Sunday, May 10, 2026 09:23 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

by Our Correspondent
25 Jan, 2023- 09:22 PM
in Latest News, News
1 min read
0
ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ଆପଣମାନଙ୍କୁ ସମସ୍ତଙ୍କୁ ମୋର ଅଭିନନ୍ଦନ ଜଣାଉଛି।

ଏହି ଅବସରରେ ଜାତିର ଜନକ ମହାତ୍ମାଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ମୌଲାନା ଆଜାଦ, ଡଃ ଆମ୍ବେଦକର, ବୀର ସୁରେନ୍ଦ୍ର ସାଏ, ବକ୍‌ସି ଜଗବନ୍ଧୁ, ଡଃ ରାଜେନ୍ଦ୍ର ପ୍ରସାଦ, ଉତ୍କଳମଣି ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୁଦନ ଦାସ, ଗୋପବନ୍ଧୁ ଚୌଧୁରୀ, ନବକୃଷ୍ଣ ଚୌଧୁରୀ, ସହିଦ ଲକ୍ଷ୍ମଣ ନାୟକ, ମା ରମାଦେବୀ, ସହିଦ ବାଜି ରାଉତ, ମାଳତୀ ଚୌଧୁରୀ, ପାର୍ବତୀ ଗିରି, ଡଃ ହରେକୃଷ୍ଣ ମହତାବ ଓ ବିଜୁ ପଟ୍ଟନାୟକଙ୍କ ପରି ମହାନ ସଂଗ୍ରାମୀ ମାନଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ।

ଦେଶର ଏକତା ଓ ସୁରକ୍ଷା ପାଇଁ ବଳିଦାନ ଦେଇଥିବା ଅମର ସହିଦ୍‌ ମାନଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ।

ଆମ ସମ୍ବିଧାନ ଏକ ଆଦର୍ଶ ସମ୍ବିଧାନ । ଆମ ଗଣତନ୍ତ୍ରର ଆତ୍ମା । ଏକ ମହାନ ଦେଶର ନାଗରିକ ଭାବରେ ଆମର ସକଳ ଶକ୍ତିର ଆଧାର ହେଉଛି ଆମର ସମ୍ବିଧାନ । ଏକ ସମୃଦ୍ଧ ତଥା ନ୍ୟାୟପୂର୍ଣ୍ଣ ସମାଜ ଗଠନ ପାଇଁ ଏହା ଆମକୁ ସବୁବେଳେ ପ୍ରେରଣା ଦେଇଚାଲିଛି ।

ବିଶ୍ବକପ୍‌ ହକିର ମାହୋଲ ଏବେ ସାରା ରାଜ୍ୟକୁ ଉତ୍ସବ ମୁଖର କରିଛି। ଏହାରି ଭିତରେ ଆମେ ଆଜି ସାଧାରଣତନ୍ତ୍ର ଦିବସ ପାଳନ କରୁଛୁ । ସାରା ବିଶ୍ବର ନଜର ଏବେ ଓଡିଶା ଉପରେ ରହିଛି। ଦୁଇ ଦୁଇ ଥର ଆମେ ବିଶ୍ବକପ୍‌ ହକି ସଫଳତାର ସହ ଆୟୋଜନ କରିଛୁ । ଏହା ସାରା ଦେଶ, ପ୍ରତ୍ୟେକ ଓଡିଆଙ୍କ ପାଇଁ ଗର୍ବର କଥା ।

କେବଳ କ୍ରୀଡା ନୁହେଁ, ଆମର ଶିଳ୍ପ ବିକାଶର ଯାତ୍ରା – ୧୦ ଲକ୍ଷ କୋଟି ଟଙ୍କାର ପୁଞ୍ଜି ଓ ୧୦ ଲକ୍ଷ ନିଯୁକ୍ତି ସୁଯୋଗ ।

ଆମର ମା ମାନଙ୍କ ସଫଳତାର କାହାଣୀ – self help groupରୁ small & medium entrepreneur ହେବାର ସୁଯୋଗ।

ଶିକ୍ଷା ଓ ସ୍ବାସ୍ଥ୍ୟ କ୍ଷେତ୍ରରେ ଆମର ପ୍ରତିବଦ୍ଧତା- ୫ଟି ସ୍କୁଲ ଟ୍ରାନ୍‌ସଫରମେସନ ଓ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା।

ଚାଷୀଭାଇଙ୍କ କଲ୍ୟାଣ ଓ ସଶକ୍ତିକରଣ- କାଳିଆ, ବଳରାମ ଯୋଜନା ଓ ମିଲେଟ୍‌ ମିଶନ। ଏସବୁ ଆମ ପାଇଁ ନୂଆ ପରିଚୟ ସୃଷ୍ଟି କରିଛି । ଜନମାନସରେ ଏବେ ପରିବର୍ତ୍ତନ ଆସିଛି। ଓଡିଶାର ବିକାଶ ଧାରା ଦ୍ରୁତ ଭାବରେ ଆଗକୁ ବଢୁଛି । ରାଜନୀତି ନୁହେଁ, ବିକାଶର ବିଭିନ୍ନ ଦିଗ ଉପରେ ଏବେ ଲୋକମାନେ ଗୁରୁତ୍ବ ଦେଉଛନ୍ତି।

ସବୁ ବର୍ଗ ମଧ୍ୟରେ ନୂଆ ଉତ୍ସାହ ଆସିଛି । ନିଜ ପାଇଁ, ସମାଜ ପାଇଁ କିଛି କରିବାର ଇଛା ବୃଦ୍ଧି ପାଇଛି । ଆମର ସାମର୍ଥ୍ୟ ଉପରେ ଭରସା ବଢିଛି । ସବୁ କ୍ଷେତ୍ରରେ ଶ୍ରେଷ୍ଠ ହେବା ପାଇଁ ଓଡିଶା ଉଦ୍ୟମ ଜାରି ରଖିଛି, ଏହା ହିଁ ରୂପାନ୍ତର। ସାଢେ ଚାରି କୋଟି ଓଡିଶାବାସୀ, ସମସ୍ତେ ଜଣେ ଜଣେ ହେଉଛନ୍ତି ଏ ରୂପାନ୍ତରର ସାରଥୀ । ଏହି ଉତ୍ସାହ ନେଇ ଆମେ ଆଗକୁ ବଢିଲେ ୨୦୩୬ରେ ସ୍ବତନ୍ତ୍ର ଓଡିଶା ପ୍ରଦେଶର ଶହେ ବର୍ଷ ପୂର୍ତ୍ତି ବେଳକୁ ଏକ ସଶକ୍ତ ଓଡିଶାର ସ୍ବପ୍ନ ନିଶ୍ଚୟ ସାକାର ହେବ।

ଜୟହିନ୍ଦ୍

Previous Post

ଗ୍ରୀନ୍ ଜର୍ସିରେ ନବୀନ, ଫଟୋ ଭାଇରାଲ୍

Next Post

ଓଡ଼ିଶାରୁ ୪ ଜଣଙ୍କୁ ପଦ୍ମଶ୍ରୀ

Next Post
ଓଡ଼ିଶାରୁ ୪ ଜଣଙ୍କୁ ପଦ୍ମଶ୍ରୀ

ଓଡ଼ିଶାରୁ ୪ ଜଣଙ୍କୁ ପଦ୍ମଶ୍ରୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA