Saturday, June 27, 2026 03:14 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଅନୁଗୁଳରେ ମୁଖ୍ୟମନ୍ତ୍ରୀ: ୧୮୦୦ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ

by Our Correspondent
29 Dec, 2022- 06:50 PM
in Latest News, News
1 min read
0
ଅନୁଗୁଳରେ ମୁଖ୍ୟମନ୍ତ୍ରୀ: ୧୮୦୦ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁଗୁଳ ଗସ୍ତ କରି ୧୮୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିରେ ୩୧୩ କୋଟି ଟଙ୍କାରେ ୭୪୬ ଟି ପ୍ରକଳ୍ପ ଉଦଘାଟିତ ହୋଇଥିବା ବେଳେ ୧୪୯୨ କୋଟି ଟଙ୍କାର ୭୯୫ ଟି ପ୍ରକଳ୍ପ ପାଇଁ ଭିତ୍ତି ରଖାଯାଇଛି । ଅନୁଗୁଳରେ ୩୫୦ କୋଟି ଟଙ୍କାରେ ଦୁଇଟି ବୃହତ୍ତ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ ଘୋଷଣା କରିଥିଲେ । ଏହାଦ୍ୱାରା ଜିଲ୍ଲାର ୪୮ଟି ପଞ୍ଚାୟତର ଲୋକ ପାନୀୟ ଜଳ ପାଇପାରିବେ ।
ମୁଖ୍ୟମନ୍ତ୍ରୀ ତାଙ୍କ ଭାଷଣରେ ଅନୁଗୁଳକୁ ସେବା ଓ ସଂଗ୍ରାମର ଭୂମି ଭାବେ ବର୍ଣ୍ଣନା କରି ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ନବକୃଷ୍ଣ ଚୌଧୁରୀ, ମାଳତୀ ଚୌଧୁରୀ ଓ ପବିତ୍ର ମୋହନ ପ୍ରଧାନଙ୍କ ପରି ସଂଗ୍ରାମୀ ନେତାମାନଙ୍କ ତ୍ୟାଗ ଓ ସେବାକୁ ସ୍ମରଣ କରିଥିଲେ ।

ବିକାଶ ଅନୁଗୁଳର ସବୁଠାରୁ ବଡ ପରିଚୟ ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅନୁଗୁଳରେ ଶିଳ୍ପ ପ୍ରତିଷ୍ଠା ସହିତ ନିଯୁକ୍ତିର ସୁଯୋଗ ବଢୁଛି। ଚଳିତ ମେକ୍‌-ଇନ୍-ଓଡିଶାରେ ରାଜ୍ୟ ୧୦ ଲକ୍ଷ କୋଟି ଟଙ୍କାର ପୁଞ୍ଜି ଆକର୍ଷଣ କରିବାରେ ସଫଳ ହୋଇଛି। ଆଜିର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଦ୍ୱାରା ଜିଲ୍ଲାର ବିକାଶଧାରା ଆହୁରି ତ୍ୱରାନ୍ୱିତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ଅନୁଗୁଳର ମିଶନ ଶକ୍ତି ମା ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୨୪୨ କୋଟି ଟଙ୍କାର ସହାୟତା ପ୍ରଦାନ କରିଥିଲେ । ଜିଲ୍ଲାର ୭୩୭୨ ମିଶନ ଶକ୍ତି ଗୋଷ୍ଠୀର ୭୫ ହଜାର ମହିଳା ଏହାଦ୍ୱାରା ଉପକୃତ ହେବେ। ମିଶନ ଶକ୍ତି ତାଙ୍କର ସବୁଠାରୁ ପ୍ରିୟ କାର୍ଯ୍ୟକ୍ରମ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରତିଦିନ ମିଶନ ଶକ୍ତିର ମା ମାନେ ତାଙ୍କୁ ଭେଟୁଛନ୍ତି ଓ ତାଙ୍କ ସଫଳତାର କାହାଣୀ କହୁଛନ୍ତି। ଏହା ତାଙ୍କୁ ଖୁବ ଆନନ୍ଦ ଦେଉଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ। ମା ମାନଙ୍କୁ ଉଦ୍ୟୋଗୀ ଭାବରେ ଦେଖିବାକୁ ଚାହାଁନ୍ତି ବୋଲି ପ୍ରକାଶ କରି ଏଥିପାଇଁ ରାଜ୍ୟ ସରକାର ସବୁ ସହଯୋଗ ଯୋଗାଇ ଦେବେ ବୋଲି ଘୋଷଣା କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ୫ ବର୍ଷରେ ମିଶନ ଶକ୍ତି ମା ମାନଙ୍କୁ ବିନା ସୁଧରେ ୫୦ ହଜାର କୋଟି ଟଙ୍କାର ସହାୟତା ଦିଆଯିବ।
ମୁଖ୍ୟମନ୍ତ୍ରୀ ପ୍ରଥମେ ଅନୁଗୁଳ ଷ୍ଟାଡିଅମରେ ପହଞ୍ଚି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରି ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇଥିଲେ। ଏହାପରେ ରେଲୱେ ଷ୍ଟେସନ ଯାଇ ସେଠାରେ ସମ୍ବଲପୁର-ଶାଲିମାର-ସମ୍ବଲପୁର ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ରେଳବାଇ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ Angul Loco Shed Siding ଯାଇ ସେଠାରେ ନୂଆ MCRL ରେଲ ଲାଇନ ଉଦ୍‌ଘାଟନ କରିବା ସହିତ ଅନୁଗୁଳ-ବଳରାମ ଲିଙ୍କ ଗୁଡ୍‌ସ ଟ୍ରେନର ଶୁଭାରମ୍ଭ କରିଥିଲେ।
Previous Post

ପାଣ୍ଡିଆନ୍ ଙ୍କ ଇନଷ୍ଟାଗ୍ରାମ୍ ପୋଷ୍ଟରେ ନବୀନଙ୍କ ସମୟାନୁବର୍ତ୍ତିତା

Next Post

ଧର୍ମେନ୍ଦ୍ରଙ୍କ ପ୍ରଶଂସାରେ ବୈଷ୍ଣବ, ଯୋଶୀ

Next Post
ଧର୍ମେନ୍ଦ୍ରଙ୍କ ପ୍ରଶଂସାରେ ବୈଷ୍ଣବ, ଯୋଶୀ

ଧର୍ମେନ୍ଦ୍ରଙ୍କ ପ୍ରଶଂସାରେ ବୈଷ୍ଣବ, ଯୋଶୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA