Thursday, July 2, 2026 01:13 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଭବାନୀପାଟଣାରେ ୨୦୦ ଶଯ୍ୟା ବିଶିଷ୍ଟ ସ୍ୱତନ୍ତ୍ର କୋଭିଡ ହସ୍‌ପିଟାଲ

ତୃତୀୟ ଲହର ପାଇଁ ପ୍ରସ୍ତୁତ ରହିବାକୁ ପୁଣି ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

by Our Correspondent
19 Jun, 2021- 10:13 PM
in Latest News, News
1 min read
0
ଭବାନୀପାଟଣାରେ ୨୦୦ ଶଯ୍ୟା ବିଶିଷ୍ଟ ସ୍ୱତନ୍ତ୍ର କୋଭିଡ ହସ୍‌ପିଟାଲ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କଳାହାଣ୍ଡିର ଭବାନୀପାଟଣା ଠାରେ ବେଦାନ୍ତ ଗ୍ରୁପ ସହଯୋଗରେ ନିର୍ମିତ ଏକ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍‌ପିଟାଲ ଉଦ୍‌ଘାଟନ କରିଛନ୍ତି। ଏଥିରେ ୧୬ଟି ଆଇସିୟୁ ଓ ୧୬ଟି ଏଚଡିୟୁ ଶଯ୍ୟା ସହିତ ଏକ ସ୍ୱତନ୍ତ୍ର ଶିଶୁ ଚିକିତ୍ସା ୱାର୍ଡ ମଧ୍ୟ ରହିଛି । ଏଥିରେ ସମସ୍ତ ପ୍ରକାର ଆଧୁନିକ ଚିକିତ୍ସା ଉପକରଣ ରଖାଯାଇଛି ।ହସ୍‌ପିଟାଲରେ ଚିକିତ୍ସା ଠାରୁ ଆରମ୍ଭ କରି ରୋଗ ନିରୂପଣ, ଔଷଧ, ଖାଦ୍ୟ ଆଦି ସବୁ ମାଗଣାରେ ଯୋଗାଇ ଦିଆଯିବ। ଏହି ହସ୍‌ପିଟାଲ ପାଇଁ ବେଦାନ୍ତ ଗ୍ରୁପ ତଥା ଏହାର ଅଧ୍ୟକ୍ଷ ଶ୍ରୀ ଅନିଲ ଅଗ୍ରୱାଲଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି ।

କୋଭିଡ ମୁକାବିଲାରେ ରାଜ୍ୟର ପଦକ୍ଷେପ ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ କିଛି ଦିନ ମଧ୍ୟରେ ରାଜ୍ୟରେ ୧୫ଟି ଅକ୍‌ସିଜେନ ପ୍ଲାଣ୍ଟ ପାଇଁ କାମ ଆରମ୍ଭ ହୋଇଛି । ଆଗାମୀ ଦୁଇ ମାସ ମଧ୍ୟରେ ଏଥିରୁ ଉତ୍ପାଦନ ଆରମ୍ଭ ହେବ। କୋଭିଡର ଦ୍ୱିତୀୟ ଲହରରେ ରୋଗୀ ମାନଙ୍କୁ ଅକ୍‌ସିଜେନ ସ୍ତର କମିବା ଯୋଗୁ ସାରା ଦେଶରେ ଅକ୍‌ସିଜେନ ଯୋଗାଣ ଉପରେ ଅତ୍ୟଧିକ ଚାପ ସୃଷ୍ଟି ହୋଇଥିଲା । ଏଭଳି ସମୟରେ ଓଡିଶା ୧୮ଟି ରାଜ୍ୟକୁ ଅକ୍‌ସିଜେନ ଯୋଗାଇ ଅନେକ ମୂଲ୍ୟବାନ ଜୀବନ ବଞ୍ଚାଇପାରିଛି ।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ତୃତୀୟ ଲହର ପାଇଁ ଏବେଠାରୁ ପ୍ରସ୍ତୁତ ରହିବାକୁ ପୁଣି ଥରେ ପରାମର୍ଶ ଦେଇ ଜନସାଧାରଣଙ୍କୁ ସମସ୍ତଙ୍କୁ ଡବଲ ମାସ୍କ ପିନ୍ଧିବା ସହିତ ଟିକା ନିଶ୍ଚୟ ନେବା ପାଇଁ ନିବେଦନ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାମାରୀ ହେଉ, ବା ପ୍ରାକୃତିକ ବିପର୍ଯ୍ୟୟ, ଆମେ ଯଦି ଠିକ୍‌ ଭାବରେ ଆଗରୁ ପ୍ରସ୍ତୁତ ହୋଇ ରହିବା, ତେବେ ଆମେ ନିଶ୍ଚୟ ବିଜୟ ଲାଭ କରିବା ।

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ କଳାହାଣ୍ଡିରେ କୋଭିଡ ହସ୍‌ପିଟାଲ ସହିତ ମେଡିକାଲ କଲେଜ, ଜଳସେଚନର ବିକାଶ ଆଦି ବ୍ୟାପକ ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । କଳାହାଣ୍ଡିରେ କୋଭିଡ ମୁକାବିଲା ପାଇଁ ଦୁଇଟି ଅକ୍‌ସିଜେନ ପ୍ଲାଣ୍ଟ କରାଯାଇଛି, ହସ୍‌ପିଟାଲରେ ଭେଣ୍ଟିଲେଟର ବ୍ୟବସ୍ଥା କରାଯାଇଛି ବୋଲି ଶକ୍ତିମନ୍ତ୍ରୀ ଦିବ୍ୟଶଂକର ମିଶ୍ର କହିଥିଲେ ।

କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା, ରାଜ୍ୟସଭା ସାଂସଦ ସୁଜିତ୍‌ କୁମାର, ଧର୍ମଗଡ ଓ ଲାଞ୍ଜିଗଡର ବିଧାୟକ ଯୋଗ ଦେଇ କୋଭିଡ ହସ୍‌ପିଟାଲ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ । .

ଏହି କାର୍ଯ୍ୟକ୍ରମରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଗ ଦେଇ ବେଦାନ୍ତ ଗ୍ରୁପ ଅଧ୍ୟକ୍ଷ ଶ୍ରୀ ଅନିଲ ଅଗ୍ରୱାଲ କଳାହାଣ୍ଡିର ବିକାଶ ଓ ଓଡିଶାର ସାମଗ୍ରିକ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚପ୍ରଶଂସା କରିଥିଲେ । ସେ କହିଥିଲେ ଯେ କଳାହାଣ୍ଡି ମୁଖ୍ୟମନ୍ତ୍ରୀଙ୍କ ହୃଦୟରେ ରହିଛି । ମୁଁ ତାଙ୍କୁ ଯେତେବେଳେ ଭେଟିଛି, ସେ ସବୁବେଳେ କଳାହାଣ୍ଡିର ବିକାଶ ସଂପର୍କରେ ମୋ ସହିତ ଆଲୋଚନା କରିଛନ୍ତି । ମୁଖ୍ୟମନ୍ତ୍ରୀ ସବୁବେଳେ ଲୋକଙ୍କ ଉନ୍ନତି ଓ ରାଜ୍ୟର ବିକାଶ କଥା ଚିନ୍ତା କରନ୍ତି। ବାତ୍ୟା ସମୟରେ ମୁଖ୍ୟମନ୍ତ୍ରୀ ଯେଉଁଭଳି ଭାବରେ ନେତୃତ୍ବ ନେଇ ମୁକାବିଲା କଲେ ଓ ଲୋକଙ୍କ ଜୀବନର ସୁରକ୍ଷା କଲେ, ତାହା ଆଜି ସମଗ୍ର ବିଶ୍ବରେ ଚର୍ଚ୍ଚାର ବିଷୟ ହୋଇଛି । ଆମେ ଅନେକ ରାଜ୍ୟରେ କାମ କରୁଛୁ, କିନ୍ତୁ ଓଡିଶାରେ କାମ କରିବାର ଅଭିଜ୍ଞତା ମୋତେ ସବୁଠାରୁ ଭଲ ଅନୁଭବ ଦେଇଛି ବୋଲି ସେ କହିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଶିଳ୍ପ ବିଭାଗ ପ୍ରମୁଖ ସଚିବ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

 

Previous Post

୬ରୁ ୮ ସପ୍ତାହ ମଧ୍ୟରେ ତୃତୀୟ ଲହର!

Next Post

ଚାଲିଗଲେ ତପୁ ମିଶ୍ର

Next Post
ଚାଲିଗଲେ ତପୁ ମିଶ୍ର

ଚାଲିଗଲେ ତପୁ ମିଶ୍ର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA