Thursday, June 4, 2026 02:47 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

କେନ୍ଦ୍ରାପଡାର ନୂଆ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଉଦ୍‌ଘାଟିତ

by Our Correspondent
20 Oct, 2022- 09:39 PM
in Latest News, News
1 min read
0
କେନ୍ଦ୍ରାପଡାର ନୂଆ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଉଦ୍‌ଘାଟିତ
Spread the love

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦ୍ରାପଡା ଜିଲ୍ଲାର ନୂଆ ମୁଖ୍ୟ ଚିକିତ୍ସାଳୟ କମ୍ପ୍ଲେକ୍‌ସର ଉଦ୍‌ଘାଟନ କରିଛନ୍ତି। ଏହି ନୂତନ ଚିକିତ୍ସାଳୟ କମ୍ପ୍ଲେକ୍‌ସରେ ୨୦୦ଟି ଶଯ୍ୟା ଥିବାବେଳେ ଅତ୍ୟାଧୁନିକ OPD Unit, Casuality ଓ Trauma Care, 5 ଶଯ୍ୟା ବିଶିଷ୍ଟ Trauma ICU, Radiology, MRI CT Scan ସୁବିଧା, ଉନ୍ନତ ଧରଣର OT Complex, ୧୫ ଶଯ୍ୟା ବିଶିଷ୍ଟ SNCU ସହିତ କଙ୍ଗାରୁ ମାତୃସେବା ସୁବିଧା, ୩୪ ଶଯ୍ୟା ବିଶିଷ୍ଟ ICU ବ୍ୟବସ୍ଥା କରାଯାଇଛି।

ଭର୍ଚୁଆଲ ଜରିଆରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଏହି ଆଧୁନିକ ହସ୍‌ପିଟାଲ କେନ୍ଦ୍ରାପଡା ଜିଲ୍ଲାରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ରୂପାନ୍ତର ଆଣିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଜିଲ୍ଲାର ରୋଗୀମନଙ୍କୁ ଆଉ ଚିକିତ୍ସା ପାଇଁ ଆଉ କଟକ ବା ଭୁବନେଶ୍ବର ଯିବା ଆବଶ୍ୟକ ନାହିଁ। ନିଜ ଜିଲ୍ଲାରେ ହିଁ ସେମାନେ ଉତ୍ତମ ସ୍ୱାସ୍ଥ୍ୟସେବା ପାଇପାରିବେ।

ଆମ ପାଇଁ ‘ପ୍ରତି ଜୀବନ ମୂଲ୍ୟବାନ’ । ଏହି ଆଦର୍ଶ ନେଇ ଆମେ କାମ କରୁଛୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଡାକ୍ତର ଓ ପାରାମେଡିକ୍‌ସ ମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆପଣମାନେ ନିଷ୍ଠାର ସହ ରୋଗୀର ସେବା କରନ୍ତୁ। ରୋଗୀର ମୁହଁରେ ହସ ଓ ମନରେ ବିଶ୍ୱାସ ହିଁ ଆପଣମାନଙ୍କ ପାଇଁ ଏବଂ ଆମ ସମସ୍ତଙ୍କ ପାଇଁ ବଡ ପୁରସ୍କାର ହେବ ଓ ଆମ ପାଇଁ ସନ୍ତୋଷ ଆଣିପାରିବ।

ରାଜ୍ୟରେ ସ୍ୱାସ୍ଥ୍ୟ ସେବା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଲକ୍ଷ ଲକ୍ଷ ଲୋକ ବିନା ପଇସାରେ ଭଲ ଚିକିତ୍ସା ପାଇପାରୁଛନ୍ତି । ଲକ୍ଷ ଲକ୍ଷ ପରିବାର ଉପକୃତ ହେଉଛନ୍ତି। ଏହାଦ୍ୱାରା ଗରିବ ଲୋକଙ୍କ ଚିକିତ୍ସା ଚିନ୍ତା ଦୂର ହୋଇପାରିଛି ବୋଲି ସେ କହିଥିଲେ ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଶିଳ୍ପ ମନ୍ତ୍ରୀ ପ୍ରତାପ କେଶରୀ ଦେବ କହିଲେ ଯେ କେନ୍ଦ୍ରାପଡା ହେଉଛି ବିଜୁ ବାବୁଙ୍କ କର୍ମ ଭୂମି । କେନ୍ଦ୍ରାପଡାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ଦୃଷ୍ଟି ରହିଛି। ଆଜି କେନ୍ଦ୍ରାପଡା ଜିଲ୍ଲାରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ନୂଆ ମାଇଲ ଖୁଣ୍ଟ ସ୍ଥାପିତ ହୋଇଛି ।

ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ କହିଲେ ଯେ ଆଜି କେନ୍ଦ୍ରାପଡାବାସୀଙ୍କ ପାଇଁ ଏକ ଗର୍ବ ଓ ଗୌରବର ଦିନ । ମୁଖ୍ୟମନ୍ତ୍ରୀ ଜିଲ୍ଲାରେ ସ୍ୱାସ୍ଥ୍ୟସେବାର ଉନ୍ନତି ପାଇଁ ୧୦୦ କୋଟି ଟଙ୍କାରୁ ଅଧିକ ଅର୍ଥ ଦେଇଛନ୍ତି । ଜିଲ୍ଲାର ସମସ୍ତ ହେଲ୍‌ଥ ସେଣ୍ଟରର ଭିତ୍ତିଭୂମିର ଉନ୍ନତି ପାଇଁ ଅର୍ଥ ଯୋଗାଇ ଦେଇଛନ୍ତି। ।

କେନ୍ଦ୍ରାପଡା ବିଧାୟକ ଶଶୀଭୂଷଣ ବେହେରା ତାଙ୍କ ବକ୍ତବ୍ୟରେ କେନ୍ଦ୍ରାପଡାରେ ସ୍ୱାସ୍ଥ୍ୟସେବାର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

ଜିଲ୍ଲାପାଳ ଅମୃତ ଋତୁରାଜ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଜିଲ୍ଲା ପରିଷଦର CDO-cum-EO ଧନ୍ୟବାଦ ଅର୍ପଣ କରିଥିଲେ।

Previous Post

ଜୟପୁର ଏୟାରପୋର୍ଟକୁ ମିଳିଲା ଲାଇସେନସ

Next Post

ସର୍ବନିମ୍ନ ମଜୁରୀ ପରିମାଣ ବଢ଼ିଲା

Next Post
ସର୍ବନିମ୍ନ ମଜୁରୀ ପରିମାଣ ବଢ଼ିଲା

ସର୍ବନିମ୍ନ ମଜୁରୀ ପରିମାଣ ବଢ଼ିଲା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA