Thursday, June 25, 2026 12:09 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମିଶନ ଶକ୍ତିକୁ ୪୫୩.୫୦ କୋଟିର କୋଭିଡ୍ ପ୍ୟାକେଜ

ଚଳିତବର୍ଷ ୬ ହଜାର କୋଟିର ବ୍ୟାଙ୍କ ଋଣ ପ୍ରଦାନ ଲକ୍ଷ୍ୟ

by Our Correspondent
16 Jul, 2021- 09:45 PM
in Latest News, News
1 min read
0
ମିଶନ ଶକ୍ତିକୁ ୪୫୩.୫୦ କୋଟିର କୋଭିଡ୍ ପ୍ୟାକେଜ

ଭୁବନେଶ୍ୱର: ରାଜ୍ୟ ମିଶନ ଶକ୍ତିର ମହିଳାମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ସହାୟତା । ଆଜି ୪୫୩. ୫୦ କୋଟି ଟଙ୍କାର କୋଭିଡ୍ ସହାୟତା ଘୋଷଣା କରିଛନ୍ତି । ରାଜ୍ୟର ୩୩୮ ଟି ବ୍ଲକ୍ ସ୍ତରୀୟ ମିଶନ ଶକ୍ତି ମହାସଂଘର ନିଜସ୍ୱ ଘର ମିଶନ ଶକ୍ତି ଭବନ ନିର୍ମାଣ ପାଇଁ ୫୦ ଲକ୍ଷ ଟଙ୍କା ଲେଖାଏଁ ହିସାବରେ ୧୬୯ କୋଟି ଟଙ୍କା, ବ୍ୟବସାୟ ପାଇଁ ୮୪.୫୦ କୋଟି(ଆବର୍ତ୍ତନ ପାଣ୍ଠି) ଏବଂ ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କର ଋଣ ଉପରେ ସୁଧ ଫେରସ୍ତ ପାଇଁ ୨୦୦ କୋଟି ଟଙ୍କା ଦିଆଯିବ । ଏହି ଅବସରରେ ମିଶନ ଶକ୍ତି ମା’ ମାନଙ୍କୁ ବିକାଶ ବାହିନୀ ଭାବେ ଅଭିହିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ଆପଣମାନେ ଆଗକୁ ବଢ଼ନ୍ତୁ, ମୁଁ ଆପଣମାନଙ୍କ ସାଥୀରେ ଅଛି ।’

ସୂଚନାଥାଉକି, ବ୍ଲକ୍ ସ୍ତରରେ ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କ ପାଇଁ ଗଠନ ହେବାକୁ ଥିବା ମିଶନ ଶକ୍ତି ଭବନ ବିବିଧ କାର୍ଯ୍ୟକ୍ରମ ପାଇଁ ଉଦ୍ଦିଷ୍ଟ ରହିବ । ସେଠାରେ ମହିଳାମାନଙ୍କୁ ତାଲିମ ଦିଆଯିବ । ସେମାନଙ୍କ ଉତ୍ପାଦିତ ଦ୍ରବ୍ୟ ପାଇଁ ବିକ୍ରୟ କେନ୍ଦ୍ର ଖୋଲାଯିବ । ମହିଳାମାନେ ଏକାଠି ବସି ନିଜସ୍ୱ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା ଓ ପର୍ଯ୍ୟାଲୋଚନା କରିପାରିବେ ।

କୋଭିଡ୍ ସମୟରେ ମିଶନ ଶକ୍ତି ମା’ ମାନେ ବହୁତ ଭଲ କାମ କରିଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କ ପ୍ରଶଂସା କରିବା ସହ ଅଭିନନ୍ଦନ ଜଣାଇଥିଲେ । ଆପଣମାନେ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ର ପରିଚାଳନାଠାରୁ ଆରମ୍ଭ କରି ମାସ୍କ ତିଆରି, ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଆଦି କାର୍ଯ୍ୟ କରି ମିଶନ ଶକ୍ତି ଆନ୍ଦୋଳନର ସୁନାମ ବୃଦ୍ଧି କରିଛନ୍ତି । ଜୀବନଜୀବିକାଠାରୁ ଆରମ୍ଭ କରି ବିଭିନ୍ନ ବିକାଶ କାମରେ ଆପଣମାନେ ସାମିଲ ହୋଇ ଭଲ କାମ କରିଛନ୍ତି । ବୋରିଗୁମ୍ମା ଠାରୁ ଆରମ୍ଭ କରି ନିଆଳୀ ପର୍ଯ୍ୟନ୍ତ ଆମର ବ୍ଲକ୍ ସ୍ତରୀୟ ମହାସଂଘର ମା ମାନଙ୍କର କାମ ଦେଖି ଯେ କେହି ଗର୍ବ ଅନୁଭବ କରିବ । ‘ମୋର ବିଶ୍ୱାସ, ଦିନେ ଆପଣମାନଙ୍କ ଭିତରୁ ବଡ଼ ବଡ଼ ଉଦ୍ୟୋଗୀ ବାହାରିବେ’ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମହିଳା ଶିଶୁବିକାଶ ଓ ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ମିଶନ ଶକ୍ତିର ମହିଳା ମାନଙ୍କ ବିକାଶ ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ପଦକ୍ଷେପ ସଂପର୍କରେ ଆଲୋକପାତ କରି କହିଥିଲେ ଯେ ଯେ କୌଣସି ବ୍ୟବସାୟ ପାଇଁ ପୁଞ୍ଜି ଯୋଗାଣ ସଞ୍ଜୀବନୀ ପରି କାର୍ଯ୍ୟ କରେ। ମହିଳା ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଯେଉଁ ଆବର୍ତ୍ତନ ପାଣ୍ଠି କରିଛନ୍ତି, ତାହା ମିଶନ ଶକ୍ତିକୁ ସ୍ବାବଲମ୍ବୀ କରିବାରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ସରକାରୀ ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ, କବିସୂର୍ଯ୍ୟନଗର ବିଧାୟିକା ଶ୍ରୀମତୀ ଲତିକା ପ୍ରଧାନ ଏବଂ ମିଶନ ଶକ୍ତିର ଉପଦେଷ୍ଟା ଡଃ ଲୋପାମୁଦ୍ରା ବକ୍‌ସିପାତ୍ର ପ୍ରମୁଖ ସେମାନଙ୍କର ମତାମତ ରଖି କହିଥିଲେ ଯେ ମିଶନ ଶକ୍ତି ଆଜି ମା ମାନଙ୍କ ସାମାଜିକ ଅର୍ଥନୈତିକ ପରିବର୍ତ୍ତନରେ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ଏଭଳି ଏକ ନୀରବ ବିପ୍ଲବ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସଂପର୍ଣ୍ଣ ନେତୃତ୍ବର ସେମାନେ ଉଚ୍ଚପ୍ରଶଂସା କରିଥିଲେ ।

ମିଶନ ଶକ୍ତି କମିଶନର ତଥା ସଚିବ ଶ୍ରୀମତୀ ସୁଜାତା କାର୍ତ୍ତିକେୟ ନିଜର ସ୍ୱାଗତ ଭାଷଣରେ କହିଥିଲେ, ଗୋଟିଏ ଯୋଜନାକୁ ଏକ ସ୍ୱତନ୍ତ୍ର ବିଭାଗ ଭାବରେ କାର୍ଯ୍ୟକାରୀ କରିବାରେ ଓଡ଼ିଶା ହେଉଛି ସାରା ଭାରତବର୍ଷରେ ଏକମାତ୍ର ରାଜ୍ୟ । ମହିଳାମାନଙ୍କ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ କେତେ ଗୁରୁତ୍ୱ ଦେଉଛନ୍ତି, ଏଥିରୁ ତାହା ଅନୁମେୟ ବୋଲି କହିଥିଲେ । ତାଙ୍କ ସୂଚନା ଅନୁଯାୟୀ, ଗତ ଦୁଇବର୍ଷରେ ମିଶନ ଶକ୍ତିର ବିଭିନ୍ନ ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କଠାରୁ ୨୮୦୦ କୋଟି ଟଙ୍କାର ବିଭିନ୍ନ ଦ୍ରବ୍ୟ ଓ ସେବା କ୍ରୟ କରାଯାଇଛି । ୨୦୨୧-୨୨ ବର୍ଷ ପାଇଁ ମିଶନ ଶକ୍ତି ମା ମାନଙ୍କ ପାଇଁ ୬ ହଜାର କୋଟି ଟଙ୍କାର ବ୍ୟାଙ୍କ ଋଣ ପ୍ରଦାନ ପାଇଁ ଲକ୍ଷ୍ୟ ରଖାଯାଇଛି ।

ଏହି କାର୍ଯ୍ୟକ୍ରମରେ ମୟୁରଭଂଜ ମୋରଡା ମିଶନ ଶକ୍ତି ମହାସଂଘର ଅଧ୍ୟକ୍ଷା ବିଷ୍ଣୁପ୍ରିୟା ଦାସ, କଟକ କଣ୍ଟାପଡା ମିଶନ ଶକ୍ତି ମହାସଂଘର ସଂପାଦିକା ବିଷ୍ଣୁପ୍ରିୟା ପାତ୍ର, ସମ୍ବଲପୁର ନାକଟିଦେଉଳ ମିଶନ ଶକ୍ତି ମହାସଂଘର ସଂପାଦିକା ଗୀତାଞ୍ଜଳି ପ୍ରଧାନ, କୋରାପୁଟ ନନ୍ଦପୁର ମିଶନ ଶକ୍ତି ମହାସଂଘର ସଂପାଦିକା ହେମଲତା ପ୍ରଧାନ ଓ ଢେଙ୍କାନାଳ ଗଁଦିଆ ମିଶନ ଶକ୍ତି ମହାସଂଘର ସଂପାଦିକା ନିର୍ମଳା ସାହୁ ପ୍ରମୁଖ ମୁଖ୍ୟମନ୍ତ୍ରୀ ସହ ଆଲୋଚନା କରି ଏହି ସ୍ବତନ୍ତ୍ର ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ। ସେମାନେ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଯୋଗୁ ଆମେ ସମସ୍ତେ ଆଜି ନିଜର ପରିଚୟ ପାଇପାରିଛୁ । ମୁଖ୍ୟମନ୍ତ୍ରୀ ଆମ ମାନଙ୍କ ପାଖରେ, ଆମ ସୁଖଦୁଃଖରେ ସବୁବେଳେ ଠିଆ ହୋଇଛନ୍ତି । ତେଣୁ ମୁଖ୍ୟମନ୍ତ୍ରୀଙ୍କ ପାଖରେ ଆମେ କୃତଜ୍ଞ।

ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ ।

ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା, ମିଶନ ଶକ୍ତିର ନିର୍ଦ୍ଦେଶିକାଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Previous Post

ନିର୍ମାଣ ଶ୍ରମିକଙ୍କୁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା 

Next Post

ପ୍ରଦୀପ୍ତ ମହାପାତ୍ରଙ୍କ ଗଳ୍ପ ସଂକଳନ ‘ମାଟିଘୋଡ଼ା’ ଉନ୍ମୋଚିତ

Next Post
ପ୍ରଦୀପ୍ତ ମହାପାତ୍ରଙ୍କ ଗଳ୍ପ ସଂକଳନ ‘ମାଟିଘୋଡ଼ା’ ଉନ୍ମୋଚିତ

ପ୍ରଦୀପ୍ତ ମହାପାତ୍ରଙ୍କ ଗଳ୍ପ ସଂକଳନ 'ମାଟିଘୋଡ଼ା' ଉନ୍ମୋଚିତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA