Thursday, June 25, 2026 05:01 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ବୁଲା ପ୍ରାଣୀଙ୍କ ସେବା ପାଇଁ ଡାଏଲ୍ ୧୯୬୨

ଷ୍ଟେଟ୍ ଆନିମଲ୍ ହେଲ୍ପ ଲାଇନ୍ ବ୍ୟବସ୍ଥାର ଶୁଭାରମ୍ଭ

by Our Correspondent
07 Jun, 2022- 08:38 PM
in Latest News, News
1 min read
0
ବୁଲା ପ୍ରାଣୀଙ୍କ ସେବା ପାଇଁ ଡାଏଲ୍ ୧୯୬୨

ଭୁବନେଶ୍ୱର: ବୁଲା କୁକୁର, ଗାଈଗୋରୁ ଇତ୍ୟାଦିଙ୍କ ଚିକିତ୍ସା ଏବଂ ଅନ୍ୟାନ୍ୟ ସେବା ପାଇଁ ଆରମ୍ଭ ହେଲା ଷ୍ଟେଟ୍ ଆନିମଲ୍ ହେଲ୍ପ ଲାଇନ୍ ବ୍ୟବସ୍ଥା । ଜାରି ହେଲା ଟୋଲ୍ ଫ୍ରି ନମ୍ବର ୧୯୬୨ । ଏହା ଦିନରାତି ୨୪ ଘଣ୍ଟା କାର୍ଯ୍ୟ କରିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହାର ଶୁଭାରମ୍ଭ କରିଛନ୍ତି । ଅସହାୟ କିମ୍ବା ଚିକିତ୍ସା ଆବଶ୍ୟକ କରୁଥିବା ପ୍ରାଣୀମାନଙ୍କ ପାଇଁ ଟୋଲ୍ ଫ୍ରି ନମ୍ବର ୧୯୬୨ କିମ୍ବା ୧୫୫୩୩୩ ଜରିଆରେ ଫୋନ୍ କଲେ ତୁରନ୍ତ ସହାୟତା ମିଳିପାରିବ ।

ବୁଲା ଓ ଅସହାୟ ପ୍ରାଣୀମାନଙ୍କ ସୁରକ୍ଷା ଓ କଲ୍ୟାଣ ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି । ସହରାଞ୍ଚଳରେ ହେଲ୍ପ ଲାଇନ୍ ୟୁନିଟ୍ ସହିତ ପ୍ରାଣୀ ଆମ୍ବୁଲାନ୍ସ ଓ ପ୍ରାଣୀ ଜନ୍ମ ନିୟନ୍ତ୍ରଣ କାର୍ଯ୍ୟକ୍ରମ ଗ୍ରହଣ କରାଯିବା ସହ ଏଥିରେ ନିୟୋଜିତ ଅଣ ସରକାରୀ ଅନୁଷ୍ଠାନଗୁଡ଼ିକୁ ମଧ୍ୟ ଆର୍ଥିକ ସହାୟତା ପ୍ରଦାନ କରାଯାଉଛି । ବୁଲା ଓ ପରିତ୍ୟକ୍ତ ପ୍ରାଣୀମାନଙ୍କ ଆବଶ୍ୟକତା ପ୍ରତି ପ୍ରତ୍ୟେକ ନାଗରିକ ସମ୍ବେଦନଶୀଳ ହେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ଏଥିସହ ଟେଲି ଭେଟେରିନାରି ସେବା ବ୍ୟବସ୍ଥା ଏବଂ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମ୍ୟାପିଂ ସିଷ୍ଟମ୍ ର ମଧ୍ୟ ଶୁଭାରମ୍ଭ ହୋଇଛି । ୫-ଟି ଉପକ୍ରମ ଅନ୍ତର୍ଗତ ଏହି କାର୍ଯ୍ୟକ୍ରମ ଦ୍ୱାରା ରାଜ୍ୟର ସବୁ ପ୍ରାଣୀ ଚାଷ ୟୁନିଟ୍ ଗୁଡ଼ିକର ଜିଓ ଟ୍ୟାଗିଂ ଓ ମ୍ୟାପିଂ କରାଯିବ । ଏହାଦ୍ୱାରା ସ୍ୱଚ୍ଛତା ଓ ଉତ୍ତରଦାୟିତ୍ୱ ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

ଏହି ଅବସରରେ BAIF Institute ସହିତ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଥିଲା । ବୁଝାମଣା ଅନୁଯାୟୀ, ରାଜ୍ୟରେ ୧୫୦୦ କୃତ୍ରିମ ପ୍ରଜନନ ଟେକନିସିଆନ୍ ନିୟୋଜିତ ହେବେ । ଏଥିସହ ଗୋପାଳପୁରଠାରେ ଭେକଟୀ ଯାଆଁଳ ହାଚେରୀ ପ୍ରତିଷ୍ଠା ପାଇଁ ରାଜୀବ ଗାନ୍ଧୀ ସେଣ୍ଟର ଫର ଆକ୍ଟା କଲଚର ସହିତ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଥିଲା । ଭେଟୀ ମାଛର ଚାହିଦା ବହୁତ ଅଧିକ ଥିବାରୁ ଏହା ମାଛଚାଷୀ ମାନଙ୍କର ରୋଜଗାର ବୃଦ୍ଧିରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ ।

କୃଷି, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ବିଭାଗ ପକ୍ଷରୁ ରାଜ୍ୟର ପ୍ରାଣୀ ସମ୍ପଦର ବିକାଶ ପାଇଁ ନିଆଯାଉଥିବା ପଦକ୍ଷେପ ଉପରେ ଆଲୋକପାତ କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ.ପାଣ୍ଡିଆନ୍ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିସନର, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ପ୍ରମୁଖ ସଚିବ, କୃଷି ଉତ୍ପାଦନ କମିସନର, ମିଶନ ଶକ୍ତି କମିସନର ତଥା ସଚିବ ଏବଂ ବିଭିନ୍ନ ଜିଲ୍ଲାରେ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ ।

Previous Post

ନବୀନ ବୁଝାଇଲେ…

Next Post

ଦିଦିଙ୍କୁ ବାଡ, ନବୀନଙ୍କୁ କ୍ଲିୟରାନ୍ସ !

Next Post
ଦିଦିଙ୍କୁ ବାଡ, ନବୀନଙ୍କୁ କ୍ଲିୟରାନ୍ସ !

ଦିଦିଙ୍କୁ ବାଡ, ନବୀନଙ୍କୁ କ୍ଲିୟରାନ୍ସ !

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA