Wednesday, July 1, 2026 05:29 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଡିସେମ୍ବର ପହିଲା ସୁଦ୍ଧା ଗରିବଙ୍କୁ ମିଳିବ ଶୀତ ସହାୟତା

by Our Correspondent
25 Nov, 2022- 07:30 PM
in Latest News, News
1 min read
0
ଡିସେମ୍ବର ପହିଲା ସୁଦ୍ଧା ଗରିବଙ୍କୁ ମିଳିବ ଶୀତ ସହାୟତା
ଭୁବନେଶ୍ୱର: ଶୀତର ପ୍ରକୋପକୁ ଦୃଷ୍ଟିରେ ରଖି ଗରିବ ଲୋକ ବିଶେଷ କରି ବରିଷ୍ଠ ନାଗରିକ ମାନଙ୍କୁ ସୁରକ୍ଷିତ ରଖିବା ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ୱ ଆରୋପ କରିଛନ୍ତି । ରାଜ୍ୟରେ ଶୀତ ଏହରୀ ଏବଂ ଗରିବ ଲୋକଙ୍କୁ ଶୀତ ସହାୟତା ଯୋଗାଇବା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଆଜି ଏକ ସମୀକ୍ଷା ବୈଠକ କରିଥିଲେ । ଡିସେମ୍ବର ପହିଲା ସୁଦ୍ଧା ସବୁ ହିତାଧିକାରୀଙ୍କୁ କମ୍ବଳ କିଣିବା ପାଇଁ ୩୦୦ ଟଙ୍କା ଲେଖାଏ ଶୀତ ସହାୟତା ଭାବରେ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ୱାରା ମଧୁବାବୁ ପେନ୍ସନ ଯୋଜନା ଓ ଜାତୀୟ ପେନ୍‌ସନ ଯୋଜନା (NSAP) ଅନ୍ତର୍ଗତ ୪୮ ଲକ୍ଷରୁ ଉର୍ଦ୍ଧ୍ବ ହିତାଧିକାରୀ ଉପକୃତ ହେବେ ଏବଂ ଏଥିପାଇଁ ରାଜ୍ୟ ସରକାର ୧୪୬ କୋଟି ଟଙ୍କା ମଞ୍ଜୁର କରିଛନ୍ତି।
ଏହାସହିତ ଶୀତ ପ୍ରବାହ ସମୟରେ କେହି ଯେପରି ଖୋଲା ସ୍ଥାନରେ ଅସହାୟ ଭାବରେ ନ ରୁହନ୍ତି, ସେଥିପ୍ରତି ବିଶେଷ ଦୃଷ୍ଟି ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ପଞ୍ଚାୟତିରାଜ ବିଭାଗ, ନଗର ଉନ୍ନୟନ ବିଭାଗ ତଥା ଜିଲ୍ଲାପାଳ ଓ ମ୍ୟୁନିସପାଲ କର୍ତ୍ତୃପକ୍ଷମାନେ ତୁରନ୍ତ ପଦକ୍ଷେପ ନେବା ପାଇଁ ପରାମର୍ଶ ଦେଇଛନ୍ତି ।
ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୫୫ଟି ଯାତ୍ରୀ ଆଶ୍ରୟସ୍ଥଳୀ ଖୋଲାଯାଇଥିବା ବେଳେ ଆବଶ୍ୟକସ୍ଥଳେ ପଞ୍ଚାୟତ କାର୍ଯ୍ୟାଳୟ ଓ ସ୍କୁଲ ଘର ଗୁଡିକୁ ମଧ୍ୟ ରାତ୍ରି ଆଶ୍ରୟସ୍ଥଳ ଭାବରେ ବ୍ୟବହାର କରିବାପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ନଭେମ୍ବର ୩୦ ଓ ଡିସେମ୍ବର ୧, ଏହି ଦୁଇ ଦିନ ମଧ୍ୟରେ ସବୁ ହିତାଧିକାରୀ ଯେପରି ଏ ସହାୟତା ପାଇବେ, ସେଥିପାଇଁ ପଦକ୍ଷେପ ନିଆଯିବ।
ସୂଚନାଯୋଗ୍ୟ ଯେ ପ୍ରତି ଦୁଇ ବର୍ଷରେ ଥରେ ରାଜ୍ୟ ସରକାର ପେନ୍ସନ ହିତାଧିକାରୀ ମାନଙ୍କୁ ଗ୍ରୀଷ୍ମ ଓ ଶୀତ ସହାୟତା ଯୋଗାଇ ଦେଇଆସିଛନ୍ତି।
ଏହି ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ତଥା ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।
Previous Post

ସୋଆର ଶ୍ରେଷ୍ଠ ବୈଜ୍ଞାନିକଙ୍କୁ ସମ୍ବର୍ଦ୍ଧନା

Next Post

ନକଲି ସାର୍ଟିଫିକେଟ୍ ମାମଲା; ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଶିକ୍ଷକ

Next Post
ନକଲି ସାର୍ଟିଫିକେଟ୍ ମାମଲା; ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଶିକ୍ଷକ

ନକଲି ସାର୍ଟିଫିକେଟ୍ ମାମଲା; ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଶିକ୍ଷକ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA