Friday, November 13, 2026 12:18 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ସମ୍ବାଦପତ୍ର ହକର୍ ମାନଙ୍କ ଦୁଃଖ ବୁଝିଲେ ମୁଖ୍ୟମନ୍ତ୍ରୀ

ସାମାଜିକ ସୁରକ୍ଷା ଯୋଜନା ଘୋଷଣା

by Our Correspondent
30 Nov, 2021- 06:10 PM
in Latest News, News
1 min read
0
ସମ୍ବାଦପତ୍ର ହକର୍ ମାନଙ୍କ ଦୁଃଖ ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଖରା, ବର୍ଷା, ଶୀତକୁ ଖାତିର ନ କରି ପାଠକମାନଙ୍କ ପାଖରେ ସକାଳୁ ସକାଳୁ ଖବରକାଗଜ ପହଞ୍ଚାଉଥିବା ହକର୍ ମାନଙ୍କ ଦୁଃଖ ବୁଝିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୂଚନା ଓ ସମ୍ବାଦ ପ୍ରସାରଣରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଉଥିବା ଏହି ହକର୍ ମାନଙ୍କୁ ସାମାଜିକ ସୁରକ୍ଷା ଦିଆଯିବ।  ଓଡିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ ଅଧୀନରେ ପଞ୍ଜୀକୃତ ହୋଇଥିବା ସମ୍ବାଦପତ୍ର ହକର୍‌ ମାନଙ୍କୁ ସାମାଜିକ ସୁରକ୍ଷା ଯୋଗାଇ ଦିଆଯିବ। ମୁଖ୍ୟମନ୍ତ୍ରୀ ଆଜି ଏହି ଯୋଜନା ସମ୍ପର୍କରେ ବଡ଼ ଘୋଷଣା କରିଛନ୍ତି ।

ଏହି ଯୋଜନା ଅନୁଯାୟୀ ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ସେମାନଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଓ ପ୍ରାକୃତିକ ମୃତ୍ୟୁ କ୍ଷେତ୍ରରେ ୧ ଲକ୍ଷ ଟଙ୍କା ସହାୟତା ଯୋଗାଇ ଦିଆଯିବ। ସେହିପରି ଦୁର୍ଘଟଣା ଯୋଗୁ ସଂପୂର୍ଣ୍ଣ ଅକ୍ଷମ ହୋଇଥିବା ହକର୍‌ ମାନଙ୍କୁ ଦେଢ ଲକ୍ଷ ଟଙ୍କା ଏବଂ ଆଂଶିକ ଅକ୍ଷମତା କ୍ଷେତ୍ରରେ ଉଭୟ ଅଙ୍ଗ ହରାଇଥିବା (Loss of both limbs) ବ୍ୟକ୍ତିଙ୍କୁ ୮୦ ହଜାର ଟଙ୍କା ଏବଂ ଗୋଟିଏ ଅଙ୍ଗ ହରାଇଥିବା (Loss of one limb) ବ୍ୟକ୍ତିଙ୍କୁ ୪୦ ହଜାର ଟଙ୍କା ସହାୟତା ଦିଆଯିବ।

କୋଭିଡ ଯୋଗୁ ସେମାନେ ସମ୍ମୁଖୀନ ହୋଇଥିବା ଆର୍ଥିକ ଦୁଃସ୍ଥିତିକୁ ଦୃଷ୍ଟିରେ ରଖି ସବୁ ପଞ୍ଜୀକୃତ ଖବର କାଗଜ ହକର୍‌ ମାନଙ୍କୁ ଦୁଇଟି ପର୍ଯ୍ୟାୟରେ ୩୦୦୦ ଟଙ୍କା ଲେଖାଏ ସ୍ୱତନ୍ତ୍ର ସହାୟତା ଦେବା ପାଇଁ ନିଷ୍ପତ୍ତି କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ସହାୟତା ଯୋଗାଇ ଦିଆଯିବ।

କାମ କରିବା ପାଇଁ ବହୁତ ସମୟରେ ହକର୍‌ ମାନେ ଅସୁବିଧାର ସମ୍ମୁଖୀନ ହେଉଥିବାରୁ ଏହି ସମସ୍ୟାକୁ ଦୂର କରିବା ପାଇଁ ରାଜ୍ୟ ସରକାର ସେମାନଙ୍କ ପାଇଁ ଜିଲ୍ଲାସ୍ତରରେ ଉପଯୁକ୍ତ ୱାର୍କସେଡ୍‌ ନିର୍ମାଣ କରି ଯୋଗାଇଦେବାକୁ ନିଷ୍ପତ୍ତି ନେଇଛନ୍ତି ।

ଏହାସହିତ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ରାଜ୍ୟ ଓ ଜିଲ୍ଲାସ୍ତରରେ ହକର୍‌ ମାନଙ୍କର ଏକ ଡିଜିଟାଲ ଡାଟା ବେସ୍‌ ପରିଚାଳନା କରାଯାଇ ସମସ୍ତ ହକର୍‌ ମାନଙ୍କୁ ଜିଲ୍ଲା ସ୍ତରରେ ଯାଂଚ କରାଯାଇ ପରିଚୟ ପତ୍ର ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Previous Post

୪ ତାରିଖରେ ବାତ୍ୟା; ୩ ରୁ ୫ ପ୍ରବଳ ବର୍ଷା

Next Post

ମମିତା ମାମଲାର ତଦାରଖ କରିବେ ପୂର୍ବତନ ଜିଲ୍ଲା ଜଜ୍

Next Post
ମମିତା ମାମଲାର ତଦାରଖ କରିବେ ପୂର୍ବତନ ଜିଲ୍ଲା ଜଜ୍

ମମିତା ମାମଲାର ତଦାରଖ କରିବେ ପୂର୍ବତନ ଜିଲ୍ଲା ଜଜ୍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA