Tuesday, June 23, 2026 03:44 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କଠୋର ଆଭିମୁଖ୍ୟ ରଖିଲେ ମୁଖ୍ୟମନ୍ତ୍ରୀ

by Our Correspondent
04 Aug, 2020- 10:16 PM
in Latest News, News
1 min read
0

କୋଭିଡ ଯୋଦ୍ଧାଙ୍କ ପ୍ରାପ୍ୟ ପ୍ରଦାନରେ ସାମାନ୍ୟତମ ଅବହେଳା ବରଦାସ୍ତ କରାଯିବ ନାହିଁ

ଭୁବନେଶ୍ୱର: ଶହୀଦ କୋଭିଡ୍ ଯୋଦ୍ଧାମାନଙ୍କ ପ୍ରାପ୍ୟ ପ୍ରଦାନରେ ସାମାନ୍ୟତମ ଅବହେଳା ବରଦାସ୍ତ କରାଯିବ ନାହିଁ । ସେମାନଙ୍କ ପରିବାର ସହାୟତା ପାଇବାରେ ଯେଭଳି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି, ସେଥିପ୍ରତି ମନ୍ତ୍ରୀଗଣ ଓ ସେମାନଙ୍କ ବିଭାଗ ଉପରେ ଉତ୍ତର ଦାୟିତ୍ୱ ଛାଡ଼ିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଭିଡ଼ିଓ କନଫରେନ୍ସିଂ ଜରିଆରେ ଏକ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ଏଭଳି କଠୋର ଆଭିମୁଖ୍ୟ ରଖିଛନ୍ତି ।
ଖାଲି ସେତିକି ନୁହେଁ, କୋଭିଡ ହସ୍‌ପିଟାଲ ଓ କୋଭିଡ କେୟାର ହୋମ୍‌ରେ ପ୍ରଦାନ କରାଯାଉଥିବା ସମସ୍ତ ଚିକିତ୍ସା ଓ ସେବାର ମାନ ଉପରେ ସମସ୍ତେ ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏଥିସହ ଆମ୍ବୁଲାନ୍‌ସ ବ୍ୟବସ୍ଥାରେ ମଧ୍ୟ ଉନ୍ନତି ଆଣିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏବେ ବି ମଧ୍ୟ ହୋମ କ୍ୱାରେଣ୍ଟାଇନ୍ ସଂପର୍କରେ ବିଭିନ୍ନ ପ୍ରକାର ଭ୍ରାନ୍ତଧାରଣା ଲୋକଙ୍କ ମନରେ ରହୁଛି। ତେଣୁ ଏଥିପାଇଁ ଏକ ପ୍ରଭାବୀ IEC (ସୂଚନା, ମନୋରଂଜନ ଓ ସଂଚାର) କାର୍ଯ୍ୟକ୍ରମର ଆବଶ୍ୟକତା ରହିଛି। ଏହାକୁ ସର୍ବାଧିକ ପ୍ରାଥମିକତା ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ପର୍ଯ୍ୟବେକ୍ଷକମାନେ ଜିଲ୍ଲା ଅଧିକାରୀମାନଙ୍କ ସହିତ କୋଭିଡ ଯୁଦ୍ଧରେ ସଂପୂର୍ଣ୍ଣ ଭାବେ ସାମିଲ ହୋଇ କାର୍ଯ୍ୟ କରିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।
କୋଭିଡ ପରିଚାଳନା ସଂପର୍କରେ ବିସ୍ତୃତ ସୂଚନା ଦେଇ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ କହିଥିଲେ ଯେ
ଆମ୍ବୁଲାନ୍‌ସ ସେବାକୁ ଅଧିକ ଫଳପ୍ରଦ କରିବା ପାଇଁ ଆବଶ୍ୟକ ସଂଖ୍ୟକ ଆମ୍ବୁଲାନ୍‌ସ ନିୟୋଜିତ କରିବା ପାଇଁ ଜିଲ୍ଲାପାଳ ମାନଙ୍କୁ କ୍ଷମତା ଦିଆଯାଇଛି । ପ୍ଲାଜମା ଥେରାପି ସଂପର୍କରେ ସୂଚନା ଦେଇ ସେ କହିଥିଲେ ଯେ ବର୍ତ୍ତମାନ ସୁଦ୍ଧା ୧୦୩ ୟୁନିଟ୍‌ ପ୍ଲାଜମା ସଂଗ୍ରହ ହୋଇଥିବା ବେଳେ ୫୮ ଜଣଙ୍କୁ ପ୍ଲାଜମା ଥେରାପିରେ ଚିକିତ୍ସା କରାଯାଇଛି । ତନ୍ମଧ୍ୟରୁ ୧୧ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଅନ୍ୟମାନଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଦେଖାଦେଇଛି। ସାରା ରାଜ୍ୟରେ ଚାଲିଥିବା ସ୍ବାସ୍ଥ୍ୟ ପର୍ଯ୍ୟବେକ୍ଷଣ କାର୍ଯ୍ୟକ୍ରମ ଶେଷ ହୋଇଛି ଏବଂ ଏଥିରେ ୯୯ ପ୍ରତିଶତ ଘର ସର୍ଭେ କରାଯାଇଛି ବୋଲି ବୈଠକରୁ ଜଣାଯାଇଛି ।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଆସନ୍ତାକାଲି ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ସ୍ବାସ୍ଥ୍ୟ ଶିକ୍ଷା ଓ ତାଲିମ ନିର୍ଦ୍ଦେଶକ ଗଞ୍ଜାମ ଗସ୍ତରେ ଯିବେ ।
ଏହି ଅବସରରେ ବିଭିନ୍ନ ଜିଲ୍ଲାର ପର୍ଯ୍ୟବେକ୍ଷକ ମାନଙ୍କ ସହିତ ମୁଖ୍ୟମନ୍ତ୍ରୀ ସେଠାରେ ସ୍ଥିତି ସଂପର୍କରେ ଆଲୋଚନା କରିଥିଲେ ।
Previous Post

କୋଭିଡ ଯୋଦ୍ଧାଙ୍କ ପାଇଁ ବୁଧବାର ସଂଧ୍ୟା ୬ଟାରେ ନୀରବ ପ୍ରାର୍ଥନା

Next Post

ଅରୁଣଙ୍କ ଟି-ମନ୍ତ୍ର: ହ୍ୱାଟସ୍ ଆପ୍ ଗ୍ରୁପ୍ ରେ ୯ ଲକ୍ଷ ଚାଷୀ

Next Post

ଅରୁଣଙ୍କ ଟି-ମନ୍ତ୍ର: ହ୍ୱାଟସ୍ ଆପ୍ ଗ୍ରୁପ୍ ରେ ୯ ଲକ୍ଷ ଚାଷୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA