Friday, June 26, 2026 02:07 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମହାପ୍ରଭୁଙ୍କ ଧାମରେ ‘ଡ୍ରିଙ୍କ ଫ୍ରମ୍ ଟ୍ୟାପ୍’

ଦେଶର ପ୍ରଥମ ସହର ଭାବେ ପୁରୀରେ ପ୍ରକଳ୍ପ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

by Our Correspondent
26 Jul, 2021- 03:38 PM
in Latest News, News
1 min read
0
ମହାପ୍ରଭୁଙ୍କ ଧାମରେ ‘ଡ୍ରିଙ୍କ ଫ୍ରମ୍ ଟ୍ୟାପ୍’

ଭୁବନେଶ୍ୱର: ମହାପ୍ରଭୁଙ୍କ ଧାମରେ ବିକାଶର ନୂଆ ଉପଲବ୍ଧି । ଲଣ୍ଡନ, ନ୍ୟୂୟର୍କ, ଟୋକିଓ ଓ ସିଙ୍ଗାପୁର ସହର ଭଳି ପୁରୀ ସହରବାସୀ ଏଣିକି ସିଧାସଳଖ ଟ୍ୟାପ୍ ରୁ ପାଇବେ ବିଶୁଦ୍ଧ ପାନୀୟ ଜଳ । ଏହି ବ୍ୟବସ୍ଥାରେ ପିଇବା ପାଣିକୁ ଗଚ୍ଛିତ କରି ରଖିବା ଦରକାର ନାହିଁ କି ଫିଲଟର୍ କରିବାର ଆବଶ୍ୟକତା ନାହିଁ । ସହରବାସୀଙ୍କ ପାଇଁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳଯୋଗାଣ ବ୍ୟବସ୍ଥାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଉତ୍ସର୍ଗ କରିଛନ୍ତି । ପାଇପ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଣରେ ପୁରୀ ଦେଶର ପ୍ରଥମ ସହର ହୋଇଛି ।

ମାତ୍ର ୯ ମାସରେ ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇଛି । ଏହାଦ୍ୱାରା ଅଢ଼େଇ ଲକ୍ଷ ପୁରୀ ବାସିନ୍ଦା ଏବଂ ବର୍ଷକୁ ଆସୁଥିବା ୨ କୋଟି ପର୍ଯ୍ୟଟକ ଉପକୃତ ହେବେ । ସେମାନଙ୍କୁ ଆଉ ପାଣି ବୋତଲ ଧରି ବୁଲିବାକୁ ପଡିବ ନାହିଁ । ଏହି ପ୍ରକଳ୍ପରେ ବଡଦାଣ୍ଡ ସହିତ ସହରର ୪୦୦ଟି ଜାଗାରେ ୱାଟର୍ ଫାଉଣ୍ଟେନ୍ କରାଯାଇଛି । ଏହାଦ୍ବାରା ୪୦୦ ମେଟ୍ରିକ ଟନ୍‌ ପ୍ଲାଷ୍ଟିକ ବର୍ଜ୍ୟବସ୍ତୁରୁ ମଧ୍ୟ ସହର ରକ୍ଷା ପାଇପାରିବ।

”ଆଜି ଦିନଟି କେବଳ ପୁରୀ ନୁହେଁ, ସାରା ଓଡିଶାର ବିକାଶ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡିଛି । ମହାପ୍ରଭୁଙ୍କ ଧାମ ପୁରୀରେ ସବୁ ପରିବାରକୁ ଆଜିଠାରୁ tapରେ ଭଲ ପିଇବା ପାଣି ମିଳିଲା । ସାରା ଦେଶରେ Drink from Tap କାର୍ଯ୍ୟକାରୀ ହେବାରେ ପୁରୀ ପ୍ରଥମ। ମହାପ୍ରଭୁଙ୍କ ଧାମ ସବୁଠାରୁ ଆଗରେ । ଆମର ମେଟ୍ରୋ ସହର ମାନଙ୍କରେ ବି ଏ ସୁବିଧା ନାହିଁ । ଏ ଯୋଜନା ପାଇଁ ପୁରୀ ଆଜି London, New York, Singapore ଆଦି ବିଶ୍ବର ବଡ ବଡ ସହର leagueରେ ସାମିଲ ହୋଇପାରିଛି । ଏହା ସମସ୍ତଙ୍କ ପାଇଁ ଖୁସିର କଥା । ୫ଟି Transformative Initiativeର ଏହା ହେଉଛି ଶ୍ରେଷ୍ଠ ମଡେଲ।”‘: ନବୀନ ପଟ୍ଟନାୟକ

କାର୍ଯ୍ୟକ୍ରମର ପରିକଳ୍ପନା ଓ ରୂପାୟନ ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦୧୯ ମଇ ମାସ ୩ ତାରିଖରେ ପୁରୀରେ ଫନି ବାତ୍ୟା ସ୍ଥଳଭାଗ ଛୁଇଁଥିଲା । ତାପରେ ମଇ ୫ ତାରିଖ ଦିନ ସେ ପୁରୀରେ ପହଞ୍ଚି ଥିଲେ ଓ ପୁରୀର ଅବସ୍ଥା ଦେଖି ଗଭୀର ଭାବରେ ଦୁଃଖିତ ହୋଇଥିଲେ। ସେହିଦିନ ହିଁ ପୁରୀକୁ ବିଶ୍ୱ ଐତିହ୍ୟ ସହର ଭାବରେ ବିକଶିତ କରିବା ପାଇଁ ସେ ଘୋଷଣା କରିଥିଲେ । ମହାପ୍ରଭୁଙ୍କ ଆଶୀର୍ବାଦ ଓ ଜନସାଧାରଣଙ୍କ ସହଯୋଗରୁ ଶ୍ରୀକ୍ଷେତ୍ର ଯୋଜନା ଭଲ ଭାବରେ ଆଗେଇ ଚାଲିଛି ଏବଂ ସମସ୍ତଙ୍କ ସହଯୋଗରେ ପୁରୀ ବିକାଶର ନୂଆ ଶିଖରରେ ପହଞ୍ଚିବ ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା ବିଭାଗ ପକ୍ଷରୁ ନିଆଯାଉଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରି ସାରା ଓଡିଶାର ୧୬ଟି ସହରରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି ବୋଲି କହିଥିଲେ ।

ଭାରତ ସରକାରଙ୍କ ଗୃହ ନିର୍ମାଣ ଓ ନଗର ବ୍ୟାପାର ସଚିବ ଦୁର୍ଗାଶଂକର ମିଶ୍ର କହିଲେ ଯେ ଶ୍ରାବଣ ମାସର ପ୍ରଥମ ସୋମବାର ଦିନ ମହାପ୍ରଭୁ ଜଗନ୍ନାଥଙ୍କ ସହର ପୁରୀରେ ଦେଶର ସର୍ବପ୍ରଥମ ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ପ୍ରକଳ୍ପ କାର୍ଯ୍ୟକାରୀ ହେବା ଗୌରବର କଥା । ଏହା ଭାରତର ଅନ୍ୟ ସହର ମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ବୋଲି ସେ କହିଥିଲେ । ଏଥିପାଇଁ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟ ସରକାରଙ୍କ ଉଚ୍ଚ ପ୍ରଶଂସା କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ ।

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଜି. ମାଥିଭାତନନ୍ ସ୍ବାଗତ ଭାଷଣ ଦେଇଥିଲେ ଏବଂ ୱାଟକୋର ପରିଚାଳନା ନିର୍ଦ୍ଦେଶକ ପି.କେ. ସ୍ବାଇଁ ଧନ୍ୟବାଦ ଅର୍ପଣ କରିଥିଲେ।

କାର୍ଯ୍ୟକ୍ରମରେ ମନ୍ତ୍ରୀ ସମୀର ଦାଶ, ଯୋଜନା ବୋର୍ଡର ଉପାଧ୍ୟକ୍ଷ ସଂଜୟ ଦାସବର୍ମା, ସାଂସଦ ପିନାକୀ ମିଶ୍ର, ବିଧାୟକ ଜୟନ୍ତ ଷଡଙ୍ଗୀ, ଉମା ସାମନ୍ତରାୟ, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ମାନେ ଉପସ୍ଥିତ ଥିଲେ ।

Previous Post

ଆରବର୍ଷକୁ ଭୁବନେଶ୍ୱରର ନୂଆ ଚେହେରା

Next Post

ପୁଲିସକୁ ଅଡୁଆ ପୋଷ୍ଟମର୍ଟମ ରିପୋର୍ଟ !

Next Post
ପୁଲିସକୁ ଅଡୁଆ ପୋଷ୍ଟମର୍ଟମ ରିପୋର୍ଟ !

ପୁଲିସକୁ ଅଡୁଆ ପୋଷ୍ଟମର୍ଟମ ରିପୋର୍ଟ !

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA