Wednesday, May 27, 2026 02:02 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଆଗାମୀ କିଛି ସପ୍ତାହ ଗୁରୁତ୍ୱପୂର୍ଣ୍ଣ, ସତର୍କ ରୁହ: ମୁଖ୍ୟମନ୍ତ୍ରୀ

ଟିକାକରଣକୁ ଯୋରଦାର କରିବା ଉପରେ ଗୁରୁତ୍ବ

by Our Correspondent
11 Jan, 2022- 09:31 PM
in Latest News, News
1 min read
0
ଆଗାମୀ କିଛି ସପ୍ତାହ ଗୁରୁତ୍ୱପୂର୍ଣ୍ଣ, ସତର୍କ ରୁହ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ରାଜ୍ୟରେ କୋଭିଡ ପରିସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସାରା ଦେଶରେ କୋଭିଡ-୧୯ର ତୃତୀୟ ଲହର ଖୁବ ଜୋରରେ ବ୍ୟାପି ଚାଲିଛି । ଓଡିଶାରେ ମଧ୍ୟ ସଂକ୍ରମଣ ଦ୍ରୁତ ଗତିରେ ବଢୁଛି । ତେଣୁ ଆଗାମୀ କିଛି ସପ୍ତାହ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବର୍ଣ୍ଣନା କରି ସତର୍କ ରହିବା ପାଇଁ ଉଭୟ ଜନସାଧାରଣ ଓ ପ୍ରଶାସନକୁ ପରାମର୍ଶ ଦେଇଛନ୍ତି । ଜନସାଧାରଣଙ୍କୁ ଏହି ପରିପ୍ରେକ୍ଷୀରେ କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯଦିଓ ତୃତୀୟ ଲହରରେ ବର୍ତ୍ତମାନ ସୁଦ୍ଧା hospitalization ବହୁତ କମ୍‌ ରହିଛି, ତଥାପି ଆମକୁ ଭବିଷ୍ୟତ ପାଇଁ ସଂପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ପଡିବ । ସେହିପରି ରାଜ୍ୟରେ ଟିକାକରଣ କାର୍ଯ୍ୟକ୍ରମ ସନ୍ତୋଷଜନକ ରହିଥିଲେ ମଧ୍ୟ ଆଦୌ ଟିକା ନେଇ ନ ଥିବା ତଥା ଦ୍ୱିତୀୟ ଡୋଜ ନେଇ ନ ଥିବା ଲୋକମାନଙ୍କର ଟିକାକରଣକୁ ଜୋରଦାର କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏହିସହିତ ବରିଷ୍ଠ ନାଗରିକ ତଥା ସମୂଖ ଯୋଦ୍ଧା ମାନଙ୍କର ଟିକାକରଣ ଖୁବ ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥଲେ ଏବଂ ଏହା ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ବିଶେଷ ସହାୟକ ହେବ ବୋଲି କହିଥିଲେ ।

ପୂର୍ବଥର ଭଳି ଏଥର ମଧ୍ୟ ସଚେତନତା କାର୍ଯ୍ୟକ୍ରମ ବ୍ୟାପକ କରାଯିବା ଏବଂ ଏଥିରେ ମିଶନ ଶକ୍ତି ଗ୍ରୁପ ମାନଙ୍କୁ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ସେହିପରି କୋଭିଡ ନିୟମର କଡାକଡି ଅନୁପାଳନ ପ୍ରତି ସ୍ୱତନ୍ତ୍ର ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟ ପୋଲିସକୁ ନିର୍ଦ୍ଦେଶ ଦେଇଥିଲେ ।

ଯେହେତୁ ବର୍ତ୍ତମାନର ଲହରରେ ସଂକ୍ରମିତ ଅଧିକାଂଶ ବ୍ୟକ୍ତି ନିଜ ଘରେ ପୃଥକୀକରଣ ରହିଛନ୍ତି, ତେଣୁ ଆମକୁ ତଦାରଖ ବ୍ୟବସ୍ଥାକୁ ସୁଦୃଢ କରିବାକୁ ପଡିବ ଏବଂ ଏଥିପାଇଁ Rapid Response Team ଓ କ୍ଷେତ୍ରସ୍ତରୀୟ କର୍ମଚାରୀମାନେ ନିଜ ଘରେ ପୃଥକୀକରଣରେ ଥିବା ରୋଗୀ ମାନଙ୍କୁ ନିୟମିତ ଯୋଗାଯୋଗରେ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ଆଲୋଚନାରେ ଅଂଶଗ୍ରହଣ କରି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଜିଲ୍ଲାସ୍ତରରେ କୋଭିଡ ସଂକ୍ରମଣ ନିୟନ୍ତ୍ରଣ ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଥିଲେ ।

ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଆର.କେ. ଶର୍ମା ରାଜ୍ୟରେ କୋଭିଡ ସ୍ଥିତି ଓ ଏହାର ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ । କମ୍‌ ହସ୍‌ପିଟାଲାଇଜେନ ସତ୍ତ୍ୱେ ଦ୍ୱିତୀୟ ଲହର ଠାରୁ ଅଧିକ ସଂଖ୍ୟକ ବେଡ ମହଜୁଦ ରଖାଯାଇଛି ଏବଂ ତା ସହିତ ଅକ୍‌ସିଜେନ, ଭେଣ୍ଟିଲେଟର ଆଦି ବ୍ୟବସ୍ଥାକୁ ସକ୍ରିୟ ରଖାଯାଇଛି । ଟିକାକରଣ କ୍ଷେତ୍ରରେ ରାଜ୍ୟର ପଦର୍ଶନ ସଂପର୍କରେ ସୂଚନା ଦେଇ ଶ୍ରୀ ଶର୍ମା କହିଥିଲେ ଯେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୯୧.୮ ପ୍ରତିଶତ ଲୋକ ପ୍ରଥମ ଡୋଜ ଟିକା ନେଇଥିବା ବେଳେ, ଦ୍ୱିତୀୟ ଡ଼ୋଜର ହାର ୬୮.୪ ପ୍ରତିଶତ ରହିଛି । ସେହିପରି ୩୦.୭ ପ୍ରତିଶତ ୧୫ ରୁ ୧୮ ବର୍ଷ ବୟସର ପିଲା ମଧ୍ୟ ଟିକା ନେଇସାରିଲେଣି । ତେଣୁ ଟିକାକରଣକୁ ସଂପୂର୍ଣ୍ଣ କରିବା ପାଇଁ ତୁରନ୍ତ ପଦକ୍ଷେପ ନିଆଯାଉଛି ବୋଲି ସେ ସୂଚନା ଦେଇଥିଲେ ।

ଭୁବନେଶ୍ୱର ମହାନଗର ନିଗମ କଟକ ମହାନଗର ନିଗମର ମ୍ୟୁନିସପାଲଟି କମିଶନର ଦ୍ୱୟ ତଥା ସମ୍ବଲପୁର ଓ ସୁନ୍ଦରଗଡର ଜିଲ୍ଲାପାଳ ସେମାନଙ୍କ ଅଞ୍ଚଳର ସ୍ଥିତି ସଂପର୍କରେ ଅବଗତ କରାଇଥିଲେ ।

କୋଭିଡ ନିୟମ ଅନୁପାଳନର କଡ଼ାକଡ଼ି ତଦାରଖ ପାଇଁ ରାଜ୍ୟ ପୋଲିସ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ପୁଲିସ ଡିଜି ସୁନୀଲ ବଂଶଲ ମୁଖ୍ୟମନ୍ତ୍ରୀ ଙ୍କୁ ଅବଗତ କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚଳନା କରିଥିଲେ ।

ଉନ୍ନୟନ କମିଶନର ତଥା ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ଓ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ବୈଠକରେ ଉପସ୍ଥିତ ଥିଲେ ।

Previous Post

ଚାଲିଗଲେ ମିହିର ଦାସ

Next Post

୫୨ ଲକ୍ଷ ଟଙ୍କା ପ୍ୟାକେଜ୍ ରେ ୫ କିଟ୍ ଛାତ୍ରଛାତ୍ରୀ

Next Post
୫୨ ଲକ୍ଷ ଟଙ୍କା ପ୍ୟାକେଜ୍ ରେ ୫ କିଟ୍ ଛାତ୍ରଛାତ୍ରୀ

୫୨ ଲକ୍ଷ ଟଙ୍କା ପ୍ୟାକେଜ୍ ରେ ୫ କିଟ୍ ଛାତ୍ରଛାତ୍ରୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA