Wednesday, July 1, 2026 11:41 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଏକ ଯୁଗର ଅବସାନ…

ରାଷ୍ଟ୍ରୀୟ ସମ୍ମାନ ସହ ସ୍ୱର୍ଗଦ୍ୱାରରେ ହେବ ଶେଷକୃତ୍ୟ

by Our Correspondent
18 Apr, 2022- 09:48 AM
in Latest News, News
1 min read
0
ଏକ ଯୁଗର ଅବସାନ…

ଭୁବନେଶ୍ୱର: କମଳ ଦେଶ ରାଜକୁମାର ମୋ ହାତରେ ପୁଷ୍ପଧନୁ.., ଆହେ ଦୟାମୟ ବିଶ୍ୱବିହାରୀ.., ରେ ଆତ୍ମନ ନିଦ୍ରା ପରିହରି.., ମୋ ପ୍ରିୟାଠାରୁ କିଏ ଅଧିକ ସୁନ୍ଦର.. ଆଦି କାଳଜୟୀ ଗୀତର ସ୍ରଷ୍ଟା ପ୍ରଫୁଲ୍ଲ କରଙ୍କ ବିୟୋଗରେ ସଙ୍ଗୀତ ଜଗତ ଆଜି ସ୍ତବ୍ଧ । ସଙ୍ଗୀତ ଓ ସାରସ୍ୱତ ଜଗତର ଏହି ଉତ୍ତୁଙ୍ଗ ବ୍ୟକ୍ତିତ୍ୱ ଆଉ ଇହଜଗତରେ ନାହାନ୍ତି ତାହା ସହଜରେ ବିଶ୍ୱାସ ହେଉନାହିଁ । ତାଙ୍କ ବିୟୋଗ ସାରା ରାଜ୍ୟରେ ଶୋକର ଛାୟା ଖେଳାଇ ଦେଇଛି । ତାଙ୍କର ଶେଷ ଦର୍ଶନ ପାଇଁ ସତ୍ୟନଗରସ୍ଥିତ ବାସଭବନରେ ଶୁଭେଚ୍ଛୁଙ୍କ ଭିଡ଼ ଲାଗିଛି । ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କର ଶେଷଦର୍ଶନ କରୁଛନ୍ତି ।

ଅନ୍ତିମ ସଂସ୍କାର ପାଇଁ ତାଙ୍କ ମରଶରୀର ଦିନ ୧୧.୩୦ରେ ଘରୁ ବାହାରି ପ୍ରଥମେ ସଙ୍ଗୀତ ମହାବିଦ୍ୟାଳୟ ଯିବ । ସେଠାରେ ଶ୍ରଦ୍ଧାଞ୍ଜଳି ଅର୍ପଣ ପରେ ପୁରୀ ଅଭିମୁଖେ ତାଙ୍କର ଶେଷଯାତ୍ରା ହେବ । ଅପରାହ୍ନ ପ୍ରାୟ ୪ଟାରେ ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ପରିବାର ସୂତ୍ରରୁ ଜଣାପଡ଼ିଛି । ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ଦୁଇମନ୍ତ୍ରୀ ପ୍ରତାପ ଜେନା ଓ ସମୀର ଦାଶ ସେଠାରେ ଉପସ୍ଥିତ ରହିବେ ।

ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଶୋକପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଓଡ଼ିଆ ସଙ୍ଗୀତ ଓ ସଂସ୍କୃତି ପାଇଁ ତାଙ୍କର ଅନନ୍ୟ ଯୋଗଦାନ ଥିଲା । ଏଥିପାଇଁ ସେ ଚିରସ୍ମରଣୀୟ ହୋଇ ରହିବେ ।

ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପ୍ରଫୁଲ୍ଲ କରଙ୍କ ବିୟୋଗରେ ଶୋକପ୍ରକାଶ କରିବା ସହ ତାଙ୍କ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି । ପ୍ରଫୁଲ୍ଲଙ୍କ ସଙ୍ଗୀତ ରଚନା ଶୈଳୀ ତାଙ୍କୁ ଅମର କରି ରଖିବ ବୋଲି ରାଜ୍ୟପାଳ କହିଛନ୍ତି । ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଗଭୀର ଶୋକପ୍ରକାଶ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ଶୋକବାର୍ତ୍ତାରେ ସ୍ୱର୍ଗତ କରଙ୍କୁ ଜଣେ ଯଶସ୍ୱୀ କଳାକାର ଭାବରେ ବର୍ଣ୍ଣନା କରିଛନ୍ତି । ଜଣେ ଗୀତିକାର ସଙ୍ଗୀତଜ୍ଞ ତଥା ସଙ୍ଗୀତ ନିଦେ୍ର୍ଦଶକ ଭାବେ ସେ ଅନେକ ଗୌରବଜ୍ୱଳ କୀର୍ତ୍ତି ସ୍ଥାପନ କରିଛନ୍ତି । ତାଙ୍କ ବିୟୋଗ ଓଡ଼ିଆ ସଙ୍ଗୀତ ଜଗତରେ ଏକ ଯୁଗର ଅବସାନ ଘଟାଇଛି । ତାଙ୍କର ସ୍ୱତନ୍ତ୍ର ସଙ୍ଗୀତ ରଚନା ଶୈଳୀ ଓ ନିର୍ଦ୍ଦେଶନା ଲୋକଙ୍କ ହୃଦୟରେ ତାଙ୍କୁ ସର୍ବଦା ଅମର କରି ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣଶଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି, ସ୍ୱର୍ଗତ କରଙ୍କ ପ୍ରତିଟି କାଳଜୟୀ ଗୀତ ତାଙ୍କୁ ସବୁ ଦିନ ପାଇଁ ଅମର କରି ରଖିବ । ଶାସ୍ତ୍ରୀୟ ଓଡ଼ିଶୀ ସଙ୍ଗୀତ, ସିନେମା ଓ ଆଧୁନିକ ସଙ୍ଗୀତରେ ତାଙ୍କର ଜୀବନବ୍ୟାପୀ ସାଧନା ପାଇଁ ସେ ଲୋକଙ୍କ ମନରେ ଚିର ସ୍ମରଣୀୟ ହୋଇ ରହିବେ । ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେ ଦନା ଜଣାଇଛନ୍ତି ।

Previous Post

ଆଉ ନାହାନ୍ତି ପ୍ରଫୁଲ୍ଲ କର

Next Post

ଭୁବନେଶ୍ୱରକୁ କବଜା କରିନେଲେ ଡ୍ରାଇଭର

Next Post
ଭୁବନେଶ୍ୱରକୁ କବଜା କରିନେଲେ ଡ୍ରାଇଭର

ଭୁବନେଶ୍ୱରକୁ କବଜା କରିନେଲେ ଡ୍ରାଇଭର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA