Tuesday, June 23, 2026 11:13 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଶ୍ରୀମନ୍ଦିର ବିକାଶ ଅଭିଯାନକୁ ବଳ ଦେଲେ ଧର୍ମେନ୍ଦ୍ର

ସମର୍ପଣ ନିଧି ସଂଗ୍ରହ ଅଭିଯାନ ପାଇଁ ଗଜପତିଙ୍କୁ ପ୍ରସ୍ତାବ

by Our Correspondent
05 Mar, 2021- 07:09 PM
in Latest News, News
1 min read
0
ଶ୍ରୀମନ୍ଦିର ବିକାଶ ଅଭିଯାନକୁ ବଳ ଦେଲେ ଧର୍ମେନ୍ଦ୍ର

ଭୁବନେଶ୍ୱର: ପୁରୀ ଶ୍ରୀମନ୍ଦିର ବିକାଶ କାର୍ଯ୍ୟରେ ଯୋଡି ହୋଇଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଉ ଦୁଇପାଦ ଆଗକୁ ବଢ଼ିଛନ୍ତି । ଶ୍ରୀମନ୍ଦିର ବିକାଶ ପାଇଁ ସମର୍ପଣ ନିଧି ସଂଗ୍ରହ ଅଭିଯାନ ଭଳି ଏକ ବ୍ୟବସ୍ଥା ତିଆରି କରିବାକୁ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ଅଧ୍ୟକ୍ଷ ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କୁ ପ୍ରସ୍ତାବ ଦେଇଛନ୍ତି । ଆପଣଙ୍କ ମାର୍ଗଦର୍ଶନରେ ଏପରି ବ୍ୟବସ୍ଥା ତିଆରି କରାଗଲେ ସମଗ୍ର ବିଶ୍ୱର ହିନ୍ଦୁ ତଥା ସାଢ଼େ ୪ କୋଟି ଓଡ଼ିଆ ମନଖୋଲି ମହାପ୍ରଭୁଙ୍କୁ ଦାନ କରିବାର ସୁଯୋଗ ପାଇପାରିବେ ବୋଲି ଗଜପତିଙ୍କୁ ଏକ ଚିଠିରେ ଧର୍ମେନ୍ଦ୍ର ଅନୁରୋଧ କରିଛନ୍ତି ।

ଖାଲି ସେତିକି ନୁହେଁ, ଏହି ପବିତ୍ର ପ୍ରଚେଷ୍ଟାକୁ ବଡ଼ ସଫଳତାର ରୂପ ଦେବା ପାଇଁ ଭାରତ ସରକାର ଆଇନଗତ ଏବଂ ନୀତିଗତ ଭାବରେ ସମସ୍ତ ଆନୁସଙ୍ଗିକ ସହାୟତା ପ୍ରଦାନ କରିବା ପାଇଁ ଇଚ୍ଛୁକ ବୋଲି ଧର୍ମେନ୍ଦ୍ର ଜଣାଇଛନ୍ତି । ପ୍ରସ୍ତାବିତ ଅଭିଯାନ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ସମନ୍ୱୟ ଅତ୍ୟନ୍ତ ଜରୁରୀ । ସୁତରାଂ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଭାବେ ଭାରତ ସରକାର ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ସମ୍ପର୍କର ସେତୁ ସାଜିବା ଏବଂ ସମନ୍ୱୟ ରକ୍ଷା କରିବା ପାଇଁ ଗଜପତି ମହାରାଜାଙ୍କୁ ଅନୁରୋଧ କରିଛନ୍ତି ।

ଧର୍ମେନ୍ଦ୍ର ତାଙ୍କ ଚିଠିରେ ଲେଖିଛନ୍ତି, ଅନାଦି ଅନନ୍ତ କାଳରୁ ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ତାଙ୍କର ପବିତ୍ରତା ସହିତ ସଂଶ୍ଲିଷ୍ଟ ସବୁକିଛି ଓଡ଼ିଶାର ସାମାଜିକ ଓ ସାଂସ୍କୃତିକ ପରିଚୟର ମୂଳବିନ୍ଦୁ । ମହାପ୍ରଭୁ ଶ୍ରୀଜଗନ୍ନାଥ ଲୋକଙ୍କ ଦେବତା । ପ୍ରତି ବ୍ୟକ୍ତିର ହୃଦୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ବିରାଜମାନ । ସମଗ୍ର ହିନ୍ଦୁ ସମାଜ ଓ ସାଢ଼େ ୪ କୋଟି ଓଡ଼ିଆଙ୍କ ମନରେ ମହାପ୍ରଭୁଙ୍କ କାମରେ ସହଯୋଗ କରିବା ନେଇ ଅଦମ୍ୟ ଉତ୍ସାହ ରହିଛି । ତେଣୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଇଁ ଏହି ବିଶାଳ ଧନ ସଂଗ୍ରହ ଅଭିଯାନର ସହଯୋଗର ପ୍ରକ୍ରିୟାକୁ ଜନ ଆନେ୍ଦାଳନ ଭାବରେ ପରିଣତ କରିବା ଏବଂ ଲୋକଙ୍କୁ ଏଥିରେ ଭାଗିଦାରୀ କରିବା ପାଇଁ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଭାବରେ ଆପଣଙ୍କୁ ଅନୁରୋଧ କରୁଛି ।

ପୁରୀ ଶ୍ରୀମନ୍ଦିର ପରିକ୍ରମା ଯୋଜନା କିମ୍ବା ଶ୍ରୀଜଗନ୍ନାଥ ଐତିହ୍ୟ କରିଡର ଯୋଜନାକୁ ଆଗେଇ ନେବାରେ କୋଟି କୋଟି ହିନ୍ଦୁ ବିଶେଷ ଭାବରେ ସାଢ଼େ ୪ କୋଟି ଓଡ଼ିଆଙ୍କ ଭାବାବେଗ, ଶ୍ରଦ୍ଧା ଏବଂ ଭକ୍ତିଭାବନାକୁ ଉଜ୍ଜୀବିତ କରିଥିବାରୁ ଗଜପତି ମହାରାଜାଙ୍କ ନିକଟରେ ଧର୍ମେନ୍ଦ୍ର ଆନ୍ତରିକ କୃତଜ୍ଞତା ମଧ୍ୟ ଜ୍ଞାପନ କରିଛନ୍ତି ।

ସୂଚନାଯୋଗ୍ୟ, ନିକଟରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପୁରୀ ଗସ୍ତରେ ଯାଇ ଶ୍ରୀମନ୍ଦିରର ବିକାଶ ପାଇଁ ନିଜ ଦରମାରୁ ୧ ଲକ୍ଷ ସହଯୋଗ ରାଶି ଶ୍ରୀମନ୍ଦିର ପ୍ରଶାସନକୁ ପ୍ରଦାନ କରିଥିଲେ । ଗଜପତିଙ୍କୁ ଲେଖିଥିବା ଚିଠିରେ ଏହି ଅନୁଭୂତିକୁ ସେ ବର୍ଣ୍ଣନା କରିଛନ୍ତି ।

ମହାପ୍ରଭୁଙ୍କ ସେବା କରିବାର ସୁଯୋଗର ଅନୁଭବକୁ ଶବ୍ଦରେ ବର୍ଣ୍ଣନା କରିବା ମୋ ପକ୍ଷରେ ସମ୍ଭବ ନୁହେଁ । ତେବେ ପ୍ରତ୍ୟେକ ହିନ୍ଦୁ ବିଶେଷ ଭାବରେ ଓଡ଼ିଆ ଲୋକମାନେ ଜାତି ଓ ବର୍ଣ୍ଣ ନିର୍ବିଶେଷରେ ମହାପ୍ରଭୁଙ୍କ ସେବା କରିବା ତଥା ଶ୍ରୀମନ୍ଦିରର ବିକାଶ ପାଇଁ ଏହି ଧାମର ସହଯୋଗ ନିମନ୍ତେ ଶ୍ରମଦାନ ଏବଂ ଅର୍ଥଦାନ ପାଇଁ ସୁଯୋଗ ଦିଆଯିବା ଆବଶ୍ୟକ । ଓଡ଼ିଶାର ପ୍ରତ୍ୟେକ ବ୍ୟକ୍ତି ଶ୍ରୀକ୍ଷେତ୍ର ତଥା ଶ୍ରୀମନ୍ଦିର ବିକାଶ ପାଇଁ ଶ୍ରମ ଓ ଅର୍ଥଦାନ ସେମାନଙ୍କୁ ଆଶିର୍ବାଦରେ ଆଧ୍ୟାତ୍ମିକ ଶାନ୍ତି ସହ ଅଦ୍ଭୁତପୂର୍ବ ଆନନ୍ଦ ଦେବ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସର୍ବଦା ମହାପ୍ରଭୁ ଜଗନ୍ନାଥଙ୍କ ପ୍ରତି ସମ୍ମାନ ଏବଂ ଭକ୍ତିଭାବର ପ୍ରକାଶ କରି ଆସୁଥିବା ଚିଠିରେ ଜଣାଇବାକୁ ଭୁଲିନାହାନ୍ତି ଧର୍ମେନ୍ଦ୍ର ।

Previous Post

୩୦୦୦ ‘ମୋ ସେବା କେନ୍ଦ୍ର’ ଲୋକାର୍ପିତ

Next Post

କିଟ୍‍ ରେ ୬୯ତମ ବରିଷ୍ଠ ଜାତୀୟ ଭଲିବଲ୍‍ ଚାମ୍ପିଅନସିପ୍ ଉଦଘାଟିତ

Next Post
କିଟ୍‍ ରେ ୬୯ତମ ବରିଷ୍ଠ ଜାତୀୟ ଭଲିବଲ୍‍ ଚାମ୍ପିଅନସିପ୍ ଉଦଘାଟିତ

କିଟ୍‍ ରେ ୬୯ତମ ବରିଷ୍ଠ ଜାତୀୟ ଭଲିବଲ୍‍ ଚାମ୍ପିଅନସିପ୍ ଉଦଘାଟିତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA