Wednesday, September 30, 2026 08:03 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଘର ମରାମତି ସହାୟତା ଦେଲେ ମୁଖ୍ୟମନ୍ତ୍ରୀ

୩୧ ଲକ୍ଷ ପରିବାର ପାଇଲେ ୧୪୪୪ କୋଟି ଟଙ୍କା

by Our Correspondent
07 Jan, 2022- 10:35 PM
in Latest News, News
1 min read
0
ଘର ମରାମତି ସହାୟତା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗତ ଡିସେମ୍ବର ୨୧ ତାରିଖ ଦିନ ରାଜ୍ୟ କ୍ୟାବିନେଟ୍‌ରେ ଘର ମରାମତି ସହାୟତା ବିଷୟରେ ନିଷ୍ପତ୍ତି ହୋଇଥିଲା । ନିଷ୍ପତ୍ତିର ୧୫ ଦିନ ମଧ୍ୟରେ ହିତାଧିକାରୀ ମାନଙ୍କୁ ସହାୟତା ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ସେମାନଙ୍କୁ ୩୦୦୦ ଟଙ୍କା ଲେଖାଏ ସହାୟତା ପ୍ରଦାନ କରିଛନ୍ତି । ରାଜ୍ୟର ସମୁଦାୟ ୩୧ ଲକ୍ଷ ପରିବାରକୁ ୧୪୪୪ କୋଟି ଟଙ୍କାର ସହାୟତା ଦିଆଯାଇଛି। ଏହି ସହାୟତା ହିତାଧିକାରୀମାନଙ୍କୁ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯାଇଛି। ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ ଗୃହ ନିର୍ମାଣ ଯୋଜନାର ହିତାଧିକାରୀମାନଙ୍କୁ ଘର ମରାମତି ପାଇଁ ଆର୍ଥିକ ସହାୟତା ଦିଆଯାଉଛି ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଲୋକଙ୍କୁ ଦେଇଥିବା କଥା ଆମେ ରଖିଛୁ । ୨୦୧୪ରେ ରାଜ୍ୟ କ୍ୟାବିନେଟ୍‌ର ପ୍ରଥମ ବୈଠକରେ ରାଜ୍ୟର ସବୁ କଚ୍ଚା ଘରକୁ ପକ୍‌କା ଘର କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା । ରାଜ୍ୟବାସୀଙ୍କୁ ଦେଇଥିବା କଥା ଅନୁଯାୟୀ ଆମେ କାମ କରୁଛୁ । ୨୦୧୪ରୁ ଆଜି ପର୍ଯ୍ୟନ୍ତ ଆମେ ୩୧ ଲକ୍ଷ ପରିବାରକୁ ପକ୍‌କା ଘର ଯୋଗାଇ ଦେଇଛୁ । ରାଜ୍ୟର ଶେଷ କଚ୍ଚା ଘରକୁ ପକ୍‌କା ନ କରିବା ପର୍ଯ୍ୟନ୍ତ ଆମର ଉଦ୍ୟମ ଜାରି ରହିବ। ସବୁ ଗ୍ରାମୀଣ ପକ୍‌କା ଘର ଯୋଜନାର ହିତାଧିକାରୀମାନେ ଏହି ସହାୟତା ପାଇବେ ।

କେନ୍ଦ୍ର ଯୋଜନାରେ ଲୋକଙ୍କୁ ଘର ମିଳୁ ନଥିବା ବିଷୟ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ, ଫନି ବାତ୍ୟା ସମୟରେ ରାଜ୍ୟର ୧୪ଟି ଜିଲ୍ଲାରେ ବହୁ ଲୋକଙ୍କ ଘର ଭାଙ୍ଗି ଯାଇଥିଲା । ସେମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଖଣ୍ଡିଏ ପାଇବା ପାଇଁ ଅପେକ୍ଷା କରି ରହିଛନ୍ତି । ମୁଁ ମଧ୍ୟ ଏ ବିଷୟରେ କେନ୍ଦ୍ରର ଦୃଷ୍ଟି ଆକର୍ଷଣ କରିଆସୁଛି । ତା ସହିତ ଆମର ଦକ୍ଷିଣ ଓ ପଶ୍ଚିମ ଓଡିଶାର ଜନଜାତି ଭାଇଭଉଣୀମାନେ ମଧ୍ୟ କେନ୍ଦ୍ରୀୟ ଯୋଜନାରେ ଘର ଖଣ୍ଡିଏ ପାଇବା ପାଇଁ ଚାହିଁ ରହିଛନ୍ତି । ସେମାନେ ବର୍ତ୍ତମାନ ଯେଉଁ ଭଙ୍ଗା ଘରେ ରହୁଛନ୍ତି, ତାର ମରାମତି ପାଇଁ ୫୦୦୦ ଟଙ୍କା ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟର ତଥ୍ୟ ଆମେ ସଂଗ୍ରହ କରୁଛୁ ଏବଂ ଖୁବଶୀଘ୍ର ସେମାନଙ୍କୁ ସହାୟତା ଦିଆଯିବ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୁଁ ସବୁବେଳେ ଆପଣମାନଙ୍କ ସାଥିରେ ଅଛି। ମୋ ରାଜ୍ୟର ଲୋକମାନଙ୍କୁ ମୁଁ କେବେ ବି ଅବହେଳାର ଶିକାର ହେବାକୁ ଦେବିନାହିଁ । ଘର ନ ଥିବା ଗରିବ ଲୋକଙ୍କୁ ଯଦି କେନ୍ଦ୍ର ସରକାର ସାହାଯ୍ୟ ନ କରେ, ତେବେ ଆପଣଙ୍କ ରାଜ୍ୟ ସରକାର ଆପଣଙ୍କ ସାଥିରେ ଅଛି ବୋଲି ଲୋକମାନଙ୍କୁ ଭରସା ଦେଇଥିଲେ ।

କରୋନା ମହାମାରୀର ଆର୍ଥିକ ଦୁଃସ୍ଥିତି ସମୟରେ ୧୨ ଲକ୍ଷ ୨୫ ହଜାର ପରିବାର ପ୍ରଧାନମନ୍ତ୍ରୀ ଆବାସ୍ ଯୋଜନା (ଗ୍ରାମୀଣ)ରେ ଘର ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଘର ପାଇନାହାନ୍ତି । ଏହି ପରିବାର ମାନେ ବର୍ତ୍ତମାନ ଯେଉଁ ଘରେ ରହୁଛନ୍ତି, ତାର ମରାମତି ପାଇଁ ବିଜୁ ପକ୍କା ଘର ଯୋଜନାରୁ ୫୦୦୦ ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ସେମାନଙ୍କ account detail collection ଚାଲିଥିବା କୁହାଯାଇଛି ।

ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନା କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ।

କାର୍ଯ୍ୟକ୍ରମରେ ହିତାଧିକାରୀମାନଙ୍କ ସହିତ ଭାବ ବିନିମୟ କରିବା ସମୟରେ ଗଞ୍ଜାମର ସବିତା ଭୂୟାଁ, କଳାହାଣ୍ଡିର ବିମଳା ମାଝୀ ଓ ଆହୁରି ଅନେକ ହିତାଧିକାରୀମାନେ କହିଥିଲେ ଯେ ସେମାନେ ସବୁବେଳେ ମୁଖ୍ୟମନ୍ତ୍ରୀଙ୍କ ଠାରୁ ସୁବିଧା ଅସୁବିଧା ସମୟରେ ସାହାଯ୍ୟ ପାଇ ଆସିଛନ୍ତି। ଏହି ସହାୟତା ସେମାନଙ୍କ ଘରକୁ ଆହୁରି ଦୀର୍ଘସ୍ଥୟୀ କରିବ ବୋଲି ସେମାନେ ପ୍ରକାଶ କରିବା ସହିତ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ପଞ୍ଚାୟତି ବିଭାଗର ପ୍ରମୁଖ ସଚିବ ଅଶୋକ ମୀନା ସ୍ୱାଗତ ଭାଷଣ ଦେଇଥିଲେ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ ଜେନାଙ୍କ ସମେତ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଏବଂ ଜିଲ୍ଲାପାଳମାନେ ଯୋଗ ଦେଇଥିଲେ ।

Previous Post

୪୦୦ ଜିଲ୍ଲା ପରିଷଦ ଆସନରେ ପ୍ରାର୍ଥୀ ଦେବ କଳିଙ୍ଗ ସେନା

Next Post

ଆରମ୍ଭରୁ ପ୍ରଥମ ଲହର ପିକ୍ ପାଖରେ

Next Post
ଆରମ୍ଭରୁ ପ୍ରଥମ ଲହର ପିକ୍ ପାଖରେ

ଆରମ୍ଭରୁ ପ୍ରଥମ ଲହର ପିକ୍ ପାଖରେ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA