Wednesday, May 27, 2026 09:54 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କୋଭିଡ ପରିସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣାଧୀନ: ମୁଖ୍ୟମନ୍ତ୍ରୀ

ଜନସାଧାରଣ ଭୟଭୀତ ନ ହେବାକୁ ପରାମର୍ଶ

by Our Correspondent
18 Jan, 2022- 08:02 PM
in Latest News, News
1 min read
0
କୋଭିଡ ପରିସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣାଧୀନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ କୋଭିଡ ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ଅଛି । ତେଣୁ ଭୟଭୀତ ନ ହୋଇ କୋଭିଡର ସମସ୍ତ ନିୟମାବଳୀକୁ ପାଳନ କରିବା ପାଇଁ ଜନସାଧାରଣଙ୍କୁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜନସାଧାରଣଙ୍କ ଜୀବନ ଜୀବିକାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କୋଭିଡ ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେଇଛନ୍ତି । ଜନସାଧାରଣଙ୍କ ସହଯୋଗ ମିଳିଲେ, ଜୀବନ ଜୀବିକାକୁ ପ୍ରଭାବିତ ନ କରି ଆମେ ପରିସ୍ଥିତିର ମୁକାବିଲା କରିପାରିବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ମୁଖ୍ୟମନ୍ତ୍ରୀ ଆଜି ଭିଡ଼ିଓ କନଫରେନ୍ସିଂ ଜରିଆରେ କୋଭିଡ୍ ମୁକାବିଲା ସ୍ଥିତିର ସମୀକ୍ଷା କରିଥିଲେ । ତୃତୀୟ ଲହରୀରରେ ବର୍ତ୍ତମାନ ଯାଏଁ କୋଭିଡ ପରିଚାଳନା ଠିକଠାକ୍ ରହିଛି । ଗତ କିଛି ଦିନ ଧରି ଦୈନିକ କୋଭିଡ୍ ସଂକ୍ରମଣ ପ୍ରାୟତଃ ସ୍ଥିର ରହିଛି । ଦେଶର ବଡ଼ ବଡ଼ ସହରରେ ଆକ୍ଟିଭ୍ କେସ୍ ସଂଖ୍ୟା କମିବା ଆରମ୍ଭ ହେଲାଣି । ରୋଗୀମାନଙ୍କର ଲକ୍ଷଣ ସାମାନ୍ୟ ରହୁଛି ଏବଂ ଖୁବ୍ କମ ରୋଗୀଙ୍କୁ ହସ୍ପିଟାଲ୍ ଯିବାକୁ ପଡୁଛି । ଏସବୁ ସତ୍ତ୍ୱେ ଆମ ସମସ୍ତଙ୍କୁ ସତର୍କ ଓ ପ୍ରସ୍ତୁତ ରହିବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଏହାସହିତ ରାଜ୍ୟରେ ଟିକାକରଣ କାର୍ଯ୍ୟକ୍ରମକୁ ଜୋରଦାର କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ବିଶେଷକରି ମେଡିକାଲ ଷ୍ଟାଫ, ପୋଲିସ, ପ୍ରଶାସନିକ ଅଧିକାରୀ ଏବଂ ରୋଗର ଅଧିକ ଆଶଂକା ଥିବା ନାଗରିକ ମାନଙ୍କୁ ବୁଷ୍ଟର ଡୋଜ ପ୍ରଦାନ ତ୍ବରାନ୍ବିତ କରିବା ପାଇଁ ସେ କହିଥିଲେ । ସେହିପରି ଗଣମାଧ୍ୟମର କର୍ମକର୍ତ୍ତା ମାନେ ମଧ୍ୟ ଫ୍ରଣ୍ଟଲାଇନ୍ ୱାର୍କର୍ ଭାବେ ପରିଗଣିତ ହେଉଥିବାରୁ, ସେମାନଙ୍କୁ ବୁଷ୍ଟର ଡୋଜ ପ୍ରଦାନରେ ପ୍ରାଥମିକତା ଦେବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟରେ ସବୁ କୋଭିଡ ହସ୍‌ପିଟାଲକୁ କାର୍ଯ୍ୟକ୍ଷମ କରାଯିବା ସହିତ ଔଷଧପତ୍ର ଏବଂ ଅନ୍ୟାନ୍ୟ ଜରୁରୀ ସମାଗ୍ରୀର ବ୍ୟବସ୍ଥା କରାଯାଇଛି । ଲୋକଙ୍କ ଜୀବିକା ଯେପରି ପ୍ରଭାବିତ ନ ହୁଏ, ତାକୁ ଦୃଷ୍ଟିରେ ରଖି ସମସ୍ତ ପଦକ୍ଷେପ ନିଆଯାଇଛି ।

ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଆର୍‌.କେ. ଶର୍ମା ସମଗ୍ର ବିଶ୍ୱ, ଦେଶ ଓ ରାଜ୍ୟର କୋଭିଡ ପରିସ୍ଥିତି ଉପରେ ଏକ ତୁଳନାତ୍ମକ ଚିତ୍ର ରଖି କହିଥିଲେ ଯେ ବର୍ତ୍ତମାନ ତୃତୀୟ ଲହରୀର ସର୍ବୋଚ୍ଚ ସ୍ତରରେ ପହଞ୍ଚିବାର ସୂଚନା ମିଳୁଛି । ରାଜ୍ୟରେ ଦୈନିକ ୧୦ ରୁ ୧୧ ହଜାର ମଧ୍ୟରେ ନୂଆ ରୋଗୀ ସଂଖ୍ୟା ଦେଖା ଦେଉଥିଲେ ମଧ୍ୟ ହସ୍‌ପିଟାଲରେ ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ବହୁତ କମ୍‌ ଅଛି । ରାଜ୍ୟରେ କୋଭିଡ ରୋଗୀଙ୍କ ପାଇଁ ୧୧,୨୯୧ଟି ବେଡ୍‌ ରହିଛି ଏବଂ ଏଥିରୁ ମାତ୍ର ୧୧ ପ୍ରତିଶତ ବେଡ୍‌ରେ ରୋଗୀ ଚିକିତ୍ସିତ ହେଉଛନ୍ତି । ରାଜ୍ୟରେ ଔଷଧ, ଅକ୍‌ସିଜେନ ଓ ଅନ୍ୟାନ୍ୟ ଆବଶ୍ୟକ ସାମଗ୍ରୀ ପର୍ଯ୍ୟାପ୍ତ ପରିମାଣରେ ମହଜୁଦ ଅଛି ବୋଲି ସେ କହିଥିଲେ ।

ଟିକାକରଣ ଉପରେ ସୂଚନା ଦେଇ ସେ କହିଥିଲେ ଯେ ୯୨.୭ ପ୍ରତିଶତ ପ୍ରଥମ ଡୋଜ ଓ ୭୦.୭ ପ୍ରତିଶତ ଦ୍ୱିତୀୟ ଡୋଜ ନେଇସାରିଛନ୍ତି। ୧୫ ରୁ ୧୮ ବୟସ୍କ କିଶୋକ ମାନଙ୍କ କ୍ଷେତ୍ରରେ ୪୫.୮ ପ୍ରତିଶତ ଟିକାକରଣ ହୋଇଛି ଏବଂ ୧୪ ପ୍ରତିଶତ ବୁଷ୍ଟର ଡୋଜ ଟିକାକରଣ ହୋଇଛି ବୋଲି ସେ ସୂଚନା ଦେଇଥିଲେ ।

ବୈଠକରେ ପୋଲିସ ଡିଜି ସୁନିଲ ବଂଶଲ, କଟକ ଓ ମୟୁରଭଂଜର ଜିଲ୍ଲାପାଳ, ଭୁବନେଶ୍ବର ଓ କଟକର ମ୍ୟୁନିସ୍‌ପାଲ କମିଶନର ପ୍ରମୁଖ ସେମାନଙ୍କ ନିଜ ନିଜ କ୍ଷେତ୍ରର କାର୍ଯ୍ୟକ୍ରମ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ ।

ବୈଠକରେ ଉନ୍ନୟନ କମିଶନର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ମାନେ ଉପସ୍ଥିତ ଥିଲେ ।

Previous Post

ପ୍ରଥମ ଦିନରେ ୮,୭୨୨ ପ୍ରାର୍ଥୀପତ୍ର ଦାଖଲ

Next Post

ମିଶନ ଶକ୍ତି : ମହିଳା ସଶକ୍ତିକରଣର ପ୍ରଶ୍ନ ଓ ପ୍ରସଙ୍ଗ

Next Post
ମିଶନ ଶକ୍ତି : ମହିଳା ସଶକ୍ତିକରଣର ପ୍ରଶ୍ନ ଓ ପ୍ରସଙ୍ଗ

ମିଶନ ଶକ୍ତି : ମହିଳା ସଶକ୍ତିକରଣର ପ୍ରଶ୍ନ ଓ ପ୍ରସଙ୍ଗ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA