Wednesday, June 24, 2026 10:23 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ପଞ୍ଚାୟତ ପ୍ରତିନିଧିଙ୍କୁ ଦିଗଦର୍ଶନ ଦେଲେ ନବୀନ

'ଗାଁର ସମସ୍ୟାକୁ ନିଜ ସମସ୍ୟା ଭାବି ସମାଧାନ କର'

by Our Correspondent
02 Jun, 2022- 01:46 PM
in Latest News, News
1 min read
0
ପଞ୍ଚାୟତ ପ୍ରତିନିଧିଙ୍କୁ ଦିଗଦର୍ଶନ ଦେଲେ ନବୀନ

ଜନସାଧାରଣ ଆମ ଉପରେ ଆସ୍ଥା ରଖିଛନ୍ତି । ଭରସା ରଖିଛନ୍ତି । ଲୋକଙ୍କୁ ନିରାଶ ହେବାକୁ ଦେବା ନାହିଁ । ସେମାନଙ୍କ ଆସ୍ଥା ଓ ଭରସାକୁ ପବିତ୍ର ଦାୟିତ୍ୱ ଭାବି ସେବା କଲେ ଲୋକଙ୍କ ହୃଦୟରେ ସବୁଦିନ ପାଇଁ ରହିଯିବା । ନିଜ କାମ ଦ୍ୱାରା ନିଜ ନିଜ ଅଞ୍ଚଳରେ ବିକାଶର ଦୂତ ଭାବେ ନିଜର ପରିଚୟ ସୃଷ୍ଟି କରିବା : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ନବନିର୍ବାଚିତ ପଞ୍ଚାୟତ ଜନପ୍ରତିନିଧିମାନଙ୍କର ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆଜି ଅନୁଷ୍ଠିତ ହୋଇଥିଲା । ଭୁବନେଶ୍ୱରସ୍ଥିତ କିଟ୍ ଅଡିଟୋରିୟମ୍ ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କୁ ଦିଗଦର୍ଶନ ଦେଇଥିଲେ । ଲୋକଙ୍କ ସୁଖଦୁଃଖରେ ସାମିଲ ହେବାକୁ ଗୁରୁତ୍ୱ ଦେବା ସହ ଗାଁର ସମସ୍ୟାକୁ ନିଜ ସମସ୍ୟା ଭାବେ ଗ୍ରହଣ କରି ଏହାର ସମାଧାନ ନିମନ୍ତେ ନିଷ୍ଠାପର ଉଦ୍ୟମ କରିବାକୁ ପରାମର୍ଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ ପ୍ରଥମରେ ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧିମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ । ଏଥର ମହିଳାମାନେ ବହୁ ସଂଖ୍ୟାରେ ଜିତି ପଞ୍ଚାୟତର ମଙ୍ଗ ଧରିଛନ୍ତି । ଏହାଦ୍ୱାରା ବିଜୁବାବୁଙ୍କ ମହିଳା ସଶକ୍ତିକରଣର ସ୍ୱପ୍ନ ସାକାର ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ କହିଥିଲେ, ଆମର ଶାସନ ବ୍ୟବସ୍ଥା ଓ ବିକାଶ ଯୋଜନାରେ ପଞ୍ଚାୟତର ଗୁରୁତ୍ୱ ବିଷୟରେ ଆପଣମାନେ ଭଲ ଭାବରେ ଜାଣନ୍ତି । ପଞ୍ଚାୟତ ହେଉଛି ସେବାର କେନ୍ଦ୍ର । ସାଧାରଣ ଲୋକ ଯେପରି ସରକାରୀ ସେବାରୁ ବଞ୍ଚିତ ନ ହୁଏ, ସରକାରୀ ସେବା ପାଇବାରେ ହଇରାଣ ନ ହୁଏ, ସେଥିପ୍ରତି ଆପଣମାନେ ଧ୍ୟାନ ଦିଅନ୍ତୁ । ଗରିବ ଲୋକ, ମହିଳା ତଥା ଦୁର୍ବଳ ଶ୍ରେଣୀର ଲୋକ ଓ ସେମାନଙ୍କ ଅଧିକାରକୁ ସୁରକ୍ଷା ଦିଅନ୍ତୁ ।

୫-ଟି ମନ୍ତ୍ରକୁ ଗାଁର ବିକାଶରେ ଉପଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହାଦ୍ୱାରା ଆପଣଙ୍କ ଗାଁ, ଆପଣଙ୍କ ପଞ୍ଚାୟତର ପରିବର୍ତ୍ତନ, ଅନ୍ୟ ମାନଙ୍କ ପାଇଁ ଆଦର୍ଶ ହୋଇପାରିବ ।

ଜନସାଧାରଣ ଆମ ଉପରେ ଆସ୍ଥା ରଖିଛନ୍ତି, ଭରସା ରଖିଛନ୍ତି ବୋଲି ମତବ୍ୟକ୍ତ କରି ଲୋକଙ୍କୁ କେବେ ନିରାଶ ହେବାକୁ ଦେବା ନାହିଁ । ସେମାନଙ୍କ ଆସ୍ଥା ଓ ଭରସାକୁ ପବିତ୍ର ଦାୟିତ୍ୱ ଭାବି ସେବା କଲେ ଲୋକଙ୍କ ହୃଦୟରେ ସବୁ ଦିନ ପାଇଁ ରହିଯିବେ ବୋଲି ସେ କହିଥିଲେ। ନିଜ କାମ ଦ୍ୱାରା ନିଜ ନିଜ ଅଞ୍ଚଳରେ ବିକାଶର ଦୂତ ଭାବରେ ନିଜର ପରିଚୟ ସୃଷ୍ଟି କରିବା ପାଇଁ ପରାମର୍ଶ ଦେଇଥିଲେ।

କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ରାଜ୍ୟର ବିକାଶରେ ପଞ୍ଚାୟତରାଜ ଅନୁଷ୍ଠାନ ଗୁଡିକର ଭୂମିକା ସଂପର୍କରେ ଆଲୋକପାତ କରି ବିଭାଗ ପକ୍ଷରୁ ନିଆଯାଉଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ।

ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଥିଲେ ଯେ ବର୍ତ୍ତମାନ ଜିପିଏସ୍ ଟେକ୍ନୋଲୋଜି ଜରିଆରେ ପଞ୍ଚାୟତର ସବୁ ଭିତ୍ତିଭୂମିକୁ ମ୍ୟାପିଂ କରାଯାଇଛି । ଏହାଦ୍ୱାରା ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ସମାଧାନ ତୁରନ୍ତ ହୋଇପାରିବ। ପଞ୍ଚାୟତଗୁଡିକ ସରକାରଙ୍କ ଅଭିଯୋଗ ଶୁଣାଣୀ ବ୍ୟବସ୍ଥାର ପ୍ରଥମ ସୋପାନ ବୋଲି ମତବ୍ୟକ୍ତ କରି ଲୋକଙ୍କ ଅଭିଯୋଗ ଗୁଡିକୁ ପଞ୍ଚାୟତ ସ୍ତରରେ ସମାଧାନ କରିବାକୁ ପରାମର୍ଶ ଦେଇଥିଲେ।

କୃଷିମନ୍ତ୍ରୀ ଡ. ଅରୁଣ ସାହୁ କହିଥିଲେ, ମୁଖ୍ୟମନ୍ତ୍ରୀ ରାଜ୍ୟର ମହିଳା ଓ ଯୁବଶକ୍ତିକୁ ଆଗକୁ ଆଣି ପଞ୍ଚାୟତଗୁଡିକୁ ସଶକ୍ତ କରିବା ପାଇଁ ପଦକ୍ଷେପ ନେଇଛନ୍ତି। ସମସ୍ତେ ୫-ଟି ମନ୍ତ୍ରକୁ ଉପଯୋଗ କରି କାମ କଲେ, ରାଜ୍ୟରେ ରୂପାନ୍ତର ଆସିପାରିବ ।

ମିଶନଶକ୍ତି ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ କହିଲେ ଯେ ମୁଖ୍ୟମନ୍ତ୍ରୀ ସମାଜସେବା କରିବା ପାଇଁ ମହିଳା ମାନଙ୍କୁ ସୁଯୋଗ ଦେଇଛନ୍ତି। ଓଡିଶାରେ ମହିଳାମାନେ ସଶକ୍ତ ହୋଇପାରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଆଦର୍ଶକୁ ନେଇ କାମ କରିବା ପାଇଁ ସେ ପରାମର୍ଶ ଦେଇଥିଲେ।

କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସ୍ୱାଗତ ଭାଷଣ ଦେଇ କହିଲେ ଯେ ପଞ୍ଚାୟତ ଅନୁଷ୍ଠାନ ଗୁଡିକୁ ଆର୍ଥିକ ଦୃଷ୍ଟିରୁ ସଶକ୍ତ କରାଯାଇଛି। ବିକାଶ ପାଇଁ ଅନେକ ଅର୍ଥ ଦିଆଯାଉଛି। ଏହାର ସୁବିନିଯୋଗରେ ପ୍ରତିନିଧି ମାନଙ୍କ ପ୍ରଶିକ୍ଷଣ ବହୁତ ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଥିଲେ । ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ସଚିବ ଅଶୋକ କୁମାର ମୀନା ଧନ୍ୟବାଦ ଅର୍ପଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ୧ ଲକ୍ଷ ୬ ହଜାର ୩୫୨ ଜଣ ପଞ୍ଚାୟତ ପ୍ରତିନିଧି ଯୋଗ ଦେଇଛନ୍ତି।

Previous Post

ଅସହାୟ ବୃଦ୍ଧଙ୍କୁ ଚିକିତ୍ସା ସହାୟତା ଯୋଗାଇ ଦେଲା ଓଡ଼ିଶା-ମୋ ପରିବାର

Next Post

ବର୍ଷା ଛାଡ଼ିବେ ଅନୁଭବଙ୍କ ଘର

Next Post
ବର୍ଷା ଛାଡ଼ିବେ ଅନୁଭବଙ୍କ ଘର

ବର୍ଷା ଛାଡ଼ିବେ ଅନୁଭବଙ୍କ ଘର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA