Monday, May 11, 2026 11:38 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

୮୮ ପ୍ରତିଶତ ଅଭିଯୋଗର ସମାଧାନ

ମୁଖ୍ୟମନ୍ତ୍ରୀଙ୍କ ୧୪ତମ ପାଳି ଅଭିଯୋଗ ଶୁଣାଣି

by Our Correspondent
11 Aug, 2025- 08:21 PM
in Latest News, News
1 min read
0
୮୮ ପ୍ରତିଶତ ଅଭିଯୋଗର ସମାଧାନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ୧୪ତମ ପାଳି। ଆଜି ଭୁବନେଶ୍ୱର ୟୁନିଟ-୨ ଠାରେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ମନ୍ତ୍ରୀ ମଣ୍ଡଳର ବରିଷ୍ଠ ମନ୍ତ୍ରୀଗଣ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିୟମିତ ଅଭିଯୋଗ ଶୁଣାଣି ଯୋଗୁ ବିଭିନ୍ନ କାରଣରୁ ସମସ୍ୟାରେ ଥିବା ଲୋକମାନେ ଆଶା ଓ ଭରସା ନେଇ ଆସୁଛନ୍ତି ଏବଂ ସେମାନଙ୍କ ସମସ୍ୟାର ସମାଧାନ ମଧ୍ୟ କରାଯାଉଛି। ଗତ ୧୩ଟି ପାଳିରେ ଗ୍ରହଣ କରାଯାଇଥିବା ୧୨,୨୫୨ଟି ଅଭିଯୋଗ ମଧ୍ୟରୁ ୧୦,୮୦୭ଟି ଅଭିଯୋଗର ସମାଧାନ କରାଯାଇଛି । ଯାହା ଶତକଡ଼ା ୮୮ ପ୍ରତିଶତ ଅଟେ । ବାକି ଅଭିଯୋଗ ଗୁଡ଼ିକ ପ୍ରକ୍ରିୟା ମଧ୍ୟରେ ରହିଛି । ଲୋକଙ୍କ ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିୟମିତ ପ୍ରୟାସ ଯୋଗୁ ସରକାରଙ୍କ ପ୍ରତି ଲୋକଙ୍କ ଆସ୍ଥା ବୃଦ୍ଧି ପାଇଛି।

ପ୍ରତିଥର ଭଳି ମୁଖ୍ୟମନ୍ତ୍ରୀ ପୂର୍ବାହ୍ନରେ ପ୍ରଥମେ ଆସି ଅଭିଯୋଗ ଶୁଣାଣି ପ୍ରକୋଷ୍ଠ ବାହାରେ ଅପେକ୍ଷା କରିଥିବା ଦିବ୍ୟାଙ୍ଗ ଓ ଜଟିଳ ରୋଗରେ ପୀଡିତ ପ୍ରାୟ ୪୦ରୁ ଉର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ଜଣ ଜଣ କରି ଭେଟିଥିଲେ ଏବଂ ସେମାନଙ୍କ ଅଭିଯୋଗ ପତ୍ର ଗ୍ରହଣ କରି ତୁରନ୍ତ ପଦକ୍ଷେପ ନେବା ପାଇଁ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହା ପରେ ପ୍ରକୋଷ୍ଠ ଭିତରେ ପଞ୍ଜିକୃତ କରିଥିବା ଅଭିଯୋଗକାରୀ ମାନଙ୍କ ଅଭିଯୋଗ ଶୁଣିଥିଲେ।

ମୁଖ୍ୟମନ୍ତ୍ରୀ, ସାଧାରଣ ଲୋକଙ୍କ ସୁଖ ଦୁଃଖ ଶୁଣିବା ଏବଂ ସମସ୍ୟାର ସମାଧାନ ଉପରେ ସବୁବେଳେ ଗୁରୁତ୍ୱ ଦେଇଥାନ୍ତି । ଆଜି ଆସିଥିବା ଅଭିଯୋଗକାରୀମାନଙ୍କ ମଧ୍ୟରେ କିଛି ଜଣ ନିଜ ନିଜ ସମସ୍ୟାକୁ ନେଇ ବିଚଳିତ ହେଉଥିବାରୁ, ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଭରସା ଓ ଆଶ୍ୱାସନା ଦେଇ ବୁଝାଇଥିଲେ ଏବଂ ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଆଶ୍ୱାସନା ଭରା କଥାରେ ଚିନ୍ତିତ ଲୋକମାନଙ୍କ ମୁହଁରେ ଆଶାର କିରଣ ଦେଖାଦେଇଥିଲା ଏବଂ ସେମାନେ ଆଶ୍ୱସ୍ତ ହୋଇ ଫେରିଥିଲେ।

ଆଜି ପ୍ରକୋଷ୍ଠ ମଧ୍ୟରେ ଗ୍ରହଣ କରାଯାଇଥିବା ସମସ୍ତ ଅଭିଯୋଗ ଗୁଡିକର ପ୍ରତିବିଧାନ ପାଇଁ ଉପସ୍ଥିତ ସମ୍ପୃକ୍ତ ବିଭାଗର ସଚିବମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମଣ୍ଡଳର ୮ ଜଣ ବରିଷ୍ଠ ମନ୍ତ୍ରୀ ଆଜି ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ସଚିବ ସ୍ତରୀୟ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହି ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସହାୟତା ପ୍ରଦାନ କରିଥିଲେ।

ରାଜ୍ୟ ସରକାରଙ୍କ ଏହି ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରାଜ୍ୟସ୍ତର ସହିତ ଜିଲ୍ଲାସ୍ତରରେ ମଧ୍ୟ ଅନୁଷ୍ଠିତ ହେଉଛି । ଏହି ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଜରିଆରେ ଅନେକ ଲୋକଙ୍କର ବର୍ଷ ବର୍ଷ ଧରି ପଡି ରହିଥିବା ସମସ୍ୟାର ସମାଧାନ ହୋଇପାରୁଛି।

ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ପଞ୍ଚାୟତିରାଜ, ପାନୀୟ ଜଳ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ, ବିଦ୍ୟାଳୟ ଓ ଗଣଶିକ୍ଷା, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚଶିକ୍ଷା, କ୍ରୀଡା ଓ ଯୁବସେବା ତଥା ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ  ସୂର୍ଯ୍ୟବଂଶୀ ସୂରଜ, ସମବାୟ, ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଏବଂ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।

ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂ ଏବଂ ଅନ୍ୟ ବିଭାଗ ଗୁଡ଼ିକର ସଚିବ ସ୍ତରୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ ।

Previous Post

ମୋ ଝିଅକୁ ମାରିଦେଲେ: ନର୍ସ ଶୁଭସ୍ମିତାଙ୍କ ମା

Next Post

ସମ ହସ୍ପିଟାଲ-୨ରେ ବିରଳ ଶ୍ୱାସନଳୀ ଅସ୍ତ୍ରୋପଚାର

Next Post
ସମ ହସ୍ପିଟାଲ-୨ରେ ବିରଳ ଶ୍ୱାସନଳୀ ଅସ୍ତ୍ରୋପଚାର

ସମ ହସ୍ପିଟାଲ-୨ରେ ବିରଳ ଶ୍ୱାସନଳୀ ଅସ୍ତ୍ରୋପଚାର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA