Monday, June 29, 2026 02:48 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଶ୍ରୀମନ୍ଦିର ପରିକ୍ରମା ଯୋଜନା ଗୃହୀତ

ବିଧାନସଭାରେ ସଂକଳ୍ପ ଆଣିଲେ ମୁଖ୍ୟମନ୍ତ୍ରୀ

by Our Correspondent
27 Feb, 2021- 02:52 PM
in Latest News, News
1 min read
0
ଶ୍ରୀମନ୍ଦିର ପରିକ୍ରମା ଯୋଜନା ଗୃହୀତ

ଭୁବନେଶ୍ୱର: ପୁରୀ ଐତିହ୍ୟ କରିଡର ବିକାଶ ପାଇଁ ମାଷ୍ଟରପ୍ଲାନ୍ । ଏଥିରେ ଶ୍ରୀମନ୍ଦିର ନିରାପତ୍ତା, ଭକ୍ତଙ୍କ ନିରାପତ୍ତା ଏବଂ ଭକ୍ତମାନଙ୍କ ପାଇଁ ସୁନ୍ଦର ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ଲାଗି ଉଦ୍ଦିଷ୍ଟ ଶ୍ରୀମନ୍ଦିର ପରିକ୍ରମା ଯୋଜନା ଆଜି ବିଧାନସଭାରେ ପାରିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭାରେ ଏହି ସଂକଳ୍ପ ଆଗତ କରିବା ପରେ ସର୍ବସମ୍ମତିକ୍ରମେ ଗୃହୀତ ହୋଇଥିଲା । ଶାସକ ଦଳର ବିଧାୟକମାନେ ଆଜିର ଦିନକୁ ଐତିହାସିକ ଦିନ ବୋଲି ଅଭିହିତ କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଶ୍ରୀମନ୍ଦିର ପରିକ୍ରମା ଯୋଜନା ବିଧାନସଭାରେ ଗୃହୀତ ହେଲା ପରେ ପୁରୀରେ ସେବାୟତ ଓ ଭକ୍ତମାନଙ୍କ ମଧ୍ୟରେ ଭାବବିହ୍ୱଳ ପରିବେଶ ସୃଷ୍ଟି ହୋଇଛି । ସମସ୍ତଙ୍କ ମନରେ ଖୁସି ଓ ଆନନ୍ଦ ପ୍ରକାଶ ପାଇଛି ।

ବିଧାନସଭାରେ କ’ଣ ସଂକଳ୍ପ ରଖିଥିଲେ ମୁଖ୍ୟମନ୍ତ୍ରୀ..

ମାନ୍ୟବର ବାଚସ୍ପତି ମହୋଦୟ,

ଓଡିଆ ଜାତିର ସବୁଠାରୁ ବଡ ପରିଚୟ ହେଉଛନ୍ତି ଶ୍ରୀଜଗନ୍ନାଥ । ଆମ ଇତିହାସ, ସଂସ୍କୃତି, ପରମ୍ପରା ଓ ଆମ ବିଶ୍ୱାସ ସବୁ କିଛି ମହାପ୍ରଭୁଙ୍କୁ କେନ୍ଦ୍ର କରି ଗଢି ଉଠିଛି । ସେ ହେଉଛନ୍ତି ଓଡିଆ ଅସ୍ମିତାର ପ୍ରତୀକ ।
ଆମର ସୌଭାଗ୍ୟ ଯେ ଆମ ସମୟରେ ହିଁ ମହାପ୍ରଭୁଙ୍କ ଧାମର ବିକାଶ ପାଇଁ ସେ ଆମକୁ ସୁଯୋଗ ଦେଇଛନ୍ତି ।

ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର ଆସୁଥିବା ସବୁ ଭକ୍ତ/ ତଥାଜଗନ୍ନାଥ ପ୍ରେମୀ ସମସ୍ତଙ୍କ ହୃଦୟରେ ଗୋଟିଏ ଇଚ୍ଛା ଥାଏ ଯେ ସେମାନେ କିପରି ଏକ ଶାନ୍ତ, ସୁନ୍ଦର ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମହାପ୍ରଭୁଙ୍କୁ ଦର୍ଶନ କରିବେ । ଜଗନ୍ନାଥ ମନ୍ଦିରକୁ ଜୀବନକାଳ ମଧ୍ୟରେ ଥରୁଟିଏ ଆସିବା ଏବଂ ମହାପଭୁଙ୍କ ଟିକିଏ ଝଲକ ପାଇବା ହେଉଛି ଲକ୍ଷ ଲକ୍ଷ ଭକ୍ତଙ୍କର ଜୀବନର ଏକମାତ୍ର ପ୍ରାର୍ଥନା।ସବୁ ଭକ୍ତ ଯେଭଳି ଏକ ଦିବ୍ୟ ଅନୁଭବ ନେଇ ଫେରିବେ ତାହା ଆମ ସମସ୍ତଙ୍କର ଦାୟିତ୍ୱ ।

ଏହି ପରିପ୍ରେକ୍ଷୀରେ ଯେତେବେଳେ ଜଷ୍ଟିସ୍ ବି.ପି.ଦାସ କମିଟି ଶ୍ରୀମନ୍ଦିର ନିରାପତ୍ତା କରିଡର୍ ପାଇଁ ସୁପାରିଶ କଲେ, ସେତେବେଳେ ତିନୋଟି ଲକ୍ଷ୍ୟ ନେଇ ଶ୍ରୀମନ୍ଦିର ପରିକ୍ରମା ଯୋଜନା ବିଷୟ ଚିନ୍ତା କରାଯାଇଥିଲା । ସେଗୁଡିକ ହେଲା :

୧) ଶ୍ରୀମନ୍ଦିରର ନିରାପତ୍ତା

୨) ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଲକ୍ଷ ଲକ୍ଷ ଭଙ୍କ୍ତମାନଙ୍କର ନିରାପତ୍ତା

୩) ଭକ୍ତମାନଙ୍କ ପାଇଁ ଏକ ସୁନ୍ଦର ଆଧ୍ୟାତ୍ମିକ ପରିବେଶ ସୃଷ୍ଟି

ଗଜପତି ମହାରାଜାଙ୍କ ନେତୃତ୍ୱରେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ବିଭିନ୍ନ ଅଂଶୀଦାରମାନଙ୍କ ସହିତ ବହୁବାର ଆଲୋଚନା ପରେ ଶ୍ରୀମନ୍ଦିର ପରିକ୍ରମା ଯୋଜନା  ପ୍ରସ୍ତୁତ କରିଛି ।

ଏହି ମହାନ କାର୍ୟ୍ୟ ପାଇଁ ମୁଁ ଗଜପତି ମହାରାଜାଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଉଛି । ସେହିପରି ଏହି ଯୋଜନାକୁ ଆଗେଇ ନେବା ପାଇଁ ଆମର ସେବାୟତ ବନ୍ଧୁ ତଥା ପୁରୀର ଜନସାଧାରଣଙ୍କୁ ସେମାନଙ୍କ ସହଯୋଗ ପାଇଁ ମୁଁ ଧନ୍ୟବାଦ ଜଣାଉଛି । ମୁଁ ଧନ୍ୟବାଦ ଜଣାଇବାକୁ ଚାହେଁ ପଦ୍ମବିଭୁଷଣ ଶ୍ରୀ ରଘୁନାଥ ମହାପାତ୍ରଙ୍କୁ, ଡ. ସୁବାସ ପାଣିଙ୍କୁ ଏବଂ ଆହୁରି ଅନେକ ବିଶିଷ୍ଟ ବ୍ୟକ୍ତିଙ୍କୁ ଯେଉଁମାନେ କି ଏହି ମହାନ କାର୍ୟ୍ୟରେ ସେମାନଙ୍କର ଅବଦାନ ରଖି ଆମକୁ ଉତ୍ସାହିତ କରିଛନ୍ତି । ଯେହେତୁ ସମସ୍ତଙ୍କ ନାଁ ନେବା ଏଠାରେ ସମ୍ଭବ ହେଉନାହିଁ, ତେଣୁ ଏହି ଯୋଜନା ପ୍ରସ୍ତୁତିରେ ସହାୟତା କରିଥିବା ପ୍ରତ୍ୟେକଙ୍କୁ ମୁଁ ଧନ୍ୟବାଦ ଜଣାଉଛି ।

ସାଧାରଣଭାବେ ସରକାର ଏହି ଯୋଜନାକୁ କାର୍ୟ୍ୟକାରୀ କରିବା ପାଇଁ ପଦକ୍ଷେପ ନେଇଥାନ୍ତି। ମୁଁ ଦୃଢ ବିଶ୍ୱାସ କରେ ଯେ ଏହି ଯୋଜନା କେବଳ ସରକାରଙ୍କର ନୁହେଁ, ଶ୍ରୀମନ୍ଦିର ପ୍ରଶାସନର ମଧ୍ୟ ନୁହେଁ । ଏ ଯୋଜନା ହେଉଛି ସାଢେ ଚାରିକୋଟି ଓଡିଶାବାସୀଙ୍କର ନିଜ ଯୋଜନା ଏବଂ ଏହି ପବିତ୍ର ଗୃହ ସାଢେ ଚାରିକୋଟି ଓଡିଆଙ୍କର ପ୍ରତିନିଧିତ୍ୱ କରୁଛି । ତେଣୁ ଆପଣମାନଙ୍କ ଜରିଆରେ ଓଡିଶାର ଜନସାଧାରଣଙ୍କ ନିକଟରେ ଶ୍ରୀମନ୍ଦିର କରିଡର ପ୍ଲାନ୍ ପ୍ରେଜେଣ୍ଟ କରି ମୁଁ ନିଜକୁ ଧନ୍ୟ ମନେକରୁଛି ।

ଏହା ହେଉଛି ଓଡିଆ ଜାତି ପାଇଁ ତଥା ଆମ ସମସ୍ତଙ୍କ ପାଇଁ ଏକ ଐତିହାସିକ ମୂହୁର୍ତ୍ତ। ଏଭଳି ସୁଯୋଗ ବହୁତ କମ୍‌ ଆସେ । ପୁରୁଷ ପୁରୁଷ ପରେ, ବହୁ ଯୁଗ ପରେ ଏଭଳି ମୂହୁର୍ତ୍ତ ଆସେ । ଆମେ ସମସ୍ତେ, ସାରା ଓଡିଶାବାସୀ ମିଳିତ ଭାବରେ ଆଜି ଏହି ଅନନ୍ୟ ମୂହୁର୍ତ୍ତର ଅଂଶ ପାଲଟି ଯାଇଛେ ।

ଶ୍ରୀମନ୍ଦିର ହେଉଛି ଆମର ଅଧ୍ୟାତ୍ମିକ ଐତିହ୍ୟର କେନ୍ଦ୍ର ଯାହାକି ପୁରୁଷ ପୁରୁଷ ଧରି ଉତ୍ତରାଧିକାରୀ ସୂତ୍ରରେ ଆମେ ପାଇଛେ । ଏହି ଅମୂଲ୍ୟ ସମ୍ପଦକୁ ଆମେ ଉତ୍ତରାଧିକାରୀ ସୂତ୍ରରେ ଆମର ଭବିଷ୍ୟତ ବଂଶଧରମାନଙ୍କ ପାଇଁ ସାଇତି ରଖିଛୁ।ଏହି ଗ୍ଦକ୍ଟ୍ରସକ୍ସସଗ୍ଧ ନେଇ ଆମକୁ ଶ୍ରୀମନ୍ଦିର ପରିକ୍ରମା ଯୋଜନାକୁ ଦେଖିବାକୁ ହେବ ଏବଂ ମିଳିତ ଭାବରେ କାମ କରି ତାକୁ ସାକାର କରିବାକୁ ହେବ ।

ଏହି ପରିପ୍ରେକ୍ଷୀରେ ମୁଁ ତିନୋଟି ପ୍ରସ୍ତାବ ଆପଣମାନଙ୍କ ବିଚାର ପାଇଁ ରଖୁଛି :

୧) ମହାପ୍ରଭୁଙ୍କର ଶ୍ରୀମନ୍ଦିର ପରିକ୍ରମା ଯୋଜନାକୁ ସଂପୂର୍ଣ୍ଣ କରିବା ପାଇଁ ଆମେ ସମସ୍ତେ ସଂକଳ୍ପ ନେଇ କାମ କରିବା ଏବଂ କାମ ଶିଘ୍ର ଶେଷ କରିବା ପାଇଁ ନିଷ୍ଠାର ସହିତ ଉଦ୍ଦ୍ୟମ କରିବା।

୨) ପ୍ରତ୍ୟେକ ଓଡିଆ, ପ୍ରତି ଜଗନ୍ନାଥ ପ୍ରେମୀ ସମସ୍ତଙ୍କ ହୃଦୟରେ ଗୋଟିଏ ଇଚ୍ଛା, ମହାପ୍ରଭୁଙ୍କର ଏହି କାର୍ୟ୍ୟରେ ସାମିଲ ହେବା ତଥା ଏଥିରେ ନିଜର କିଛି ଅବଦାନ ରଖିବା । ଏଥିପାଇଁ ଆମେ ସମସ୍ତଙ୍କୁ ସୁଯୋଗ ଦେବା ।

୩) ଶ୍ରୀମନ୍ଦିର ପରିକ୍ରମା ଯୋଜନା ପାଇଁ ତ୍ୟାଗ କରିଥିବା ପୁରୀବାସୀଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଇବା ।

ଓଡିଆ ସ୍ୱାଭିମାନ ପାଇଁ ଯେଉଁ ମହାପ୍ରଭୁ ଦିନେ କାଞ୍ଚି ଅଭିଯାନରେ ବାହାରି ଥିଲେ, ଭକ୍ତର ମାନ ରକ୍ଷା ପାଇଁ ଯେଉଁ ମହାପ୍ରଭୁ ନନ୍ଦିଘୋଷ ଛାଡି ବାଲି ରଥରେ ବିଜେ କରିଥିଲେ, ସେ କାଳିଆ ଠାକୁର ଜଗନ୍ନାଥଙ୍କ ସେବାରେ, ତାଙ୍କ ଧାମର ବିକାଶରେ ଆମେ ଯଦି କିଛି ବି ଅବଦାନ ରଖିପାରିବା, ତେବେ ଜଣେ ଓଡିଆ ଭାବରେ ଏହା ହେବ ଆମର ଶ୍ରେଷ୍ଠ ସୌଭାଗ୍ୟ ।

ଜୟ ଜଗନ୍ନାଥ ।

Previous Post

ସିସୋର ୬୫୦ କୋଟି ସମ୍ପତ୍ତି ବାଜ୍ୟାପ୍ତି

Next Post

‘ଦିବ୍ୟାଙ୍ଗ ହୀରୋ’ ଅମରେଶଙ୍କ ବୀରତ୍ୱ କାହାଣୀ

Next Post
‘ଦିବ୍ୟାଙ୍ଗ ହୀରୋ’ ଅମରେଶଙ୍କ ବୀରତ୍ୱ କାହାଣୀ

'ଦିବ୍ୟାଙ୍ଗ ହୀରୋ' ଅମରେଶଙ୍କ ବୀରତ୍ୱ କାହାଣୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA