମିଟର ରାଜପଥ ନିର୍ମାଣ କରାଯାଇଛି। ଦେଶରେ ବିଶ୍ୱସ୍ତରୀୟ ସଡକ ନିର୍ମାଣର ଅଗ୍ରଗତି ସମ୍ଭବ ହୋଇଛି କେନ୍ଦ୍ର ମନ୍ତ୍ରୀ ଗଡକରୀଙ୍କ କାର୍ଯ୍ୟଦକ୍ଷତା ଓ ଦୂରଦୃଷ୍ଟୀ ଚିନ୍ତାଧାରା ଯୋଗୁ।

ସେ ପୁଣି କହିଥିଲେ ୨୦୩୬ ସୁଦ୍ଧା ସମୃଦ୍ଧ ଓଡିଶା ଗଠନ ପାଇଁ ଆମେ ଓଡିଶାର ଅର୍ଥନୀତିକୁ ମଜବୁତ୍ କରୁଛୁ । ଏଥିପାଇଁ ଆମ ସରକାର ବନ୍ଦର, ସଡକ, ରେଳ ଏବଂ ବିମାନ ପରିବହନ କ୍ଷେତ୍ରର ବିକାଶ ଦିଗରେ ଉଦ୍ୟମ ଅବ୍ୟାହତ ରଖିଛି। Odisha State Road Policy-2025 ଏବଂ Odisha State Highways Authority Act-2025 କରାଯାଇଛି। ସମୃଦ୍ଧ ଓଡିଶା ଗଠନ ପାଇଁ “ବିସ୍ତୃତ ଭିତ୍ତିଭୂମି ମାଷ୍ଟର ପ୍ଲାନ” ପ୍ରସ୍ତୁତ କରାଯାଉଛି । ୨୦୨୫-୨୬ ଆର୍ଥିକ ବର୍ଷରେ କେନ୍ଦ୍ର ସରକାର ଓଡିଶା ପାଇଁ ୧୩ ହଜାର ୬୯ କୋଟି ଟଙ୍କାର ଜାତୀୟ ରାଜପଥ ମଞ୍ଜୁର କରିଛନ୍ତି। କେନ୍ଦ୍ର ରାଜପଥ ମନ୍ତ୍ରୀଙ୍କ ଦ୍ୱାରା ୪ ହଜାର କୋଟି ଟଙ୍କାର ୧୯ଟି ସଡକ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇଛି ଏବଂ ୧୩ଟି ପ୍ରକଳ୍ପ ପାଇଁ ୯ ହଜାର କୋଟି ଟଙ୍କା ମଧ୍ୟ ସେ ପୂର୍ବରୁ ମଞ୍ଜୁର କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ୫ ବର୍ଷ ମଧ୍ୟରେ ଆମ ସରକାର ୭୫ ହଜାର କିଲୋମିଟର ସଡକ ନିର୍ମାଣ ପାଇଁ ଲକ୍ଷ୍ୟ ରଖିଛନ୍ତି। ଓଡିଶାର ସଡକ ଗୁଡିକୁ ବିଶ୍ୱସ୍ତରୀୟ ମାନର କରିବା ପାଇଁ କେନ୍ଦ୍ର ମନ୍ତ୍ରୀ ଗୁରୁତ୍ୱ ଦେଉଛନ୍ତି। ଆଗାମୀ ଦିନରେ କେନ୍ଦ୍ର ମନ୍ତ୍ରୀଙ୍କର ଏହି ସହଯୋଗ ଓଡିଶାର ବିକାଶକୁ ଆହୁରି ତୀବ୍ର କରିବ।

ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଥିଲେ, ଦେଶରେ ଜାତୀୟ ରାଜପଥର ବିକାଶରେ ଭାରତୀୟ ସଡକ କଂଗ୍ରେସର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଓଡିଶାରେ ଏହି ଭଳି ସମ୍ମାନଜନକ ଆୟୋଜନ ଆମ ପାଇଁ ଗୌରବର କଥା। ଏହି ସମାବେଶରୁ ଯେଉଁ ନିଷ୍କର୍ଷ ଏବଂ ନୂଆ ଚିନ୍ତାଧାରା ବାହାରିବ, ସେଗୁଡିକ ଆମ ଦେଶର ସଡକ ନିର୍ମାଣ କ୍ଷେତ୍ରକୁ ସୁଦୃଢ କରିବାରେ ସାହାଯ୍ୟ କରିବ।

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଥିଲେ, ସଡକ ନିର୍ମାଣ କ୍ଷେତ୍ରରେ ଗୁଣାତ୍ମକ ମାନ ବଜାୟ ରଖିବା ପାଇଁ ବିଶ୍ୱସ୍ତରୀୟ ଚିନ୍ତାଧାରା ନେଇ କାମ କରିବାକୁ ପଡିବ। ଆୟୋଜିତ ଭାରତୀୟ ସଡକ କଂଗ୍ରେସ ଗୁଣାତ୍ମକ ସଡକ ନିର୍ମାଣରେ ବୈଷୟିକ ସହାୟତା ଦେବ ବୋଲି ସେ ପ୍ରକାଶ କରିଥିଲେ।

କାର୍ଯ୍ୟକ୍ରମରେ ସଡକ ନିର୍ମାଣ, ଗବେଷଣା ଓ ଇଞ୍ଜିନିୟରିଙ୍ଗ କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଓ ଅବଦାନ ରଖିଥିବା ବ୍ୟକ୍ତି ବିଶେଷମାନଙ୍କ ସମ୍ମାନୀତ କରାଯାଇଥିଲା ଏବଂ ଏକ ସ୍ମରଣିକା ଉନ୍ମୋଚନ ହୋଇଥିଲା।

ଅନ୍ୟମାନଙ୍କ ମଧ୍ୟରେ ଭାରତୀୟ ସଡକ କଂଗ୍ରେସର ସଭାପତି ପ୍ରଫେସର ମନୋରଞ୍ଜନ ପରିଡା, ମହାସଚିବ ରାହୁଲ ଗୁପ୍ତା ପ୍ରମୁଖ ସେମାନଙ୍କ ବକ୍ତବ୍ୟ ରଖିଥିଲେ। ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ ସମାବେଶକୁ ସମସ୍ତଙ୍କୁ ସ୍ୱାଗତ କରିଥିଲେ।

Previous Post

ନୂଆପଡା ନିର୍ବାଚନ ଇସ୍ତାହାର ଉନ୍ମୋଚିତ

Next Post

ଧୋକା, ଧୋକା, ଡବଲ ଧୋକା

Next Post
ଧୋକା, ଧୋକା, ଡବଲ ଧୋକା

ଧୋକା, ଧୋକା, ଡବଲ ଧୋକା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA