Friday, June 26, 2026 08:41 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଦୁଇଦିନ ଧରି ଗଞ୍ଜାମ ବୁଲିଲେ ପାଣ୍ଡିଆନ୍

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ

by Our Correspondent
16 Aug, 2021- 09:11 PM
in Latest News, News
1 min read
0
ଦୁଇଦିନ ଧରି ଗଞ୍ଜାମ ବୁଲିଲେ ପାଣ୍ଡିଆନ୍

-୩୯ ସ୍କୁଲର ରୂପାନ୍ତରୀକରଣ କାମ ସମ୍ପୂର୍ଣ୍ଣ, ୨୧ରୁ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଶୁଭାରମ୍ଭ

-ନଭେମ୍ଭର ସୁଦ୍ଧା ସଂପୂର୍ଣ୍ଣ ହେବ ତାରାତାରିଣୀ ମନ୍ଦିର ଓ ପାରିପାର୍ଶ୍ବିକ ବିକାଶ କାର୍ଯ୍ୟ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ.ପାଣ୍ଡିଆନ୍ ଦୁଇଦିନିଆ ଗଞ୍ଜାମ ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି । ହିଞ୍ଜିଳି ଓ ଶେରଗଡ଼ର ୩୯ ଟି ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍ କାମ ସମ୍ପୂର୍ଣ୍ଣ ହୋଇଥିବାରୁ ଏହାକୁ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିବାକୁ ଯୋଜନା ହୋଇଛି । ଆସନ୍ତା ୨୧ ତାରିଖରୁ ପର୍ଯ୍ୟାୟକ୍ରମେ ମୁଖ୍ୟମନ୍ତ୍ରୀ ଏହାକୁ ଲୋକାର୍ପିତ କରିବେ ।

ଶ୍ରୀ ପାଣ୍ଡିଆନ୍ ହିଞ୍ଜିଳି ଓ ଶେରଗଡରେ ଥିବା ୩୯ଟି ହାଇସ୍କୁଲରେ ୫-ଟି କାର୍ଯ୍ୟକ୍ରମ ଅଧିନରେ ଚାଲିଥିବା ରୂପାନ୍ତରୀକରଣ କାମ ତଦାରଖ କରିଥିଲେ। ଏହି ଅବସରରେ ସେ ସ୍କୁଲର ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟତ୍ରୀ, ଅଭିଭାବକ, ସ୍କୁଲ ପରିଚାଳନା କମିଟିର ସଦସ୍ୟ ଏବଂ ପଞ୍ଚାୟତ ପ୍ରତିନିଧି ମାନଙ୍କ ସହିତ ଏହି ଉନ୍ନତ ଶିକ୍ଷାଦାନ ବ୍ୟବସ୍ଥା ସଂପର୍କରେ ଆଲୋଚନା କରିଥିଲେ। ଏହି ସ୍ମାର୍ଟ କ୍ଲାସ ରୁମ୍‌ କାର୍ଯ୍ୟକ୍ରମରେ ସ୍କୁଲ ଗୁଡିକରେ ଇ-ଲାଇବ୍ରେରୀ, ଆଧୁନିକ ପରୀକ୍ଷାଗାର, ହାଇଜେନିକ୍ ଟଏଲେଟ୍ , ସ୍ବଚ୍ଛ ପାନୀୟ ଜଳ ବ୍ୟବସ୍ଥା, ଖେଳପଡିଆ ଓ ବୃକ୍ଷରୋପଣ ଆଦି କାର୍ଯ୍ୟକ୍ରମକୁ ୫-ଟି ସଚିବ ପର୍ଯ୍ୟବେକ୍ଷଣ କରି ଅଗ୍ରଗତିର ସମୀକ୍ଷା କରିଥିଲେ।

ଏହି ଅବସରରେ ଶ୍ରୀ ପାଣ୍ଡିଆନ୍ ଭିଡ଼ିଓ କଲ୍ ଯୋଗେ ମୁଖ୍ୟମନ୍ତ୍ରୀଙ୍କ ସହ ଶାସନ ଆମ୍ବ ଗାଁସ୍ଥିତ ବୃନ୍ଦାବନ ସ୍ମୃତି ବିଦ୍ୟାପୀଠର ଛାତ୍ରଛାତ୍ରୀ ଓ ଅଭିଭାବକଙ୍କୁ ଯୋଡିଥିଲେ । ଛାତ୍ରୀ ମୀରା ସ୍ୱାଇଁ ଓ ଛାତ୍ର ଦୀପକ ଦଳାଇଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ ସ୍କୁଲ ରୂପାନ୍ତରୀକରଣ କାମ ସମ୍ପର୍କରେ ପଚାରି ବୁଝିଥିଲେ । କିଛି ଅଭିଭାବକଙ୍କ ସହ ମଧ୍ୟ ମୁଖ୍ୟମନ୍ତ୍ରୀ କଥା ହୋଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପକୁ ସେମାନେ ଉଚ୍ଚ ପ୍ରଶଂସା କରିଥିଲେ ।

ଏହାପରେ ୫-ଟି ସଚିବ ପ୍ରସିଦ୍ଧ ତାରାତାରିଣୀ ମନ୍ଦିର ଗସ୍ତ କରି ମନ୍ଦିର ଓ ଏହାର ପାରିପାର୍ଶ୍ବିକ ବିକାଶ କାମ ତଦାରଖ କରିଥିଲେ। ମନ୍ଦିରର ପ୍ରସାଦ ସେବନ ହଲ୍‌, ଇଣ୍ଟରପେଟେସନ୍ କମ୍ପ୍ଲେକ୍ସ, ଦୀପଘର, ସ୍ନାନ ମଣ୍ଡପ, ଯଜ୍ଞ ମଣ୍ଡପ ଆଦି ପର୍ଯ୍ୟବେକ୍ଷଣ କରିଥିଲେ ଏବଂ ମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କରିଥିଲେ। କାର୍ଯ୍ୟକୁ ତ୍ବରାନ୍ବିତ କରିବା ପାଇଁ ପରାମର୍ଶ ଦେଇ ସେ ଅଧିକାରୀମାନଙ୍କୁ ମନ୍ଦିର ବିକାଶ କାର୍ଯ୍ୟକୁ ନଭେମ୍ବର ୨୦୨୧ ସୁଦ୍ଧା ସଂପୂର୍ଣ୍ଣ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ।

ପରେ ଶ୍ରୀ ପାଣ୍ଡିଆନ ପୁରୁଷୋତ୍ତମପୁର ଆଇ.ଟି.ଆଇ ପରିଦର୍ଶନ କରି ସେଠାରେ ଛାତ୍ରଛାତ୍ରୀ ଓ ଶିକ୍ଷକଶିକ୍ଷୟତ୍ରୀ ମାନଙ୍କ ସହିତ ଆଲୋଚନା କରିଥିଲେ ଏବଂ ପିଲାମାନଙ୍କୁ ଶିକ୍ଷାଦାନ ପଦ୍ଧତିରେ ବିଭିନ୍ନ ଆଧୁନିକ ବ୍ୟବସ୍ଥା ସଂପର୍କରେ ପଚାରି ବୁଝିଥିଲେ। ଏହି ଆଇ.ଟି.ଆଇରେ ପାଠ ପଢୁଥିବା ୯୦ ପ୍ରତିଶତ ପିଲା ଚାକିରୀ ପାଉଥିବାରୁ ସେମାନେ ଆଇ.ଟି.ଆଇ ଗୁଡିକର ଉନ୍ନତ ଶିକ୍ଷାଦାନ ବ୍ୟବସ୍ଥା ପାଇଁ ଧନ୍ୟବାଦ ଜଣାଇଥିଲେ।

ଏହି କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲାପାଳ, ଜିଲ୍ଲାର ଏସ୍‌.ପି ଓ ଜିଲ୍ଲା ଗ୍ରାମ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ ।

Previous Post

ଗ୍ରାଉଣ୍ଡ ଜିରୋରେ ବଳ କଷାକଷି

Next Post

ଭାରତୀୟ ହକିର ଆଉ ୧୦ ବର୍ଷ ପ୍ରାୟୋଜକ ରହିବ ଓଡ଼ିଶା

Next Post
ଭାରତୀୟ ହକିର ଆଉ ୧୦ ବର୍ଷ ପ୍ରାୟୋଜକ ରହିବ ଓଡ଼ିଶା

ଭାରତୀୟ ହକିର ଆଉ ୧୦ ବର୍ଷ ପ୍ରାୟୋଜକ ରହିବ ଓଡ଼ିଶା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA