Saturday, July 4, 2026 05:05 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ବ୍ରହ୍ମଗିରିରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ପୁରୀ ଜିଲ୍ଲାର ୩ ଲକ୍ଷ ୬୪ ହଜାର ପରିବାର ପାଇବେ କାର୍ଡ

by Our Correspondent
07 Oct, 2021- 07:10 PM
in Latest News, News
1 min read
0
ବ୍ରହ୍ମଗିରିରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମଗିରି/ଭୁବନେଶ୍ୱର: ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନ ଅଭିଯାନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପକୂଳ ଜିଲ୍ଲା ଯାଇଛନ୍ତି । ଆଜି ବ୍ରହ୍ମଗିରିଠାରେ ପୁରୀ ଜିଲ୍ଲା ପାଇଁ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ୩ ଲକ୍ଷ ୬୪ ହଜାର ଲୋକ ଏଥିରୁ ସୁବିଧା ପାଇବେ । ବିନା ଖର୍ଚ୍ଚରେ ଉନ୍ନତ ସ୍ୱାସ୍ଥ୍ୟ ସେବା ପାଇପାରିବେ । ପୂର୍ବରୁ ମାଲକାନଗିରି, ସୁନ୍ଦରଗଡ଼, ବଲାଙ୍ଗୀର, ଗଜପତିରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି ।

ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପୁରୀ ଜିଲ୍ଲାର ଜନସାଧାରଣ ଆମର ବିକାଶ କାର୍ଯ୍ୟକ୍ରମକୁ ସବୁବେଳେ ଦୃଢ ସମର୍ଥନ ଦେଇ ସରକାରଙ୍କ ହାତମୁଠାରୁ ଟାଣ କରିଛନ୍ତି। ସେଥିପାଇ ପୁରୀବାସୀଙ୍କୁ ଧନ୍ୟବାଦ। ଜିଲ୍ଲାବାସୀଙ୍କ ସ୍ନେହ ଓ ଆଦରକୁ ପାଥେୟ କରି ବିକାଶ କାର୍ଯ୍ୟକ୍ରମକୁ ଆହୁରି ଆଗକୁ ନିଆଯିବ ।

ପୁରୀ ଜିଲ୍ଲାର ବିକାଶ ପାଇଁ ନିଆଯାଇଥିବା ବିଭିନ୍ନ ଫ୍ଲାଗ୍‌ସିପ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ, ମହାପ୍ରଭୁଙ୍କ ପବିତ୍ରଧାମ ପୁରୀର ବିକାଶ ହେଉଛି ଆମର ପବିତ୍ର ଦାୟିତ୍ୱ । Drink from Tap କାର୍ଯ୍ୟକ୍ରମରେ ଏବେ ପୁରୀର ଜନସାଧାରଣ ଟ୍ୟାପ୍‌ରୁ ସିଧାସଳଖ ଫିଲଟର ମାନର ପାଣି ପାଇପାରୁଛନ୍ତି। ଏଭଳି ସୁବିଧା ପାଇବାରେ ପୁରୀ ହେଉଛି ସାରା ଦେଶରେ ପ୍ରଥମ ଏବଂ ପୁରୀବାସୀ ଲଣ୍ଡନ, ନିଉୟର୍କ ଭଳି ସହରର ଲୋକଙ୍କ ଭଳି ସୁବିଧା ପାଉଛନ୍ତି ।

ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହାଦ୍ୱାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହାଦ୍ୱାରା ଆମର ଗରିବ ଲୋକମାନେ ସ୍ୱାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ ।

ଲୋକମାନେ ସ୍ୱାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ୧୦୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଓ ଭୂମି ପୂଜା କରିଥିଲେ ।

କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ, ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ, ସାଂସଦ ପିନାକୀ ମିଶ୍ର ତାଙ୍କ ଭାଷଣରେ ଭାରତ ସରକାରଙ୍କ ଆୟୁଷ୍ମାନ ଯୋଜନା ଠାରୁ ରାଜ୍ୟ ସରକାର ଙ୍କ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ର ସ୍ମାର୍ଟ ହେଲଥ୍ କାର୍ଡରୁ କିପରି ଅଧିକ ସୁବିଧା ମିଳୁଛି ତା ଉପରେ ଆଲୋକପାତ କରିଥିଲେ । ଯୋଜନା ବୋର୍ଡର ଉପାଧ୍ୟକ୍ଷ ସଂଜୟ ଦାସବର୍ମା, ସ୍ୱାଗତ ଭାଷଣ ଦେଇଥିଲେ । ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ବ୍ରହ୍ମଗିରି ସମସ୍ୟା ଉପରେ ଆଲୋକପାତ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ମନ୍ତ୍ରୀ  ତୁଷାର କାନ୍ତି ବେହେରା, ଜଗତସିଂହପୁର ସାଂସଦ ଡ଼ାକ୍ତର ରାଜଶ୍ରୀ ମଲ୍ଲିକ ପ୍ରମୁଖ ଯୋଗ ଦେଇଥିଲେ ।

Previous Post

ବରିଷ୍ଠ ସାମ୍ବାଦିକ ବିବେକାନନ୍ଦ ଦାଶଙ୍କର ପରଲୋକ

Next Post

ମୃତକଙ୍କ ପରିବାରକୁ ସହାୟତା ରାଶି ପରିମାଣ ବଢ଼ିଲା

Next Post
ମୃତକଙ୍କ ପରିବାରକୁ ସହାୟତା ରାଶି ପରିମାଣ ବଢ଼ିଲା

ମୃତକଙ୍କ ପରିବାରକୁ ସହାୟତା ରାଶି ପରିମାଣ ବଢ଼ିଲା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA