Monday, June 29, 2026 01:01 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କୋଭିଡ୍ ନିୟମକୁ କଡ଼ାକଡ଼ି ପାଳନ କର: ମୁଖ୍ୟମନ୍ତ୍ରୀ

by Our Correspondent
29 Jun, 2021- 11:13 PM
in Latest News, News
1 min read
0
କୋଭିଡ୍ ନିୟମକୁ କଡ଼ାକଡ଼ି ପାଳନ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ କୋଭିଡ ସ୍ଥିତି ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୁଖ୍ୟତଃ ଅଧିକ ସଂକ୍ରମଣ ହାର ଥିବା ଜିଲ୍ଲା ଉପରେ ଫୋକସ କରିବା ସହିତ କୋଭିଡ ନିୟମର କଡାକଡି ଅନୁପାଳନ ଉପରେ ଗୁରୁତ୍ବ ଆରୋପ କରିଥିଲେ । ରାଜ୍ୟରେ ସଂକ୍ରମଣ ହାର ୫ ପ୍ରତିଶତ ଥିଲେ ମଧ୍ୟ ଅଳ୍ପ କେତେକ ଜିଲ୍ଲାରେ ଉଚ୍ଚ ସଂକ୍ରମଣ ହାରକୁ ଦୃଷ୍ଟିରେ ରଖି ସତର୍କତା ଅବଲମ୍ବନ କରାଯିବା ଦରକାର । ଘରକୁ ଘର ବୁଲି ଚାଲିଥିବା ସର୍ଭେ କାର୍ଯ୍ୟକ୍ରମ ଆହୁରି ଜୋରଦାର କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ତୃତୀୟ ଲହରରେ ପ୍ରସ୍ତୁତି ସ୍ବରୂପ ଶିଶୁ ରୋଗ ଚିକିତ୍ସା ପାଇଁ ସମସ୍ତ ବ୍ୟବସ୍ଥା ତଥା ଡାକ୍ତରମାନଙ୍କର ଏ ସଂପର୍କିତ ତାଲିମକୁ ପ୍ରାଥମିକତା ଦେଇ ସଂପୂର୍ଣ୍ଣ ପ୍ରସ୍ତୁତ ରହିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ସେହିପରି ବିଭିନ୍ନ ଡାକ୍ତରଖାନା ମାନଙ୍କରେ ଅକ୍‌ସିଜେନ ପ୍ଲାଣ୍ଟ ଯେପରି ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ କାର୍ଯ୍ୟକ୍ଷମ ହୋଇପାରିବ, ତାହା ସୁନିଶ୍ଚିତ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶୀଘ୍ର ଟିକାକରଣ ଆଗାମୀ କିଛି ମାସ ପାଇଁ ଆମର ମୁଖ୍ୟ ଫୋକସ ହୋଇରହିବ। ବର୍ତ୍ତମାନ ଆମେ ଦୈନିକ ୩ ଲକ୍ଷ ଲୋକଙ୍କୁ ଟିକା ଦେଉଛୁ ବୋଲି ପ୍ରକାଶ କରି ଟିକା କେନ୍ଦ୍ର ମାନଙ୍କରେ ବିଭିନ୍ନ ସୁବିଧାର ବିକାଶ ପାଇଁ ଜିଲ୍ଲାପାଳ ମାନେ ବ୍ୟକ୍ତିଗତ ଭାବେ ଦୃଷ୍ଟି ଦେବା ପାଇଁ ସେ ପରାମର୍ଶ ଦେଇଥିଲେ । କୋଭିଡ ନିୟମ ସଂପର୍କରେ ଲୋକମାନଙ୍କୁ ବାରମ୍ବାର ସଚେତନ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେବା ସହ ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାମାଜିକ ଦୂରତା ରକ୍ଷା କରିବା, ଭିଡ ନ ଯିବା ଆଦି କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବାକୁ ଜନସାଧାରଣଙ୍କୁ ପରାମର୍ଶ ଦେଇଥିଲେ ।

ସମୀକ୍ଷାରେ ଯୋଗ ଦେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ରାଜ୍ୟର ଦକ୍ଷିଣ ଓ ପଶ୍ଚିମାଞ୍ଚଳର ୧୭ଟି ଜିଲ୍ଲାରେ ଆଂଶିକ ଅନ୍‌ଲକ୍‌ ପରେ ମଧ୍ୟ କୋଭିଡ କେସ୍‌ରେ କୌଣସି ବୃଦ୍ଧି ହୋଇନାହିଁ । କିନ୍ତୁ ଉପକୂଳ ଓ ଉତ୍ତର ଓଡିଶାର ଅଭିବକ୍ତ ପୁରୀ, କଟକ, ବାଲେଶ୍ବର ଓ ମୟୁରଭଂଜ ଆଦି ଜିଲ୍ଲା ମାନଙ୍କରେ ସଂକ୍ରମଣ ହାର ଅଧିକ ଥିବାରୁ ଅଧିକ ସତର୍କ ଦୃଷ୍ଟି ରଖାଯାଇଛି ବୋଲି ସେ ସୂଚନା ଦେଇଥିଲେ।

ରାଜ୍ୟର କୋଭିଡ ସ୍ଥିତି ସଂପର୍କରେ ସୂଚନା ଦେଇ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର କହିଥିଲେ ଯେ ଗଞ୍ଜାମ ଓ ଝାରସୁଗୁଡା ଜିଲ୍ଲାରେ ସଂକ୍ରମଣ ହାର ଏକ ପ୍ରତିଶତରୁ ତଳେ ଥିବାବେଳେ ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ୯-୧୫ ପ୍ରତିଶତ ରହୁଥିବାରୁ ଏହା ଉପରେ ଅଧିକ ଫୋକସ କରାଯାଇଛି । ଲକ୍‌ଡାଉନ କଡାକଡି ସହିତ Micro Containment Zone, Testing ଆଦି ଉପରେ ବିଶେଷ ଗୁରୁତ୍ବ ଦିଆଯାଉଛି । ଜୁଲାଇ ୧୫ ବେଳକୁ ପରିସ୍ଥିତିରେ ଆହୁରି ଉନ୍ନତି ଆସିବ ବୋଲି ସେ ସୂଚନା ଦେଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ।

ଏହି ସମୀକ୍ଷା ବୈଠକରେ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଏବଂ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Previous Post

ରାଜ୍ୟ ସରକାରଙ୍କୁ ପ୍ରଶଂସା କଲେ ଧର୍ମେନ୍ଦ୍ର

Next Post

ଜୁଲାଇ ୧୬ ଯାଏଁ ଆଂଶିକ ଲକଡାଉନ୍

Next Post
ଜୁଲାଇ ୧୬ ଯାଏଁ ଆଂଶିକ ଲକଡାଉନ୍

ଜୁଲାଇ ୧୬ ଯାଏଁ ଆଂଶିକ ଲକଡାଉନ୍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA