ଭୁବନେଶ୍ୱର: ଆସନ୍ତାକାଲି(ବୁଧବାର) ମା ତାରାତାରିଣୀଙ୍କ ନୂତନ ମନ୍ଦିରର ପ୍ରତିଷ୍ଠା ଉତ୍ସବ । ୩ ଦିନ ଧରି ଚାଲିଥିବା ପ୍ରତିଷ୍ଠା ଯଜ୍ଞର ପୂର୍ଣ୍ଣାହୂତି ସହ ମନ୍ଦିର ପ୍ରତିଷ୍ଠା ଉତ୍ସବ ସମ୍ପନ୍ନ ହେବ । ଏଥିପାଇଁ ସାରା ଗଞ୍ଜାମ ଜିଲ୍ଲା ଉତ୍ସବ ମୁଖର ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ପୁରୋଧା ଭାବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବେ । ଏହି ଉତ୍ସବରେ ବିଶାଳ ଜନ ସମାବେଶର ସମ୍ଭାବନା ଥିବାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତର ଅବ୍ୟବହିତ ପୂର୍ବରୁ ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ.ପାଣ୍ଡିଆନ୍ ମା ତାରାତାରିଣୀଙ୍କ ପୀଠ ପରିଦର୍ଶନ କରି ଆୟୋଜନ ସମ୍ପର୍କରେ ଅନୁଧ୍ୟାନ କରିଥିଲେ । ଉଭୟ ମା’ଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ ।







