Friday, November 13, 2026 08:05 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ହୀରାକୁଦ ବିସ୍ଥାପିତଙ୍କୁ ଘରଡ଼ିହ ଦିଆଯିବ

ଝାରସୁଗୁଡ଼ାରେ ବିଜୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ ଶୁଭାରମ୍ଭ

by Our Correspondent
15 Nov, 2021- 04:21 PM
in Latest News, News
1 min read
0
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ହୀରାକୁଦ ବିସ୍ଥାପିତଙ୍କୁ ଘରଡ଼ିହ ଦିଆଯିବ

ଭୁବନେଶ୍ୱର/ଝାରସୁଗୁଡ଼ା: ହୀରାକୁଦ ନଦୀ ବନ୍ଧ ପ୍ରକଳ୍ପ ଦ୍ୱାରା ବିସ୍ଥାପିତ ଝାରସୁଗୁଡ଼ାର ଦୁଇ ହଜାର ଲୋକଙ୍କ ଦୁଃଖ ବୁଝିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମସ୍ତ ବିସ୍ଥାପିତ ପରିବାରକୁ ଘରଡ଼ିହ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏହାଦ୍ୱାରା ବିସ୍ଥାପିତଙ୍କର ଦୀର୍ଘ ଦିନର ସମସ୍ୟା ଦୂର ହେବ ।

ଝାରସୁଗୁଡ଼ା ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନର ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ଆଜି ଏହି ବଡ଼ ଘୋଷଣା କରିଥିଲେ । ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ନବ ଦାସ, ସୁଶାନ୍ତ ସିଂ, ବରଗଡ ସାଂସଦ ସୁରେଶ ପୂଜାରୀ ଓ ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତି ପ୍ରମୁଖ ଯୋଗ ଦେଇଥିଲେ।

ଝାରସୁଗୁଡା ଜିଲ୍ଲାର ପ୍ରାୟ ୧.୧୫ ଲକ୍ଷ ଲୋକ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲଥ୍ କାର୍ଡ ସୁବିଧା ପାଇବେ । ଝାରସୁଗୁଡା ସହିତ ରାଜ୍ୟର ୧୨ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା ।

ମୁଖ୍ୟମନ୍ତ୍ରୀ ତାଙ୍କ ଭାଷଣରେ କହିଥିଲେ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ୱାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ୱାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ଏଥିସହ ମୁଖ୍ୟମନ୍ତ୍ରୀ ଝାରସୁଗୁଡ଼ାର ୨୯୭ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏଥିରେ ୧୪୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଉଦଘାଟିତ ହୋଇଥିବା ବେଳେ ୧୫୩ କୋଟି ଟଙ୍କାର କାମ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିଲା । ଝାରସୁଗୁଡ଼ା ଓ ବ୍ରଜରାଜନଗର ପାଇଁ ଦୁଇଟି ଜଳ ବିଶୋଧନ ପ୍ଲାଣ୍ଟ ର ଉଦଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ୱାରା ଏହି ଦୁଇଟି ସହରର ଲୋକମାନେ ଭଲ ପିଇବା ପାଣି ପାଇପାରିବେ । ଝାରସୁଗୁଡା ଜିଲ୍ଲାର ସବୁ ଗାଁ ଓ ସବୁ ସହରକୁ ଭଲ ପିଇବା ପାଣି ଯୋଗାଇ ଦେବାପାଇଁ ୬୧୮ କୋଟି ଟଙ୍କାର ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦୨୨ ଜୁନ୍‌ ସୁଦ୍ଧା ଜିଲ୍ଲାର ୧ ଲକ୍ଷ ୨୨ ହଜାର ପରିବାରକୁ ପାଇପ ପାଣି ଯୋଗାଇ ଦିଆଯିବ।

ଜିଲ୍ଲାରେ ଜଳସେଚନ ପ୍ରକଳ୍ପ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପାର୍ବତୀଗିରି ମେଗା ଲିଫ୍‌ଟ ଜଳସେଚନ ପ୍ରକଳ୍ପରେ ଏକ ହଜାର ହେକ୍ଟର ଚାଷ ଜମିକୁ ଜଳସେଚନର ସୁବିଧା ଦିଆଯାଇଛି । ଏହାସହିତ ଜିଲ୍ଲାରେ ୧୮୬ କୋଟି ଟଙ୍କାର ୪ଟି ମେଗା ଲିଫ୍ଟ ଜଳସେଚନ କାମ ଚାଲିଛି ଏବଂ ଜିଲ୍ଲାର ସବୁ ଅଞ୍ଚଳକୁ ଜଳସେଚନ ର ସୁବିଧା ଯୋଗାଇ ଦେବାର ଲକ୍ଷ୍ୟ ଖୁବ ଶୀଘ୍ର ପୂରଣ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଝାରସୁଗୁଡାରେ ନିର୍ମାଣଧୀନ ୧୦୦ ଶଯ୍ୟା ବିଶିଷ୍ଟ ହୃଦରୋଗ ଚିକିତ୍ସାଳୟର ନିର୍ମାଣ ଖୁବ ଶୀଘ୍ର ଶେଷ ହେବାକୁ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । ଏଥିପାଇଁ ୧୦୨ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି ।

Previous Post

ଆଉ ୧୩୮ ରୂପାନ୍ତରିତ ସ୍କୁଲ ଲୋକାର୍ପିତ

Next Post

ପ୍ରାର୍ଥୀଙ୍କ ଖର୍ଚ୍ଚସୀମା: ଜିଲ୍ଲା ପରିଷଦ ୫ ଲକ୍ଷ, ସମିତି ସଭ୍ୟ ଓ ସରପଞ୍ଚ ୨ ଲକ୍ଷ

Next Post
ପ୍ରାର୍ଥୀଙ୍କ ଖର୍ଚ୍ଚସୀମା: ଜିଲ୍ଲା ପରିଷଦ ୫ ଲକ୍ଷ, ସମିତି ସଭ୍ୟ ଓ ସରପଞ୍ଚ ୨ ଲକ୍ଷ

ପ୍ରାର୍ଥୀଙ୍କ ଖର୍ଚ୍ଚସୀମା: ଜିଲ୍ଲା ପରିଷଦ ୫ ଲକ୍ଷ, ସମିତି ସଭ୍ୟ ଓ ସରପଞ୍ଚ ୨ ଲକ୍ଷ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA