Friday, June 5, 2026 01:11 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଧାମନଗର ବିକାଶ ମୁଁ ନିଜେ ଦେଖିବି: ମୁଖ୍ୟମନ୍ତ୍ରୀ

ଭର୍ଚୁଆଲ ମାଧ୍ୟମରେ ପ୍ରଚାର କଲେ ନବୀନ

by Our Correspondent
31 Oct, 2022- 06:04 PM
in Latest News, News, Politics
1 min read
0
ଧାମନଗର ବିକାଶ ମୁଁ ନିଜେ ଦେଖିବି: ମୁଖ୍ୟମନ୍ତ୍ରୀ
Spread the love

ଭୁବନେଶ୍ୱର: ଧାମନଗର ଉପନିର୍ବାଚନ ପ୍ରଚାର ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭର୍ଚୁଆଲ ମାଧ୍ୟମରେ ପ୍ରଚାର କରିଛନ୍ତି । ଧାମନଗର ବିକାଶ ଦାୟିତ୍ୱ ମୁଖ୍ୟମନ୍ତ୍ରୀ ନିଜେ ନେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ସାଧାରଣ ନିର୍ବାଚନ ଆଉ ମାତ୍ର ୧୮ ମାସ ରହିଲା । ଏ ସମୟ ଭିତରେ ଆମେ ୫ ବର୍ଷର କାମ କରିପାରିବା । ଏହା ମୁଁ ନିଜେ ଦେଖିବି । ଧାମନଗରର ବିକାଶ ଆହୁରି ଆଗକୁ ବଢ଼ିବ । ମୁଖ୍ୟମନ୍ତ୍ରୀଙ୍କ ଏହି ଭର୍ଚୁଆଲ୍ ପ୍ରଚାର ପାଇଁ ଧାମନଗରର ୧୩ ଟି ଜାଗାରେ ସମାବେଶର ଆୟୋଜନ କରାଯାଇଥିଲା ।

ମୁଖ୍ୟମନ୍ତ୍ରୀ କ’ଣ କହିଲେ

ଧାମନଗରର ପ୍ରିୟ ଭାଇ ଓ ଭଉଣୀମାନଙ୍କୁ ମୋର ନମସ୍କାର ।

ଆପଣମାନେ ଜାଣନ୍ତି, ବିଜୁ ଜନତା ଦଳ ସବୁବେଳେ ଆପଣମାନଙ୍କ ସାଥିରେ ଅଛି । ସୁଖ ଦୁଃଖ ସବୁବେଳେ ଆପଣମାନଙ୍କ ପାଖରେ ଅଛି । ଆପଣମାନଙ୍କ ପାଇଁ କାମ କରିଆସୁଛି । ସବୁବର୍ଗର ଲୋକଙ୍କ କଲ୍ୟାଣ ପାଇଁ କାମ କରୁଛି ।

ଧାମନଗର ହେଉଛି ଶାନ୍ତି, ସଦ୍ଭାବର ଭୂମି। ଭାଇଚାରାର ଭୂମି। ଏହା ଧାମନଗରର ସବୁଠାରୁ ବଡ ପରିଚୟ। ଏହି ପରିଚୟର ସୁରକ୍ଷା ପାଇଁ ଆମେ ସମସ୍ତେ କାମ କରୁଛୁ ।

ମୁଁ ବହୁତ ଖୁସି ଯେ କାଳିଆ ଯୋଜନା ହେଉ, ବା ମିଶନ ଶକ୍ତି, ବା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା – ସବୁ ଯୋଜନାର ସୁବିଧା ଆପଣ ମାନଙ୍କ ପାଖରେ ପହଞ୍ଚି ପାରିଛି । ମା ମାନେ ସଶକ୍ତ ହେଉଛନ୍ତି। ମିଶନ ଶକ୍ତି ସେମାନଙ୍କ ନୂଆ ପରିଚୟ ହୋଇଛି । ମା ମାନଙ୍କ ଭଲ କାମ ହିଁ ମୋତେ ବହୁତ ଖୁସି ଦେଇଛି । ତେଣୁ ଜଣେ ମା କୁ ଆପଣଙ୍କ ଏମଏଲଏ ଭାବରେ ଦେଖିବାକୁ ମୁଁ ଚାହେଁ । ଆପଣମାନେ ବି ଚାହାନ୍ତି। ମା ମାନେ ସବୁ ଦାୟିତ୍ୱକୁ ସୁନ୍ଦର ଭାବରେ ନିର୍ବାହ କରିପାରୁଛନ୍ତି।

ଆପଣମାନଙ୍କ ସହଯୋଗରେ ଓଡିଶା ଆଜି ବିକାଶ କ୍ଷେତ୍ରରେ ସାରା ଦେଶରେ ସୁନାମ କରିଛି । ଆପଣାନଙ୍କ ସହଯୋଗରେ ଏ ଧାରା ଆହୁରି ଆଗକୁ ବଢିବ ବୋଲି ମୋର ପୁରା ବିଶ୍ୱାସ ।

୨୦୧୯ ନିର୍ବାଚନରେ ଆପଣମାନେ ଯେଉଁ ମତ ରଖିଥିଲେ, ୨୦୨୨ ପଞ୍ଚାୟତ ଓ ପୌର ନିର୍ବାଚନରେ ସେଥିରେ ପରିବର୍ତ୍ତନ କରିଛନ୍ତି। ଶଙ୍ଖ ଚିହ୍ନରେ ବିଶ୍ୱାସ ରଖିଛନ୍ତି। ଗତ ପଞ୍ଚାୟତ ଓ ପୌର ନିର୍ବାଚନରେ ଆପଣମାନେ ବିଜୁ ଜନତା ଦଳକୁ, ଶଙ୍ଖ ଚିହ୍ନକୁ ଯେଭଳି ବିପୁଳ ସମର୍ଥନ ଦେଇଛନ୍ତି, ସେବାର ସୁଯୋଗ ଦେଇଛନ୍ତି, ସେଥିପାଇଁ ମୁଁ ଋଣୀ।

ଧାମନଗରର ୬ଟି ଜିଲ୍ଲା ପରିଷଦ ଆସନରୁ ସବୁ ଆସନରେ ଆପଣମାନେ ବିଜୁ ଜନତା ଦଳକୁ ସେବାର ସୁଯୋଗ ଦେଇଛନ୍ତି। ସେହିପରି ଧାମନଗର ଏନ.ଏ.ସିର ୧୧ଟି ୱାର୍ଡରୁ ୯ଟି ୱାର୍ଡ ସହିତ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଦାୟିତ୍ୱ ମଧ୍ୟ ଆପଣମାନେ ବିଜେଡିକୁ ଦେଇଛନ୍ତି।

ମୋର ପୁରା ବିଶ୍ୱାସ, ଏ ନିର୍ବାଚନରେ ବି ସେ ଧାରା ଜାରି ରହିବ ଏବଂ ଧାମନଗରର ବିକାଶ ଆହୁରି ଆଗକୁ ବଢିବ। ବର୍ତ୍ତମାନ ସାଧାରଣ ନିର୍ବାଚନ ଆଉ ମାତ୍ର ୧୮ ମାସ ରହିଲା । ଏ ସମୟ ଭିତରେ ଆମେ ପାଞ୍ଚ ବର୍ଷର କାମ କରିପାରିବା । ଏହା ମୁଁ ନିଜେ ଦେଖିବି। ଧାମନଗରର ବିକାଶ ଆହୁରି ଆଗକୁ ବଢିବ ।

ମୋର ଅନୁରୋଧ, ଏ ନିର୍ବାଚନରେ ଆପଣମାନେ ବିଜୁ ଜନତା ଦଳର ପ୍ରାର୍ଥୀଙ୍କୁ ଶଂଖ ଚିହ୍ନରେ ଭୋଟ ଦେଇ ଆଶୀର୍ବାଦ କରନ୍ତୁ । ଆପଣମାନଙ୍କ ଅଞ୍ଚଳର ବିକାଶ ଦାୟିତ୍ୱ ମୋର । ଧାମନଗର ନିର୍ବାଚନ ମଣ୍ଡଳୀର ବିକାଶ ଦାୟିତ୍ୱ ମୋର।

ନମସ୍କାର
ବନ୍ଦେ ଉତ୍କଳ ଜନନୀ

Previous Post

ରାଜଧାନୀରେ ଧାମନଗର ଉପନିର୍ବାଚନ ତାତି

Next Post

୪ ଜଣଙ୍କୁ ବହିଷ୍କାର, ୪ ଜଣଙ୍କୁ ବାଧ୍ୟତାମୂଳକ ଅବସର

Next Post
୪ ଜଣଙ୍କୁ ବହିଷ୍କାର, ୪ ଜଣଙ୍କୁ ବାଧ୍ୟତାମୂଳକ ଅବସର

୪ ଜଣଙ୍କୁ ବହିଷ୍କାର, ୪ ଜଣଙ୍କୁ ବାଧ୍ୟତାମୂଳକ ଅବସର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA