Tuesday, May 12, 2026 03:47 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ରାଉରକେଲାରେ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼ ଜିଲ୍ଲା ପାଇଁ ୫୮୦ କୋଟିର ପ୍ରକଳ୍ପ ଭେଟି

by Our Correspondent
14 Sep, 2021- 12:17 PM
in Latest News, News
1 min read
0
ରାଉରକେଲାରେ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ରାଉରକେଲା/ଭୁବନେଶ୍ୱର: ସୁନ୍ଦରଗଡ଼ ଜିଲ୍ଲାବାସୀଙ୍କ ପାଇଁ ଆଜି ରାଉରକେଲାଠାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନରେ ମାଲକାନଗିରି ପରେ ସୁନ୍ଦରଗଡ଼ ହେଉଛି ଦ୍ୱିତୀୟ ଜିଲ୍ଲା । ଚଳିତ ବର୍ଷ ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ଏହି ଯୋଜନା ଘୋଷଣା କରିବା ପରେ ଅଗଷ୍ଟ ୨୦ରେ ମାଲକାନଗିରି ଯାଇ ଜିଲ୍ଲାରେ କାର୍ଡ ବଣ୍ଟନର ଶୁଭାରମ୍ଭ କରିଥିଲେ ।

ରାଉରକେଲାରେ ଆୟୋଜିତ ସମାରୋହରେ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ୍ କାର୍ଡର ଉପଯୋଗିତା ସମ୍ପର୍କରେ କହିଥିଲେ । ରାଜ୍ୟର ୯୬ ଲକ୍ଷ ପରିବାରର ସାଢ଼େ ତିନି କୋଟି ଲୋକ ଏଥିରେ ଉପକୃତ ହେବେ । ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ଼ ବଡ଼ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ବି ଟଙ୍କାଟିଏ ଖର୍ଚ୍ଚ କରିବାକୁ ପଡ଼ିବନି ।

ମୁଖ୍ୟମନ୍ତ୍ରୀ କହିଥିଲେ, ‘ପ୍ରତିଟି ଜୀବନ ମୋ ପାଇଁ ମୂଲ୍ୟବାନ । ଚାଷୀ, ମୂଲିଆ, ରିକସାବାଲା ଯିଏ ବି ହୁଅନ୍ତୁ ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ମୋର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ୍ୟ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ଦ୍ୱାରା ଗରିବ ଲୋକମାନେ ସ୍ୱାସ୍ଥ୍ୟ ସେବା ପାଇଁ ଚିକିତ୍ସା ଖର୍ଚ୍ଚ ଜନିତ ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ୱାସ୍ଥ୍ୟ ସମସ୍ୟାରେ ପଡ଼ିଲେ ଚିକିତ୍ସା ପାଇଁ କିପରି ଜମି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢ଼ା ବନ୍ଦ କରନ୍ତି ତାହା ମୋତେ ଦୁଃଖ ଦିଏ’ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ ତାଙ୍କ ଭାଷଣରେ ସୁନ୍ଦରଗଡ଼ରେ ଦ୍ୱିତୀୟ ଏମସ୍ ସ୍ଥାପନ ପ୍ରସଙ୍ଗ ଉଠାଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ, ଏଥିପାଇଁ ରାଜ୍ୟ ସରକାର ତାଙ୍କର ପ୍ରୟାସ ଜାରି ରଖିବେ। ଦେଶ ପାଇଁ ଅଲ୍‌ମ୍ପିକ୍‌ସ ଗୌରବ ଆଣିଥିବା ସୁନ୍ଦରଗଡବାସୀଙ୍କ ଏହି ନ୍ୟାୟପୂର୍ଣ୍ଣ ଦାବୀ ପୂରଣ ପାଇଁ କେନ୍ଦ୍ର ସରକାରଙ୍କ ନିକଟରେ ଓଡିଶା ସରକାର ତାଙ୍କର ଉଦ୍ୟମକୁ ଆହୁରି ଜୋରଦାର କରିବେ। 

ଏହି ଅବସରରେ ମୁଖ୍ୟମନ୍ତ୍ରୀ ୭ ଜଣ ହିତାଧିକାରୀଙ୍କୁ ବିଜୁ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରିଥିଲେ ।

ସ୍ୱାସ୍ଥ୍ୟ କାର୍ଡ଼ ବଣ୍ଟନ ସହିତ ମୁଖ୍ୟମନ୍ତ୍ରୀ ସୁନ୍ଦରଗଡରେ ୫୮୦.୮୨ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ମଧ୍ୟ କରିଥିଲେ । ଏଥିରେ ସଂଯୋଗୀକରଣ ଠାରୁ ଆରମ୍ଭ କରି ଭିତ୍ତିଭୂମି ନିର୍ମାଣ, ଶିକ୍ଷା, ସ୍ବାସ୍ଥ୍ୟ, ଜୀବିକା, ପରିମଳ, ଜଳସେଚନ, ଶକ୍ତି, ମହିଳା ଓ ଶିଶୁବିକାଶ ଆଦି ବିଭିନ୍ନ କ୍ଷେତ୍ରରେ ନିର୍ମାଣ କାର୍ଯ୍ୟ କରାଯିବ।

ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ, ରାଉରକେଲା ବିଧାୟକ ସାରଦା ନାୟକ, ବିଧାୟକ ସୁବ୍ରତ ତରାଇ ଉପସ୍ଥିତ ଥିଲେ ।

କାର୍ଯ୍ୟକ୍ରମରେ ରାଜ୍ୟ ମନ୍ତ୍ରୀମଣ୍ଡଳର ଅନେକ ସଦସ୍ୟ, ବିଧାୟକ ଯୋଗ ଦେଇଥିଲେ ।

Previous Post

ଲୋକପ୍ରିୟ ଡାକ୍ତର ଭବାନୀ ବଳ ଚାଲିଗଲେ

Next Post

ଅଙ୍ଗନବାଡ଼ି ଦିଦିଙ୍କର ୪ କୋଟିରୁ ଅଧିକ ସମ୍ପତ୍ତି

Next Post
ଅଙ୍ଗନବାଡ଼ି ଦିଦିଙ୍କର ୪ କୋଟିରୁ ଅଧିକ ସମ୍ପତ୍ତି

ଅଙ୍ଗନବାଡ଼ି ଦିଦିଙ୍କର ୪ କୋଟିରୁ ଅଧିକ ସମ୍ପତ୍ତି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA