Saturday, October 3, 2026 10:36 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଖବରକାଗଜ ହକରଙ୍କୁ ମିଳିଲା କୋଭିଡ୍ ସହାୟତା

by Our Correspondent
23 Dec, 2021- 02:39 PM
in Latest News, News
1 min read
0
ଖବରକାଗଜ ହକରଙ୍କୁ ମିଳିଲା କୋଭିଡ୍ ସହାୟତା

୬୦୦୦ ଲେଖାଏଁ ପାଇଲେ ୭୩୦୦ ପଞ୍ଜୀକୃତ ହକର 

ଭୁବନେଶ୍ୱର: ହକ୍ ପାଇଛନ୍ତି ଖବରକାଗଜ ହକର୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଖବରକାଗଜ ହକରମାନଙ୍କୁ ସ୍ୱତନ୍ତ୍ର କୋଭିଡ୍ ସହାୟତା ଦେବା ସହ ସେମାନଙ୍କୁ ଅଣସଂଗଠିତ କ୍ଷେତ୍ର ସାମାଜିକ ସୁରକ୍ଷା ଯୋଜନାରେ ସାମିଲ କରିଛନ୍ତି । ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ପଞ୍ଜୀକୃତ ୭,୩୦୦ ହକର ଏହାର ସୁବିଧା ପାଇଛନ୍ତି । ପ୍ରତ୍ୟେକଙ୍କୁ ୬ ହଜାର ଟଙ୍କା ଲେଖାଏଁ କୋଭିଡ୍ ସ୍ୱତନ୍ତ୍ର ସହାୟତା ପ୍ରଦାନ କରାଯାଇଛି । ଏହି ସହାୟତା ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯାଇଛି । ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ଏହା ପ୍ରଦାନ କରାଯାଇଛି ।

ଆଜି ଲୋକସେବା ଭବନ କନଭେନସନ୍ ହଲ୍ ରେ ଆୟୋଜିତ ଭିଡ଼ିଓ କନଫରେନିସଂ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏହି ସହାୟତା ପ୍ରଦାନ କରିଛନ୍ତି ।

କୋଭିଡ୍ ସହାୟତା ସହିତ ହକରମାନଙ୍କୁ ଅଣସଂଗଠିତ ସାମାଜିକ ସୁରକ୍ଷା ବୋର୍ଡରେ ସାମିଲ କରାଯାଇ ସାହାଯ୍ୟ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ୨ ଲକ୍ଷ ଟଙ୍କା, ସ୍ୱାଭାବିକ ମୃତ୍ୟୁ କ୍ଷେତ୍ରରେ ୧ ଲକ୍ଷ ଟଙ୍କା ଏବଂ ଦୁର୍ଘଟଣାରେ ସମ୍ପୂର୍ଣ୍ଣ ଅକ୍ଷମ ହୋଇଥିବା ହକରମାନଙ୍କୁ ମଧ୍ୟ ସହାୟତା ବ୍ୟବସ୍ଥା କରାଯାଇଛି । ସାରା ଭାରତରେ ଏହା ପ୍ରଥମ ବୋଲି କୁହାଯାଇଛି ।

ସୂଚନାଥାଉକି, ଦୁର୍ଘଟଣାଜନିତ ସମ୍ପୂର୍ଣ୍ଣ ଅକ୍ଷମତା ଯୋଗୁଁ ହକରମାନଙ୍କୁ ଦେଢ଼ ଲକ୍ଷ ଟଙ୍କା, ଉଭୟ ଅଙ୍ଗ ହରାଇଥିବା ହକରମାନଙ୍କୁ ୮୦ ହଜାର ଓ ଗୋଟିଏ ଅଙ୍ଗ ହରାଇଥିବା ହକରମାନଙ୍କୁ ୪୦ ହଜାର ଟଙ୍କା ପ୍ରଦାନ କରିବା ପାଇଁ ବ୍ୟବସ୍ଥା କରାଯାଇଛି । ହକରମାନେ ସୁବିଧାରେ କାମ କରିବା ପାଇଁ ଜିଲ୍ଲାସ୍ତରରେ ୱାର୍କସେଡ୍ ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମଧ୍ୟ ପୂର୍ବରୁ ଘୋଷଣା କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ, ହକରମାନେ ହେଉଛନ୍ତି ଖବରକାଗଜ ଓ ପାଠକଙ୍କ ମଧ୍ୟରେ ସେତୁ । ଖରା, ବର୍ଷା, ଶୀତ ସବୁ ସମୟରେ ଏପରିକି କୋଭିଡ୍ ମହାମାରୀ ସମୟରେ ମଧ୍ୟ ସେମାନେ ନିଜ ଦୁଃଖ କଷ୍ଟ ଭୁଲି ପାଠକମାନଙ୍କୁ ଖବରକାଗଜ ଯୋଗାଇଛନ୍ତି ।

କାର୍ଯ୍ୟକ୍ରମରେ ଯୋଗଦେଇ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ କହିଥିଲେ ଯେ ଆର୍ଥିକ ଦୂରାବସ୍ଥାର ସମ୍ମୁଖୀନ ହେଉଥିବା ହକରମାନେ ଏହାଦ୍ୱାରା ଉପକୃତ ହେବେ । ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଉପଦେଷ୍ଟା ମାନସ ମଙ୍ଗରାଜ କହିଥିଲେ, ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପ ସାରା ଦେଶରେ ଅଭିନବ ଓ ଅନନ୍ୟ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ.ପାଣ୍ଡିଆନ୍ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

ବିଭାଗୀୟ ସଚିବ ବିଷ୍ଣୁପଦ ସେଠୀ ସ୍ୱାଗତ ଭାଷଣ ଦେଇଥିଲା ବେଳେ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ । ବିଭିନ୍ନ ଜିଲ୍ଲାରେ ମନ୍ତ୍ରୀ, ବିଧାୟକଗଣ, ଜିଲ୍ଲାପାଳ, ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଓ ହକରମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

ଭୁବନେଶ୍ୱରରୁ ଗୋବର୍ଦ୍ଧନ ଦାସ, କଟକରୁ ରତ୍ନାକର ପ୍ରଧାନ, ସମ୍ବଲପୁରରୁ କୃଷ୍ଣଚନ୍ଦ୍ର ନାଥ ଓ ବ୍ରହ୍ମପୁରରୁ ସନ୍ତୋଷ ପାଣିଗ୍ରାହୀ ପ୍ରମୁଖ ହକରମାନେ ଯୋଡି ହୋଇ ସେମାନଙ୍କ ଅନୁଭୂତି ବାଣ୍ଟିଥିଲେ । ମୁଖ୍ୟମନ୍ତ୍ରୀ ଆମ ଦୁଃଖ ବୁଝିଥିବାରୁ ଆମେ ହୃଦୟରୁ ତାଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରୁଛୁ ବୋଲି କହିଥିଲେ । ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଉପଦେଷ୍ଟା ଶ୍ରୀ ମଙ୍ଗରାଜଙ୍କ ସହଯୋଗ ପାଇଁ ମଧ୍ୟ ସେମାନେ ଧନ୍ୟବାଦ ଜଣାଇଥିଲେ ।
ଥିଲେ ।

Previous Post

‘ମିଶନ ଶକ୍ତି’ କୁ ଆହୁରି ଶକ୍ତିଶାଳୀ କଲେ ନବୀନ

Next Post

ଏପ୍ରିଲ ସୁଦ୍ଧା ଆଉ ୧୧,୪୦୩ ଶିକ୍ଷକଙ୍କୁ ନିଯୁକ୍ତି

Next Post
ଏପ୍ରିଲ ସୁଦ୍ଧା ଆଉ ୧୧,୪୦୩ ଶିକ୍ଷକଙ୍କୁ ନିଯୁକ୍ତି

ଏପ୍ରିଲ ସୁଦ୍ଧା ଆଉ ୧୧,୪୦୩ ଶିକ୍ଷକଙ୍କୁ ନିଯୁକ୍ତି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA