Friday, May 1, 2026 01:50 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ବୟସ୍କମାନଙ୍କୁ ବୁଷ୍ଟର ଡୋଜ୍ ଉପରେ ଗୁରୁତ୍ୱ

ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା ବୈଠକ

by Our Correspondent
27 Jan, 2022- 09:29 PM
in Latest News, News
1 min read
0
ବୟସ୍କମାନଙ୍କୁ ବୁଷ୍ଟର ଡୋଜ୍ ଉପରେ ଗୁରୁତ୍ୱ

ଭୁବନେଶ୍ୱର: ରାଜ୍ୟରେ କୋଭିଡ ସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡ଼ିଓ କନଫରେନ୍ସିଂ ଜରିଆରେ ସମୀକ୍ଷା କରିଥିଲେ । ପ୍ରଶାସନ ସତର୍କ ରହିବା ସହିତ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ବିଶେଷକରି ବରିଷ୍ଠ ନାଗରିକ ଓ ଫ୍ରଣ୍ଟଲାଇନ୍ ଯୋଦ୍ଧାମାନଙ୍କୁ ବୁଷ୍ଟର ଡୋଜ୍ ଦେବା ଉପରେ ଗୁରୁତ୍ୱ ଦେଇଥିଲେ ।

ରାଜ୍ୟରେ ବର୍ତ୍ତମାନ ସକ୍ରିୟ କୋଭିଡ ରୋଗୀ ସଂଖ୍ୟା ସ୍ଥିର ରହିଥିବା ବେଳେ ନୂଆ ପଜିଟିଭ କେସ୍‌ରେ ମଧ୍ୟ ହ୍ରାସ ଘଟିଛି । ତୃତୀୟ ଲହରରେ ଡାକ୍ତରଖାନା ଉପରେ ବିଶେଷ ଚାପ ପଡିନାହିଁ । କିନ୍ତୁ ଏଥିରେ ଆତ୍ମସନ୍ତୋଷର ସ୍ଥାନ ନାହିଁ । ସଂପୂର୍ଣ୍ଣ ପ୍ରସ୍ତୁତ ରହି ପ୍ରଶାସନ ପରିସ୍ଥିତି ଉପରେ ନଜର ରଖିବା, ମିଶନ ଶକ୍ତି ଗୋଷ୍ଠୀ ମାନଙ୍କର ସକ୍ରିୟ ସହଯୋଗରେ ସାରା ରାଜ୍ୟରେ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଜନସାଧାରଣ ଯେପରି କୋଭିଡ ସୁରକ୍ଷା ନିୟମାବଳୀ ଠିକ୍‌ ଭାବରେ ପାଳନ କରନ୍ତି, ସେଥିପ୍ରତି ବିଶେଷ ଯତ୍ନବାନ ହେବା ପାଇଁ ପୋଲିସକୁ କହିଥିଲେ । ସେହିପରି ପୃଥକ ବାସରେ ଘରେ ରହି ଚିକିତ୍ସିତ ହେଉଥିବା ରୋଗୀ ମାନଙ୍କର ସ୍ୱାସ୍ଥ୍ୟ ଅବସ୍ଥା ସଂପର୍କରେ ଠିକ୍ ଭାବରେ ତଦାରଖ କରିବା ପାଇଁ ମଧ୍ୟ କହିଥିଲେ । ବର୍ତ୍ତମାନ ପରିସ୍ଥିତିରେ ଆତଙ୍କିତ ନ ହୋଇ କୋଭିଡ ସୁରକ୍ଷା ନିୟମାବଳୀକୁ ସଠିକ୍‌ ଭାବରେ ପାଳନ କରିବା ପାଇଁ ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ଉନ୍ନୟନ କମିଶନର ତଥା ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା କୋଭିଡ ନିୟମାବଳୀର ପରିପାଳନ ନିମନ୍ତେ ପ୍ରଶାସନ ନେଇଥିବା ବିଭିନ୍ନ ପଦଷେପ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ ।

ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଆର୍.କେ ଶର୍ମା ରାଜ୍ୟରେ କୋଭିଡ ସ୍ଥିତି ସଂପର୍କରେ ଏକ ରିପୋର୍ଟ ଉପସ୍ଥାପନା କରିଥିଲେ। ରାଜ୍ୟରେ ଦୈନିକ ଟେଷ୍ଟିଂ ୬୫ ହଜାରରୁ ୭୦ ହଜାର ରହିଥିବା ବେଳେ, ପଜିଟିଭିଟି ହାର ୧୧.୪ ପ୍ରତିଶତ ରହିଛି । ଯାହା ଜାତୀୟ ହାର ଠାରୁ କମ୍‌ ଅଟେ। ଯାଜପୁର, ବାଲେଶ୍ୱର, କଟକ, ସୁନ୍ଦରଗଡ ଓ ଖୋର୍ଦ୍ଧାରେ ପଜିଟିଭିଟି ହାର ତୁଳନାତ୍ମକ ଭାବେ ଅଧିକ ଅଛି ବୋଲି ସେ ସୂଚନା ଦେଇଥିଲେ । 

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ୱର ଓ କଟକ ମ୍ୟୁନିସପାଲ କମିଶନର ଏବଂ ଖୋର୍ଦ୍ଧା ଓ ରାୟଗଡାର ଜିଲ୍ଲାପାଳ ମାନେ ସେମାନଙ୍କ ଅଞ୍ଚଳର ପରିସ୍ଥିତି ସଂପର୍କରେ ବୈଠକରେ ଉପସ୍ଥାପନା କରିଥିଲେ ।

Previous Post

କାନ୍ଦିଲେ ପ୍ରସାଦ, ଟାର୍ଗେଟ୍ ରେ ନିରଞ୍ଜନ

Next Post

ଫେବ୍ରୁଆରୀ ୧ ରୁ ଜଗା ଦର୍ଶନ

Next Post
ଫେବ୍ରୁଆରୀ ୧ ରୁ ଜଗା ଦର୍ଶନ

ଫେବ୍ରୁଆରୀ ୧ ରୁ ଜଗା ଦର୍ଶନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA