Tuesday, June 23, 2026 04:21 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

‘ମିଶନ ଶକ୍ତି’ କୋଟିଏ ମା ଙ୍କର ବିରାଟ ଆନ୍ଦୋଳନ ହେବ : ନବୀନ

ଘରେ ଘରେ ସଶକ୍ତ ଓଡ଼ିଶାର ବାର୍ତ୍ତା ପହଞ୍ଚାଇବେ

by Our Correspondent
08 Mar, 2021- 06:54 PM
in Latest News, News
1 min read
0
‘ମିଶନ ଶକ୍ତି’ କୋଟିଏ ମା ଙ୍କର ବିରାଟ ଆନ୍ଦୋଳନ ହେବ : ନବୀନ

ଭୁବନେଶ୍ୱର: ଆଜି ଆନ୍ତର୍ଜାତିକ ମହିଳା ଦିବସ । ଠିକ୍ ୨୦ ବର୍ଷ ତଳେ ଏହି ଦିବସରେ ରାଜ୍ୟବାସୀଙ୍କୁ ‘ମିଶନ ଶକ୍ତି’ ର ଉପହାର ଦେଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହାର ସଫଳତାରେ ବେଶ୍ ଖୁସି । ଖୁବଶୀଘ୍ର ଏହା ୧ କୋଟି ମହିଳାଙ୍କର ବିରାଟ ଆନ୍ଦୋଳନରେ ପରିଣତ ହେବ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି । ଓଡ଼ିଶାର ଘରେ ଘରେ ସଶକ୍ତ ଓଡ଼ିଶାର ବାର୍ତ୍ତା ଏହି ମିଶନ ଶକ୍ତି ଦେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଆଜି ରାଜ୍ୟସ୍ତରୀୟ ଆନ୍ତର୍ଜାତିକ ମହିଳା ଦିବସ ପାଳନ ଉତ୍ସବରେ ମୁଖ୍ୟମନ୍ତ୍ରୀ ଭିଡ଼ିଓ କନଫରେନ୍ସିଂରେ ଯୋଡି ହୋଇ ନିଜର ବକ୍ତବ୍ୟ ରଖିଥିଲେ । କହିଥିଲେ, ୨୦୦୧ ମାର୍ଚ୍ଚ ୮ ତାରିଖରେ ଲାଗିଥିବା ଚାରା ଆଜି ଗୋଟେ ବିରାଟ ଗଛରେ ପରିଣତ ହୋଇଛି । ୮୦ ଲକ୍ଷ ମା ମାନଙ୍କ ପାଇଁ ଆଶାର ବୃକ୍ଷ ପାଲଟିଛି । ଏହି ଗଛର ପ୍ରତିଟି ପତ୍ରରେ ରହିଛି ଗୋଟିଏ ଗୋଟିଏ ସଫଳ କାହାଣୀ । ସେହି କାହାଣୀ ହେଉଛି ଆମର ମିଶନ ଶକ୍ତି ।

ମିଶନ ଶକ୍ତି ଆଜି ଏକ ବିରାଟ ସାମାଜିକ ଓ ଅର୍ଥନୈତିକ ଆନ୍ଦୋଳନରେ ପରିଣତ ହୋଇଛି । ଗାଁ ଅର୍ଥନୀତିକୁ ଚଳଚଞ୍ଚଳ କରିପାରିଛି । ମିଶନ ଶକ୍ତି କେବଳ ଦେଶରେ ନୁହେଁ, ସାରା ବିଶ୍ୱରେ ସବୁଠାରୁ ବଡ଼ ଆନ୍ଦୋଳନରେ ପରିଣତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା କରିଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମିଶନ ଶକ୍ତି ମା ମାନଙ୍କର ଉଲ୍ଲେଖନୀୟ କାର୍ଯ୍ୟର ଅବତାରଣା କରିଥିଲେ । ବିଶେଷକରି କୋଭିଡ୍ ର କଠିନ ସମୟରେ କୋଭିଡ୍ ମୁକାବିଲାରେ ସେମାନଙ୍କର ଅଗ୍ରଣୀ ଭୂମିକାକୁ ପ୍ରଶଂସା କରି ଧନ୍ୟବାଦ ଦେଇଥିଲେ ।

ଯେଉଁ ଦେଶରେ ମା ମାନେ ଯେତେ ଆଗୁଆ ସେ ଦେଶ ସେତେ ଉନ୍ନତ । ରାଜ୍ୟ ସରକାର ସବୁବେଳେ ମିଶନ ଶକ୍ତି ମା ମାନଙ୍କ ପାଇଁ ନିଷ୍ଠାର ସହ କାମ କରୁଛନ୍ତି । ସେମାନଙ୍କ ପାଇଁ ୫ ହଜାର କୋଟି ଟଙ୍କାର କାମ ଘୋଷଣା କରାଯାଇଛି ଏବଂ ସେମାନେ ଦକ୍ଷତାର ସହ କାମ କରି ସରକାରଙ୍କ ବିଶ୍ୱାସକୁ ବୃଦ୍ଧି କରିଛନ୍ତି । ମା ମାନଙ୍କ ସମୃଦ୍ଧି ଓ ଅଧିକାର ପାଇଁ ତାଙ୍କର ଉଦ୍ୟମ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ଟୁକୁନୀ ସାହୁ କହିଲେ ଯେ ମହିଳା ମାନଙ୍କ ଅନ୍ତର୍ନିହିତ ଶକ୍ତି ଓ ଦକ୍ଷତା କୁ ଉପଯୋଗ କରି ବିକାଶକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୁରଦୃଷ୍ଟି ଯୋଗୁଁ ଆଜି ଓଡିଶା ମହିଳା ବିକାଶ କ୍ଷେତ୍ରରେ ନୂଆ ଇତିହାସ ସୃଷ୍ଟି କରିପାରିଛି । ମିଶନ ଶକ୍ତି ମା ମାନଙ୍କୁ ନୂଆ ପରିଚୟ ଦେଇଛି ବୋଲି ପ୍ରକାଶ କରି ଏଥିପାଇଁ ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ ।

କାର୍ଯ୍ୟକ୍ରମ ପ୍ରାରମ୍ଭରେ ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ସଚିବ ଶ୍ରୀମତୀ ଅନୁ ଗର୍ଗ ସ୍ଵାଗତ ଭାଷଣ ଦେଇ କହିଥିଲେ ରାଜ୍ୟ ସରକାର ମହିଳା ମାନଙ୍କୁ ହିତାଧିକାରୀ ନୁହେଁ ବରଂ ବିକାଶର ସହ ଭାଗୀଦାର ବୋଲି ମନେ କରନ୍ତି । ମହିଳା ମାନଙ୍କ ବିକାଶ ପାଇଁ ରାଜ୍ୟ ସରକାର କେବଳ ଗୋଟିଏ ଦିନ ନୁହେଁ ବରଂ ପୁରା ୩୬୫ ଦିନ ସମର୍ପିତ ହୋଇ କାମ କରୁଛନ୍ତି ।

ମିଶନ ଶକ୍ତିର କମିଶନର ତଥା ନିର୍ଦେଶିକା ଶ୍ରୀମତୀ ସୁଜାତା କାର୍ତ୍ତିକେୟନ ଧନ୍ୟବାଦ ଅର୍ପଣ କରି କହିଥିଲେ ଯେ ୨୦୦୧ ରେ ମିଶନ ଶକ୍ତି ଏକ ଯୋଜନା ହୋଇ ଆରମ୍ଭ ହୋଇଥିଲା, ଆଜି ଏହା ଏକ ସ୍ଵତନ୍ତ୍ର ବିଭାଗ ହୋଇଛି । ମୁଖ୍ୟମନ୍ତ୍ରୀ ମିଶନ ଶକ୍ତିର ମା ମାନଙ୍କ ପାଇଁ ଯେଉଁ ୫ ହଜାର କୋଟି ଟଙ୍କା ଘୋଷଣା କରିଥିଲେ ଆଜି ମା ମାନେ ୨୫୦୦ କୋଟି ଟଙ୍କାରୁ ଅଧିକ ଟଙ୍କାର ବ୍ୟବସାୟ ଆରମ୍ଭ କରି ସାରିଛନ୍ତି । ମା ମାନଙ୍କ ପାଇଁ ୩୨୦୦ କୋଟି ଟଙ୍କାର ଋଣ ଲକ୍ଷ୍ୟ ଥିଲାବେଳେ ବର୍ତ୍ତମାନ ସୁଧା ୪୦୦୦ କୋଟି ଟଙ୍କାରୁ ଅଧିକ ଋଣ ମିଳିପାରିଛି ।

କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ବିଭାଗ ଓ ମିଶନ ଶକ୍ତିର କାର୍ଯ୍ୟକ୍ରମ ସମ୍ପର୍କରେ ଦୁଇଟି ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା । ଝାରସୁଗୁଡା , ଯାଜପୁର ଓ ଭୁବନେଶ୍ବରରେ ତିନୋଟି କର୍ମଜୀବି ମହିଳା ହଷ୍ଟେଲ ଉଦଘାଟିତ ହୋଇଥିଲା । ହଷ୍ଟେଲ ପରିଚାଳନା, ସ୍ଵଧାର ଓ ଉଜ୍ଜ୍ଵଳ ଆଦି ଯୋଜନା ପାଇଁ ନୂଆ ପୋର୍ଟାଲ, ମିଶନ ଶକ୍ତି ୱେବସାଇଟ , ମୋବାଇଲ ଆପ ଓ ବ୍ଯାଙ୍କ ମାନଙ୍କ ଋଣ ପ୍ରଦାନ ସମ୍ପର୍କରେ ଏକ ସ୍ଵତନ୍ତ୍ର ପୋର୍ଟାଲ ଉନ୍ମୋଚିତ ହୋଇଥିଲା । ଡାଆଣି କୁପ୍ରଥାର (Witch Hunting) ବିଲୋପ ପାଇଁ IEC Package ମଧ୍ୟ ଉନ୍ମୋଚିତ ହୋଇଥିଲା ।

ଏହି ଅବସରରେ ଶ୍ରେଷ୍ଠ ପ୍ରଦର୍ଶନକାରୀ ଜିଲ୍ଲା , ସ୍ଵୟଂ ସହାୟକ ଗୋଷ୍ଠୀ, ଅଧିକାରୀ ଓ ବ୍ୟାଙ୍କ ମାନଙ୍କୁ ପୁରସ୍କାର ପ୍ରଦାନ କରଯାଇଥିଲା ।

ଅନ୍ୟମାନଙ୍କ ମଧ୍ୟରେ ମିଶନ ଶକ୍ତିର ଉପଦେଷ୍ଟା, ରାଜ୍ୟ ମହିଳା କମିଶନ ର ଅଧ୍ୟକ୍ଷା, ରାଜ୍ୟ ଶିଶୁ ସୁରକ୍ଷା କମିଶନ ର ଅଧ୍ୟକ୍ଷା, ଓଡିଶା ଶିଶୁ କଲ୍ୟାଣ ପରିଷଦର ସଦସ୍ୟା ସଚିବ, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପ୍ରଦୀପ ଜେନା ମୁଖ୍ୟମନ୍ତ୍ରୀ ଙ୍କ ସଚିବ 5T ଶ୍ରୀ ଭି କେ ପାଣ୍ତିଆନ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Previous Post

କିଟ୍‍ ରେ ୬୯ତମ ବରିଷ୍ଠ ଜାତୀୟ ଭଲିବଲ୍‍ ଚାମ୍ପିଅନସିପ୍ ଉଦଘାଟିତ

Next Post

ସୁଧାଂଶୁ ଷଡ଼ଙ୍ଗୀ ବିଦା, ସୌମେନ୍ଦ୍ର ପ୍ରିୟଦର୍ଶୀ ପୁଲିସ କମିଶନର

Next Post
ସୁଧାଂଶୁ ଷଡ଼ଙ୍ଗୀ ବିଦା, ସୌମେନ୍ଦ୍ର ପ୍ରିୟଦର୍ଶୀ ପୁଲିସ କମିଶନର

ସୁଧାଂଶୁ ଷଡ଼ଙ୍ଗୀ ବିଦା, ସୌମେନ୍ଦ୍ର ପ୍ରିୟଦର୍ଶୀ ପୁଲିସ କମିଶନର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA