Thursday, November 12, 2026 09:22 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ସ୍ମାର୍ଟ କାର୍ଡ ଯୋଜନାରେ କେନ୍ଦୁଝର ଜିଲ୍ଲା ସାମିଲ

ଜିଲ୍ଲାର ସବୁ ପରିବାରକୁ ୨୦୨୨ ଡିସେମ୍ବର ସୁଦ୍ଧା ପାଇପ ପାଣି ସୁବିଧା: ମୁଖ୍ୟମନ୍ତ୍ରୀ

by Our Correspondent
18 Nov, 2021- 03:09 PM
in Latest News, News
1 min read
0
ସ୍ମାର୍ଟ କାର୍ଡ ଯୋଜନାରେ କେନ୍ଦୁଝର ଜିଲ୍ଲା ସାମିଲ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦୁଝର ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୪.୨୦ ଲକ୍ଷ ପରିବାର ଏହି ସୁବିଧା ପାଇବେ । କେନ୍ଦୁଝର ସହିତ ରାଜ୍ୟର ୧୩ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦୁଝର ଜିଲ୍ଲା ପାଇଁ ୧୪୩୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ।

କେନ୍ଦୁଝରକୁ ଏକ ସମୃଦ୍ଧ ଜିଲ୍ଲା ଭାବରେ ଗଢିବା ସରକାରଙ୍କ ଲକ୍ଷ୍ୟ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାର ଭଲ ପିଇବା ପାଣି ଉପରେ ଗୁରୁତ୍ବ ଦେଇଆସୁଛନ୍ତି । କେନ୍ଦୁଝରର ସବୁ ଗାଁ, ସବୁ ସହର ଓ ସବୁ ପରିବାରକୁ ଡିସେମ୍ବର ୨୦୨୨ ସୁଦ୍ଧା ପାଇପ ପାଣି ସଂଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଜନଜାତି ଭାଇ ଭଉଣୀ ମାନଙ୍କ ରୋଜଗାର ବୃଦ୍ଧି ପାଇଁ ରାଜ୍ୟ ସରକାର ୩୬ କୋଟି ଟଙ୍କାରେ ବୃହତ କୁକୁଡା ପାଳନ ପ୍ରକଳ୍ପ ଆରମ୍ଭ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହାଦ୍ବାରା ୩୦ ହଜାର ଜନଜାତି ଭାଇ ଭଉଣୀ ଉପକାର ପାଇବେ ।

ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ୱାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ୱାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ।

ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଶିଶୁ ଦିବସ ଦିନ ୧୦୦ଟି ରୂପାନ୍ତରୀତ ସ୍କୁଲର ଲୋକାର୍ପଣ ପାଇଁ ଖୁସି ବ୍ୟକ୍ତ ପାଇଁ ଏଥିପାଇଁ କାମ କରିଥିବା ଲୋକ ମାନଙ୍କୁ ଧନ୍ୟବାଦ ଦେଇଥିଲେ। ଗୋଟିଏ ଦିନରେ ୧୦୦ଟି ସ୍କୁଲର ଲୋକାର୍ପଣ ସାରା ରାଜ୍ୟରେ ଏକ ରେକର୍ଡ ବୋଲି ସେ କହିଥିଲେ । 

ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ସୁଦାମ ମାର୍ଣ୍ଡି, ପ୍ରେମାନନ୍ଦ ନାୟକ, କେନ୍ଦୁଝର ସାଂସଦ ଶ୍ରୀମତୀ ଚନ୍ଦ୍ରାଣୀ ମୁର୍ମୁ, ଘଷିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର ଓ କେନ୍ଦୁଝର ପାଟଣା ବିଧାୟକ  ଜଗନ୍ନାଥ ନାୟକ ଯୋଗ ଦେଇଥିଲେ। 

Previous Post

ଚାକିରିରୁ ବିଦା ହେଲେ କୋଟିପତି ପ୍ରତାପ ସାମଲ

Next Post

କୃଷକଙ୍କ ଚାପ ଆଗରେ ପ୍ରଧାନମନ୍ତ୍ରୀ ନଇଁଲେ

Next Post
କୃଷକଙ୍କ ଚାପ ଆଗରେ ପ୍ରଧାନମନ୍ତ୍ରୀ ନଇଁଲେ

କୃଷକଙ୍କ ଚାପ ଆଗରେ ପ୍ରଧାନମନ୍ତ୍ରୀ ନଇଁଲେ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA