Monday, July 6, 2026 02:51 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଦେଶର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ମଧ୍ୟରେ ସ୍ଥାନ ବଜାୟ ରଖିଲା କିଟ୍‍

ଟାଇମସ ହାଇଅର ଏଜୁକେସନ୍‍ ଏସିଆ ୟୁନିଭର୍ସିଟ ରାଙ୍କିଙ୍ଗ

by Our Correspondent
09 Jun, 2021- 09:37 PM
in Latest News, News
1 min read
0
ଦେଶର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ମଧ୍ୟରେ ସ୍ଥାନ ବଜାୟ ରଖିଲା କିଟ୍‍

ଭୁବନେଶ୍ୱର: ଦି ଟାଇମସ ହାଇଅର ଏଜୁକେସନ୍‍ ଏସିଆ ୟୁନିଭର୍ସିଟି ରାଙ୍କିଂ ୨୦୨୧ରେ କିଟ୍‍ ବିଶ୍ୱବିଦ୍ୟାଳୟ ଉତ୍ତମ ପ୍ରଦର୍ଶନ କରିଛି। ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ‘ଦି ଟାଇମସ ହାଇଅର ଏଜୁକେସନ୍‍’ ପକ୍ଷରୁ ବିଶ୍ୱସ୍ତରୀୟ ଏସିଆ ୟୁନିଭର୍ସିଟି ରାଙ୍କିଂ ଫଳାଫଳ ପ୍ରକାଶ ପାଇଛି। ଏଥିରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ଦେଶର ଶ୍ରେଷ୍ଠ ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ କିଟ୍‍ ୩୦ତମ ସ୍ଥାନରେ ରହିଥିବା ବେଳେ ଏସିଆର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ତାଲିକାରେ ୨୫୧+ ବର୍ଗରେ ରହିଛି। ସେହିପରି ଜେନେରାଲ୍‍ ଇଂଜିନିୟରିଂର ଓଭରାଲ୍‍ ବର୍ଗରେ ଶ୍ରେଷ୍ଠ ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ କିଟ୍‍ ୧୫ତମ ସ୍ଥାନରେ ରହି ଦେଶର ପୂର୍ବାଞ୍ଚଳରେ କିଟ୍‍ ନିଜର ଟେକ ବଜାୟ ରଖିଛି।

ଟାଇମସ ହାଇଅର ଏଜୁକେସନ୍‍ ପକ୍ଷରୁ ଶିକ୍ଷାଦାନ, ଗବେଷଣା, ଜ୍ଞାନର ଆଦାନ ପ୍ରଦାନ, ଅନ୍ତର୍ଜାତୀୟ ଦୃଷ୍ଟିକୋଣ ଆଦି ବିଭିନ୍ନ ମାନଦଣ୍ଡକୁ ନେଇ ବିଶ୍ୱବିଦ୍ୟାଳୟଗୁଡ଼ିକର ରାଙ୍କିଂ କରାଯାଇଛି। କିଟରେ ବ୍ୟାପକ କାର୍ଯ୍ୟକ୍ରମ ସହ ୨ଶହରୁ ଊର୍ଦ୍ଧ୍ୱ ବିଭିନ୍ନ ପାଠ୍ୟକ୍ରମ ରହିଥିବା ବେଳେ ଏହାକୁ ବିଚାରକୁ ନେଲେ ଦେଶର ସମସ୍ତ ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟ ମଧ୍ୟରେ କିଟ୍‍ ଯଥେଷ୍ଟ ଉତ୍ତମ ପ୍ରଦର୍ଶନ କରିଛି । ଟାଇମସ ହାଇଅର୍‍ ଏଜୁକେସନ୍‍ ପକ୍ଷରୁ ଗତ ୫୦ବର୍ଷ ମଧ୍ୟରେ ପ୍ରତିଷ୍ଠିତ ଏସିଆର ଲବଧ ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟଗୁଡ଼ିକୁ ଏହି ଚୟନ ପ୍ରକ୍ରିୟାରେ ସାମିଲ୍‍ କରାଯାଇଛି।

ସୂଚନାଯୋଗ୍ୟ, କିଟ୍‍ ୨୪ ବର୍ଷର ଅନୁଷ୍ଠାନ ହୋଇଥିବା ବେଳେ ମାତ୍ର ୧୭ବର୍ଷର ବିଶ୍ୱବିଦ୍ୟାଳୟ ଭାବେ ଉପରୋକ୍ତ ସମସ୍ତ ମାନଦଣ୍ଡକୁ ପୂରଣ କରି ୨୫୧+ ରାଙ୍କ, ଦେଶରେ ୩୦ତମ ଓ ଜେନେରାଲ୍‍ ଇଂଜିନିୟରିଂର ଓଭରାଲ୍‍ ବର୍ଗରେ କିଟ୍‍ ୧୫ତମ ସ୍ଥାନରେ ରହି କିଟ୍‍ ଓଡ଼ିଶାର ଗୌରବ ବୃଦ୍ଧି କରିପାରିଛି। ଟାଇମସ ହାଇଅର ଏଜୁକେସନ୍‍ ପକ୍ଷରୁ ଚଳିତବର୍ଷ କରାଯାଇଥିବା ଏସିଆ ୟୁନିଭର୍ସିଟି ରାଙ୍କିଂ ହେଉଛି ଏକ ବିଶ୍ୱସ୍ତରୀୟ ପ୍ରଦର୍ଶନ ତାଲିକା। ଏହା ପୂର୍ବରୁ ଆନ୍ତର୍ଜାତିକସ୍ତରରେ ହେଉଥିବା ସମସ୍ତ ରାଙ୍କିଂରେ ବର୍ଷ ବର୍ଷ ଧରି ଲଗାତାର କିଟ୍‍ ନିଜର ଉତ୍କର୍ଷତା ପ୍ରତିପାଦିତ କରିଆସୁଛି।

ଏହି ସଫଳତା ପାଇଁ କିଟ୍‍ ଓ କିସର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, ଅଧ୍ୟାପକ ଅଧ୍ୟାପିକା, କର୍ମଚାରୀ ଓ ଶୁଭେଚ୍ଛୁ କିଟ୍‍ ଓ କିସର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ତାଙ୍କର ଉତ୍ତମ ଦୂରଦୃଷ୍ଟି ଓ ପ୍ରଚେଷ୍ଟା ପାଇଁ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି। ପ୍ରତିବର୍ଷ ଦେଶର ଲବଧ ପ୍ରତିଷ୍ଠିତ ଆଇଆଇଟି ଓ ଏନ୍ଆଇଟି ଆଦି ସରକାରୀ ବିଶ୍ୱବିଦ୍ୟାଳୟ ଓ ସୁନାମ ଧନ୍ୟ ଘରୋଇ ବିଶ୍ୱବିଦ୍ୟାଳୟ ସହ ସମକକ୍ଷ ହୋଇ ଉତ୍ତମ ପ୍ରଦର୍ଶନ ଜାରି ରଖିଛି। ଏହା ହିଁ ହେଉଛି କିଟର ସଫଳତା ବୋଲି ପ୍ରତିଷ୍ଠାତା ଶ୍ରୀ ସାମନ୍ତ କହିଛନ୍ତି।

Previous Post

୭ ଜିଲ୍ଲାରେ ୭ ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ରଖିଲେ ମୁଖ୍ୟମନ୍ତ୍ରୀ

Next Post

ଗତଥର ଯାହା ଏଥର ସେୟା

Next Post
ଗତଥର ଯାହା ଏଥର ସେୟା

ଗତଥର ଯାହା ଏଥର ସେୟା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA