Monday, May 11, 2026 11:36 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ବଲାଙ୍ଗୀରରେ ସ୍ୱାସ୍ଥ୍ୟ କାର୍ଡ ବାଣ୍ଟିଲେ ନବୀନ

୨୦୦ କୋଟିର ପ୍ରକଳ୍ପ ଉଦ୍‌ଘାଟିତ, ୬୦୦ କୋଟି ପ୍ରକଳ୍ପର ଭିତ୍ତିପ୍ରସ୍ତର

by Our Correspondent
22 Sep, 2021- 03:04 PM
in Latest News, News
1 min read
0
ବଲାଙ୍ଗୀରରେ ସ୍ୱାସ୍ଥ୍ୟ କାର୍ଡ ବାଣ୍ଟିଲେ ନବୀନ

ହରିଶଙ୍କର ପୀଠର ବିକାଶ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ବଲାଙ୍ଗୀର/ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବଲାଙ୍ଗୀର ଜିଲ୍ଲା ଗସ୍ତରେ ଆସିଥିଲେ । ଟିଟିଲାଗଡ଼, ପାଟଣାଗଡ଼ ଓ ବଲାଙ୍ଗୀର ଟାଉନ୍ ରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନର ଶୁଭାରମ୍ଭ କରିଥିଲେ । ଜିଲ୍ଲାର ପ୍ରଥମ ହିତାଧିକାରୀ ଭାବେ ସରୋଜିନୀ ବହିଦାରଙ୍କୁ ମୁଖ୍ୟମନ୍ତ୍ରୀ ସ୍ମାର୍ଟ କାର୍ଡ ପ୍ରଦାନ କରିଥିଲେ । ଜିଲ୍ଲାର ସାଢେ ଚାରି ଲକ୍ଷ ପରିବାର ଏହି ସୁବିଧା ପାଇବେ।  ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଜିଲ୍ଲାର ୨୦୦ କୋଟି ଟଙ୍କାର ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିବା ସହିତ ୫୯୭ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖିଥିଲେ । ପାଟଣାଗଡରେ ମୁଖ୍ୟମନ୍ତ୍ରୀ ହରିଶଙ୍କର ପୀଠର ବିକାଶ ପାଇଁ ଭିତ୍ତିପ୍ରସ୍ତର ମଧ୍ୟ ରଖିଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ ସ୍ମାର୍ଟ ହେଲ୍‌ଥ କାର୍ଡର ବ୍ୟବସ୍ଥା ସାଧାରଣ ଲୋକଙ୍କର ଚିକିତ୍ସା ବ୍ୟବସ୍ଥାରେ ରୂପାନ୍ତର ଆଣିପାରିବ ବୋଲି ମତ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ, ଦେଶର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏହା ଏକ ମାଇଲଖୁଣ୍ଟ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାକୁ ନୂଆ ରୂପରେ କାର୍ଯ୍ୟକାରୀ କରାଯାଇ ଜାତୀୟ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ସବୁ ହିତାଧିକାରୀଙ୍କୁ ସ୍ମାର୍ଟ କାର୍ଡ ଦିଆଯାଉଛି । ଏଭଳି ବ୍ୟବସ୍ଥା କରିବାରେ ଓଡିଶା ସାରା ଦେଶର ଏକମାତ୍ର ରାଜ୍ୟ । ସାରା ଓଡିଶାରେ ୯୬ ଲକ୍ଷ ପରିବାର ଏହି ସୁବିଧା ପାଉଥିବା ବେଳେ, ବଲାଙ୍ଗୀର ଜିଲ୍ଲାର ସାଢେ ଚାରି ଲକ୍ଷ ପରିବାର ଏହି ସୁବିଧା ପାଇବେ । ପ୍ରତିଟି ଜୀବନ ତାଙ୍କ ପାଇଁ ମୂଲ୍ୟବାନ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମସ୍ତେ ସୁସ୍ଥରେ ରହିଲେ ହିଁ ରାଜ୍ୟର ପ୍ରଗତି ହୋଇପାରିବ।

ମୁଖ୍ୟମନ୍ତ୍ରୀ ପ୍ରଥମେ ଟିଟିଲାଗଡ ଗସ୍ତ କରି ସେଠାରେ ଅନେକ ନୂଆ ପ୍ରକଳ୍ପ ଆରମ୍ଭ କରିଥିଲେ । ଟିଟିଲାଗଡ-ସଇଁତଳା ବ୍ଲକ୍‌ରେ ସଂପୂର୍ଣ୍ଣ ହୋଇଥିବା ପାଇପ ପାଣି ପ୍ରକଳ୍ପର ଉଦ୍‌ଘାଟନ କରିବା ସହିତ ଟିଟିଲାଗଡ ଟାଉନ୍‌କୁ ସବୁ ଘରକୁ ପାଇପ ପାଣି ପ୍ରକଳ୍ପର ଭିତ୍ତିପ୍ରସ୍ତର ରଖିଥିଲେ ।

ପାଟଣାଗଡରେ ମୁଖ୍ୟମନ୍ତ୍ରୀ ଅନେକ ପ୍ରକଳ୍ପ ମଧ୍ୟରେ ପ୍ରସିଦ୍ଧ ହରିଶଙ୍କର ପୀଠର ବିକାଶ ପାଇଁ ଭିତ୍ତିପ୍ରସ୍ତର ରଖିଥିଲେ । ହରିଶଙ୍କର ପୀଠ ରାଜ୍ୟର ଏକ ଗୁରୁତ୍ବପୂର୍ଣ୍ଣ ତୀର୍ଥକ୍ଷେତ୍ର ହେବା ସହିତ ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟ ଅତି ମନୋରମ । ଏଠାକୁ ଆସୁଥିବା ଭକ୍ତମାନଙ୍କୁ ଏକ ସୁନ୍ଦର, ଆଧ୍ୟାତ୍ମିକ ଅନୁଭୂତି ଦେବା ପାଇଁ ୫-ଟି କାର୍ଯ୍ୟକ୍ରମରେ ଏହି ପୀଠର ବିକାଶ କରାଯାଉଛି । ଏହାଦ୍ୱାରା ଏ ଅଞ୍ଚଳର ଧାର୍ମିକ ଓ ସାଂସ୍କୃତିକ ପରମ୍ପରାର ପ୍ରଚାର ପ୍ରସାର ବୃଦ୍ଧି ହେବ ମୁଖ୍ୟମନ୍ତ୍ରୀ କହିଥିଲେ । ଶେଷରେ ମୁଖ୍ୟମନ୍ତ୍ରୀ ବଲାଙ୍ଗୀର ଯାଇ ସେଠାରେ ମଧ୍ୟ ଅନେକ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । 

ସନ୍ଥ ଭୀମଭୋଇ ମେଡିକାଲ କଲେଜ ପରେ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ହେଉଛି ଜିଲ୍ଲାର ଦ୍ୱିତୀୟ ଗୁରୁତପୂର୍ଣ୍ଣ ଅନୁଷ୍ଠାନ । ଏହାକୁ ଏକ ଆଦର୍ଶ ବିଶ୍ୱବିଦ୍ୟାଳୟ ରୂପେ ଗଢି ତୋଳିବା ପାଇଁ ରାଜ୍ୟ ସରକାର ସବୁ ସହଯୋଗ ଯୋଗାଇ ଦେବେ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ । ରାଜ୍ୟର ବିକାଶରେ ମୁଖ୍ୟମନ୍ତ୍ରୀ ଲୋକଙ୍କ ସହଯୋଗ କାମନା କରିଥିଲେ ।

ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ନିରଞ୍ଚନ ପୂଜାରୀ, ପଦ୍ମନାଭ ବେହେରା, ସୁଶାନ୍ତ ସିଂ, ନବ ଦାସ, ଶ୍ରୀ ମତୀ ଟୁକୁନି ସାହୁ, ଦିବ୍ୟଶଙ୍କର ମିଶ୍ର, ସାଂସଦ ଶ୍ରୀମତୀ ସଙ୍ଗୀତା ସିଂହଦେଓ, ବିଧାୟକ ନରସିଂହ ମିଶ୍ର, ସରୋଜ ମେହେର, ସନ୍ତୋଷ ସିଂ ସାଲୁଜା,ମୁକେଶ ମହାଲିଙ୍ଗ, ଓଟିଡିସିର ଅଧ୍ୟକ୍ଷା ଶ୍ରୀମତୀ ଶ୍ରୀମୟୀ ମିଶ୍ର, ଏବଂ ଅନେକ ବରିଷ୍ଠ ନେତୃବୃନ୍ଦ ଯୋଗ ଦେଇଥିଲେ ।

Previous Post

ଭିନ୍ନକ୍ଷମ ମହିଳାଙ୍କୁ ବଞ୍ଚିବାର ରାହା ଦେଲା ‘ଓଡ଼ିଶା-ମୋ ପରିବାର’

Next Post

ଜଳଦ ତ୍ରିପାଠୀ ହେଲେ ମୁଖ୍ୟ ସୂଚନା କମିସନର

Next Post
ଜଳଦ ତ୍ରିପାଠୀ ହେଲେ ମୁଖ୍ୟ ସୂଚନା କମିସନର

ଜଳଦ ତ୍ରିପାଠୀ ହେଲେ ମୁଖ୍ୟ ସୂଚନା କମିସନର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA