Saturday, June 27, 2026 03:42 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ବିଜୁବାବୁଙ୍କୁ ମନେ ପକାଇଲେ

ଶ୍ରାଦ୍ଧ ଦିବସରେ ଗଭୀର ଶ୍ରଦ୍ଧାଞ୍ଜଳି

by Our Correspondent
17 Apr, 2022- 06:17 PM
in Latest News, News
1 min read
0
ବିଜୁବାବୁଙ୍କୁ  ମନେ ପକାଇଲେ

ଭୁବନେଶ୍ୱର: ମହାନ ଜନନାୟକ, ପୂର୍ବତନ ମୁଖ୍ୟମନ୍ତ୍ରୀ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଆଜି ହେଉଛି ୨୫ତମ ଶ୍ରାଦ୍ଧ ଦିବସ । ଏହି ମହାନ୍ ବ୍ୟକ୍ତିଙ୍କୁ ରାଜ୍ୟବାସୀ ମନେ ପକାଇବା ସହ ଦଳମତ ନିର୍ବିଶେଷରେ ତାଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ସାରା ରାଜ୍ୟରେ ବିଜେଡି ପକ୍ଷରୁ ଏଥିପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଆଜିର ଦିବସକୁ ସେବା ଦିବସ ଭାବେ ପାଳନ କରାଯାଉଛି ।

ଆଜି ସକାଳେ ରାଜ୍ୟ ବିଧାନସଭା ପରିସରରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ମୁଖ୍ୟମନ୍ତ୍ରୀ । ଏହି ଅବସରରେ ରାଜ୍ୟର ପ୍ରଗତି ସହ ଲୋକଙ୍କ ଉନ୍ନତି ଓ କଲ୍ୟାଣ ପାଇଁ ବିଜୁବାବୁଙ୍କ ଅବଦାନର ସେ ସ୍ମୃତିଚାରଣ କରିଥିଲେ । ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର, ଉପବାଚସ୍ପତି ରଜନୀକାନ୍ତ ସିଂଙ୍କ ସମେତ ଅନ୍ୟମାନେ ସେଠାରେ ଉପସ୍ଥିତ ଥିଲେ ।

ବିଜେଡି ପକ୍ଷରୁ ବିନ୍ଦୁସାଗର କୂଳରେ ତିଳତର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହାପରେ ଫରେଷ୍ଟ ପାର୍କରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ଏବଂ ବିମାନବନ୍ଦର ପ୍ରବେଶ ଦ୍ୱାରରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା, ମେୟର ସୁଲୋଚନା ଦାସ, ଓଡ଼ିଶା ମୋ ପରିବାର ଆବାହକ ଅରୂପ ପଟ୍ଟନାୟକ, ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀଙ୍କ ସମେତ ଦଳର ଯୁବ ଓ ଛାତ୍ର ସଂଗଠନର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ ।

ବିଜୁବାବୁଙ୍କୁ ଶ୍ରଦ୍ଧାଞ୍ଜଳିପୂର୍ବକ ‘ଓଡ଼ିଶା ମୋ ପରିବାର’ ଜୀବନବିନ୍ଦୁ ଆନୁକୂଲ୍ୟରେ ସବୁ ନିର୍ବାଚନମଣ୍ଡଳୀରେ ରକ୍ତଦାନ ଶିବିରର ଆୟୋଜନ କରାଯାଇଛି । ଏହା ୧୫ ଦିନ ଧରି ଚାଲିବ । ରାଜ୍ୟ ଯୁବ ଜନତା ଦଳ ଅଫିସରେ ବିଶାଳ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ସଭାପତି ତଥା ଉତ୍ତର ବିଧାୟକ ସୁଶାନ୍ତ ରାଉତଙ୍କ ନେତୃତ୍ୱରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବିଜେଡ଼ି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ର, ସଞ୍ଜୟ ଦାସବର୍ମା, ଅରୂପ ପଟ୍ଟନାୟକ ଓ ଅନ୍ୟମାନେ ଯୋଗଦେଇ ବିଜୁବାବୁଙ୍କ ସ୍ମୃତିଚାରଣ କରିଥିଲେ । ସଭା ଶେଷରେ ବିଜୁ ଜନତା ଦଳ ପକ୍ଷରୁ କ୍ୟାପିଟାଲ୍ ହସ୍ପିଟାଲ୍ ରେ ରୋଗୀମାନଙ୍କୁ ଫଳ ବଣ୍ଟନ କରାଯାଇଥିଲା ।

Previous Post

ଧର୍ମେନ୍ଦ୍ରଙ୍କ ପାଖ ମାଡ଼ିଲେନି ଅପରାଜିତା !

Next Post

ଆଉ ନାହାନ୍ତି ପ୍ରଫୁଲ୍ଲ କର

Next Post
ଆଉ ନାହାନ୍ତି ପ୍ରଫୁଲ୍ଲ କର

ଆଉ ନାହାନ୍ତି ପ୍ରଫୁଲ୍ଲ କର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA